ବିଜୟରୁ ଗମ୍ଭୀର ଯୁଗ ଆରମ୍ଭ, ପ୍ରଥମ ଟି-୨୦ରେ ଶ୍ରୀଲଙ୍କାକୁ ୪୩ ରନରେ ହରାଇଲା ଭାରତ
ପାଲେକେଲ: ଟିମ୍ ଇଣ୍ଡିଆ ନୂଆ କୋଚ୍ ଗୌତମ ଗମ୍ଭୀରଙ୍କ କାର୍ଯ୍ୟକାଳ ବିଜୟରୁ ଆରମ୍ଭ ହୋଇଛି । ବିଶ୍ୱ ଚାମ୍ପିଅନ୍ ଭାରତ ଶନିବାର ଶ୍ରୀଲଙ୍କା ବିପକ୍ଷ ଟି -୨୦ ସିରିଜର ପ୍ରଥମ ମ୍ୟାଚକୁ ୪୩ ରନରେ ଜିତିନେଇଛି। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି | ଦ୍ୱିତୀୟ ମ୍ୟାଚ୍ ରବିବାର (ଜୁଲାଇ ୨୮) ରେ ଖେଳାଯିବ | ପାଲେକେଲରେ ଖେଳାଯାଇଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଟସ୍ ଜିତି [...]
ପାଲେକେଲ: ଟିମ୍ ଇଣ୍ଡିଆ ନୂଆ କୋଚ୍ ଗୌତମ ଗମ୍ଭୀରଙ୍କ କାର୍ଯ୍ୟକାଳ ବିଜୟରୁ ଆରମ୍ଭ ହୋଇଛି । ବିଶ୍ୱ ଚାମ୍ପିଅନ୍ ଭାରତ ଶନିବାର ଶ୍ରୀଲଙ୍କା ବିପକ୍ଷ ଟି -୨୦ ସିରିଜର ପ୍ରଥମ ମ୍ୟାଚକୁ ୪୩ ରନରେ ଜିତିନେଇଛି। ଏହି ବିଜୟ ସହିତ ଟିମ୍ ଇଣ୍ଡିଆ ୫ ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି | ଦ୍ୱିତୀୟ ମ୍ୟାଚ୍ ରବିବାର (ଜୁଲାଇ ୨୮) ରେ ଖେଳାଯିବ |
ପାଲେକେଲରେ ଖେଳାଯାଇଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଟସ୍ ଜିତି ଭାରତକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୨୧୩ ରନ୍ କରିଥିଲା। ଅନ୍ତର୍ଜାତୀୟ ଟି-୨୦ରେ ୩୫ତମ ଥର ପାଇଁ ଟିମ୍ ଇଣ୍ଡିଆ ୨୦୦ରୁ ଅଧିକ ସ୍କୋର କରିଥିଲା। ଭାରତ ପକ୍ଷରୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସର୍ବାଧିକ ୫୮ ରନ୍ କରିଥିବା ବେଳେ ରିଷଭ ପନ୍ତ ୪୯, ଯଶସ୍ବୀ ଜୈସୱାଲ ୪୦, ଗିଲ୍ ୩୪ ରନ୍ କରିଥିଲେ । ୨୧୪ ରନର ବିଜୟ ଲକ୍ଷ୍ୟ ଜବାବରେ ଶ୍ରୀଲଙ୍କା ୧୯.୨ ଓଭରରେ ୧୭୦ ରନ୍ କରି ଅଲ୍ଆଉଟ୍ ହୋଇଯାଇଥିଲା। ଦଳ ମାତ୍ର ୩୦ ରନରେ ଶେଷ ୯ ଓ୍ବିକେଟ୍ ହରାଇଥିଲା । ଭାରତ ପକ୍ଷରୁ ରିୟାନ୍ ପରାଗ ୫ ରନ୍ ଦେଇ ସର୍ବାଧିକ ୩ ୱିକେଟ୍ ନେଇଥିବା ବେଳେ ଅର୍ଶଦୀପ ସିଂ ଏବଂ ଅକ୍ଷର ପଟେଲ ୨-୨ ୱିକେଟ୍ ନେଇଥିଲେ।
ପ୍ୟାରିସ ଅଲିମ୍ପିକ୍ସ: ପ୍ରଶଂସକଙ୍କୁ ନିରାଶ କଲା ଭାରତୀୟ ଖେଳାଳିଙ୍କ ୟୁନିଫର୍ମ
Next Articleଗୀତା ଉପଦେଶ: ଅବିନାଶି ଆତ୍ମାକୁ କେହି ନଷ୍ଟ କରି ପାରିବେ ନାହିଁ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
