News Room Odisha
BREAKING
Odia

ପୁରୀରେ ବଳଭଦ୍ରଙ୍କ ରଥଟଣା ବେଳେ ଭକ୍ତଙ୍କ ମୃତ୍ୟୁ

ପୁରୀ – ପୁରୀ ରଥଯାତ୍ରାରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ବେଳେ ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ତାଙ୍କୁ ଆହତ ଅବସ୍ଥାର ତୁରନ୍ତ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଳକର ଲଳିତ ବଗର୍ତ୍ତୀ ବୋଲି ଜଣାପଡ଼ିଛି। ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିରେ ଆହତ [...]

Admin•July 7, 2024
Share Article:

ପୁରୀ – ପୁରୀ ରଥଯାତ୍ରାରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଟଣା ବେଳେ ଜଣେ ଭକ୍ତଙ୍କ ମୃତ୍ୟୁ ହୋଇଛି। ତାଙ୍କୁ ଆହତ ଅବସ୍ଥାର ତୁରନ୍ତ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଳକର ଲଳିତ ବଗର୍ତ୍ତୀ ବୋଲି ଜଣାପଡ଼ିଛି। ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

#Odia#Odisha#News
Share Article:

Related Articles