ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଉତ୍ସବ ପାଳିତ
ବ୍ରହ୍ମପୁର: ଅଗଷ୍ଟ ପହିଲା ଅବସରରେ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସ କ୍ୟାମ୍ପସରେ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବରେ ଉଚ୍ଚଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଥିଲେ ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ଏମ୍. ଅକ୍ଷୟ। ସମ୍ମାନିତ ଅତିଥି ଭାବରେ ଫକୀରମୋହନ ବିଶ୍ଵବିଦ୍ୟାଳୟ ପ୍ରାକ୍ତନ କୁଳପତି ପ୍ରଫେସର ଶିବ ପ୍ରସାଦ ଅଧିକାରୀ ଓ ବ୍ରହ୍ମପୁର ବିଧାୟକ କେ.ଅନିଲ ମଞ୍ଚାସୀନ ଥିଲେ। କୁଳପତି [...]
ବ୍ରହ୍ମପୁର: ଅଗଷ୍ଟ ପହିଲା ଅବସରରେ ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସ କ୍ୟାମ୍ପସରେ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବରେ ଉଚ୍ଚଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଥିଲେ ଅବସରପ୍ରାପ୍ତ ପୋଲିସ ମହାନିର୍ଦ୍ଦେଶକ ଏମ୍. ଅକ୍ଷୟ। ସମ୍ମାନିତ ଅତିଥି ଭାବରେ ଫକୀରମୋହନ ବିଶ୍ଵବିଦ୍ୟାଳୟ ପ୍ରାକ୍ତନ କୁଳପତି ପ୍ରଫେସର ଶିବ ପ୍ରସାଦ ଅଧିକାରୀ ଓ ବ୍ରହ୍ମପୁର ବିଧାୟକ କେ.ଅନିଲ ମଞ୍ଚାସୀନ ଥିଲେ। କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ସଭାପତିତ୍ବ କରିଥିଲେ।
ମନ୍ତ୍ରୀ ସୂର୍ଯ୍ୟବଂଶୀ ପୂର୍ବତନ ଖଲ୍ଲିକୋଟ କଲେଜ ତଥା ବର୍ତ୍ତମାନର ଏକକ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଥିଲେ। ଏଠାରୁ ପାଠ ପଢ଼ି ବହୁ ବିଶିଷ୍ଟ ବ୍ୟକ୍ତି ବଡ଼ ଚାକିରି କରି ସାରା ବିଶ୍ଵ ଓ ଭାରତରେ ନାମ ଅର୍ଜନ କରିଛନ୍ତି। ଏହି ବିଶ୍ଵବିଦ୍ୟାଳୟର ୟୁଜିସି ମାନ୍ୟତା ପାଇଁ ବିଧାନସଭାରେ ଆଲୋଚନା ହୋଇଥିଲା। ତୁରନ୍ତ ଏହି ମାନ୍ୟତା ମିଳିବ। ଏହି ବିଶ୍ଵବିଦ୍ୟାଳୟରେ ତୁରନ୍ତ ଅଧ୍ୟାପକ ଓ ଅଧ୍ୟାପିକା ନିଯୁକ୍ତି କରାଯିବ। ଦୁଇରୁ ତିନି ବର୍ଷ ଭିତରେ ଯାହା ଭିତ୍ତିଭୂମି ଓ ମାନବ ସମ୍ବଳ ଦରକାର ତାହା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଆଶ୍ଵାସନା ଦେଇଛନ୍ତି। ଡିଜିଟାଲ ଯୁଗରେ ଓଡ଼ିଆ ଭାଷାକୁ ବ୍ୟବହାର କରନ୍ତୁ, ଓଡ଼ିଆରେ ସର୍ଚ୍ଚ କରନ୍ତୁ, ଓଡ଼ିଆ ଭାଷା ସାରା ବିଶ୍ଵ ଜାଣିବା ଦରକାର ବୋଲି ସେ ଗୁରୁତ୍ବାରୋପ କରିଥିଲେ। ସେହିପରି ମୁଖ୍ୟ ବକ୍ତା ଛାତ୍ରଛାତ୍ରୀଙ୍କୁ ନିଜ ଭବିଷ୍ୟତ ଗଠନ ଉପରେ ଫୋକସ୍ କରିବା ସହ ଯୁଗପଯୋଗୀ ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। କୁଳସଚିବ ଶାନ୍ତସୁଧା ପାତ୍ର ଉପସ୍ଥିତ ଥିଲେ।
Naveen Mourns Demise of Legendary Cricketer Anshuman Gaekwad
Next ArticleBJP Can Do Horse-Trading but Can Not Do Leader Trading: BJD
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
