News Room Odisha
BREAKING
Odia

ବିଜେଡିରେ ହେବ ସାଂଗଠନିକ ପରିବର୍ତ୍ତନ, ସବୁ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ହଟାଇଲେ ନବୀନ

ଭୁବନେଶ୍ୱର – ବିଜେଡିରେ ବ୍ୟାପକ ସାଂଗଠନିକ ପରିବର୍ତ୍ତନ ହେବ । ଦଳର ସବୁ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହଟାଇ ଦିଆଯାଇଛି। ଖୁବ୍ ଶୀଘ୍ର ନୂଆ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯିବ । ତେବେ ଜିଲ୍ଲାସ୍ତରୀୟ କର୍ମକର୍ତ୍ତାମାନେ ନିଜ ନିଜର ପଦ ବଜାୟ ରଖିବେ । ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏହାଛଡା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପିଆର ଓ [...]

Admin•July 7, 2024
Share Article:

ଭୁବନେଶ୍ୱର – ବିଜେଡିରେ ବ୍ୟାପକ ସାଂଗଠନିକ ପରିବର୍ତ୍ତନ ହେବ । ଦଳର ସବୁ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ହଟାଇ ଦିଆଯାଇଛି। ଖୁବ୍ ଶୀଘ୍ର ନୂଆ ରାଜ୍ୟସ୍ତରୀୟ କର୍ମକର୍ତ୍ତାଙ୍କୁ ନିଯୁକ୍ତି ଦିଆଯିବ । ତେବେ ଜିଲ୍ଲାସ୍ତରୀୟ କର୍ମକର୍ତ୍ତାମାନେ ନିଜ ନିଜର ପଦ ବଜାୟ ରଖିବେ । ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏହାଛଡା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପିଆର ଓ ଭାବେ ସୁକାନ୍ତ କୁମାର ପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି।

ବିଜେଡିର ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ,ଦେବୀ ମିଶ୍ର, ପ୍ରତାପ କେଶରୀ ଦେବ, ଡକ୍ଟର ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର,ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଲେନିନ ମହାନ୍ତିଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର କରାଯାଇଛି।

ଡକ୍ଟର ସନ୍ତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ଡକ୍ଟର ଅମର ପଟ୍ଟନାୟକ, ଡକ୍ଟର ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀଙ୍କୁ ଜାତୀୟ ମୁଖପାତ୍ର ଭାବେ ନିଯୁକ୍ତ କରାଯାଇଛି।
ପ୍ରତାପ ଜେନା, ସ୍ୱୟମ ପ୍ରକାଶ, ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ମିଡିଆ କୋଅର୍ଡିନେଟର ଭାବେ ନିଯୁକ୍ତ କରାଯାଇଛି।

#Odia#Odisha#News
Share Article:

Related Articles