News Room Odisha
BREAKING
Odia

କାଲିଠାରୁ ବର୍ଷା ପରିମାଣ ବଢିବା ସମ୍ଭାବନା

ଭୁବନେଶ୍ୱର – ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତା ତିନିଦିନ ଧରି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷା ପରିମାଣ ବଢିବ । ଉତ୍ତର ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ [...]

Admin•July 12, 2024
Share Article:

ଭୁବନେଶ୍ୱର – ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରାଯାଇଛି। ଆସନ୍ତା ତିନିଦିନ ଧରି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷା ପରିମାଣ ବଢିବ ।

ଉତ୍ତର ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖ ପାଖାପାଖି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହା ଲଘୁଚାପ ରୂପ ମଧ୍ୟ ନେଇପାରେ । ଏହାର ଗତି ଉତ୍ତର-ପଶ୍ଚିମ ଆଡ଼କୁ ରହିବା ନେଇ ଆକଳନ କରାଯାଉଛି। ସେହିପରି ୧୯ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହା ଲଘୁଚାପରେ ପରିଣତ ହେବା ନେଇ ଆଶଙ୍କା ରହିଛି। ଏହା ମଧ୍ୟ ଉତ୍ତର-ପଶ୍ଚିମକୁ ମୁହାଁଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୁଲାଇ ୧୩ରୁ ୧୮ ତାରିଖ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି। ୧୮ରୁ ୨୫ ତାରିଖ ଭିତରେ ଅପେକ୍ଷାକୃତ ଅଧିକ ବର୍ଷା ହୋଇପାରେ।

#Odia#Odisha#News
Share Article:

Related Articles