ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କୁ ବାନ୍ଧିଲା ଭିଜିଲାନ୍ସ
ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତକାଲି ତାଙ୍କର ୧୦ଟି ଠିକଣାରେ ଚଢାଉ କରିଥିଲା । ନିଜ ନାଁରେ ଓ ନିଜ ପତ୍ନୀ,ଭାଇ ଓ ପରିବାର ଲୋକଙ୍କ ନାଁରେ ବିପୁଳ ସମ୍ପତ୍ତି ଠୁଳ କରିଥିଲେ ରାମଚନ୍ଦ୍ର । ସୋମବାର ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରିବା ପରେ ୨କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି [...]
ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତକାଲି ତାଙ୍କର ୧୦ଟି ଠିକଣାରେ ଚଢାଉ କରିଥିଲା । ନିଜ ନାଁରେ ଓ ନିଜ ପତ୍ନୀ,ଭାଇ ଓ ପରିବାର ଲୋକଙ୍କ ନାଁରେ ବିପୁଳ ସମ୍ପତ୍ତି ଠୁଳ କରିଥିଲେ ରାମଚନ୍ଦ୍ର । ସୋମବାର ଏକକାଳୀନ ୧୦ଟି ସ୍ଥାନରେ ଚଢାଉ କରିବା ପରେ ୨କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ଏହାସହିତ ୫୨ଟି ପ୍ଲଟ, ଫାର୍ମ ହାଉସ୍ ସହ ରାଇସ୍ ମିଲ୍ ମଧ୍ୟ ଠାବ କରିଥିଲା ଭିଜିଲାନ୍ସ । ଆଜି ରାମଚନ୍ଦ୍ର ମିଶ୍ରଙ୍କୁ ଗିରଫ କରାଯାଇଛି ।
ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଦ୍ବିତୀୟ ପଦକ, ଏୟାର ପିସ୍ତଲ ମିକ୍ସଡ୍ ଇଭେଣ୍ଟରେ ମନୁ-ସରବଜୋତ ଜିତିଲେ ବ୍ରୋଞ୍ଜ
Next ArticleOdisha: Joint Excise Commissioner Arrested in DA Case
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
