ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଚିତାଲାଗି ନୀତି ସମ୍ପର୍ଣ୍ଣ
ଶ୍ରୀମନ୍ଦିରରେ ପାଳିତ ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ । “ଶ୍ରାବଣସ୍ୟ ଚ ଦର୍ଶେ ଅପିହ୍ୟରୁଣୋଦୟକାଳକେ। ନୈବେଦ୍ୟାମଧିକଂ ଦଦ୍ୟାତ୍ ପ୍ରାତଃ ପୂଜନକାଳକେ।। ସୁବର୍ଣ୍ଣରଚିତଂ ଦିବ୍ୟଂ ନାନାରତ୍ନସମୁଜ୍ଜ୍ଵଳମ୍। ତିଳକଂ ତୁ କପାଳେଷୁ ଦେବାନାଂ ଭିଲ୍ଲଜାତୟଃ।।” ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥାଏ। ଏହି ଦିନ ମହାପ୍ରଭୁଙ୍କ ସ୍ଵର୍ଣଚିତା ଲାଗି [...]
ଶ୍ରୀମନ୍ଦିରରେ ପାଳିତ ଅନେକ ଯାତ୍ରା , ଉପଯାତ୍ରା ତଥା ଉତ୍ସବାଦି ଓ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ ଉର୍ଦ୍ଧ ଉପଯାତ୍ରା , ଉତ୍ସବାଦି ମଧ୍ୟରେ ଚିତାଲାଗି ଅମାବାସ୍ୟା ଅନ୍ୟତମ ଅଟେ ।
“ଶ୍ରାବଣସ୍ୟ ଚ ଦର୍ଶେ ଅପିହ୍ୟରୁଣୋଦୟକାଳକେ।
ନୈବେଦ୍ୟାମଧିକଂ ଦଦ୍ୟାତ୍ ପ୍ରାତଃ ପୂଜନକାଳକେ।।
ସୁବର୍ଣ୍ଣରଚିତଂ ଦିବ୍ୟଂ ନାନାରତ୍ନସମୁଜ୍ଜ୍ଵଳମ୍।
ତିଳକଂ ତୁ କପାଳେଷୁ ଦେବାନାଂ ଭିଲ୍ଲଜାତୟଃ।।”
ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ରେ ଚିତା ଲାଗି ଅମାବାସ୍ୟା ନୀତି ପାଳିତ ହୋଇଥାଏ। ଏହି ଦିନ ମହାପ୍ରଭୁଙ୍କ ସ୍ଵର୍ଣଚିତା ଲାଗି ହୋଇଥାଏ।
ଏହି ଦିନ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନ ରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିଥାନ୍ତି। ଏହାପରେ ଶ୍ରୀଜୀଉମାନଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ। ଏହି ଦିନ ସାଗର ବିଜେ କରିଥିବା ଅମାବାସ୍ୟା ଠାକୁର ଶ୍ରୀମନ୍ଦିର କୁ ବାହୁଡା ବିଜେ କରିବା ପରେ ପତି ମହାପାତ୍ର , ବାଡ଼ଗ୍ରାହୀ ଦଇତା ମାନେ ରତ୍ନସିଂହାସନାଧିଷ୍ଠିତ ଶ୍ରୀଜୀଉ ଙ୍କର ଚିତାଲାଗି କାର୍ଯ୍ୟ କରିଥାନ୍ତି । ତିନୋଟି ସ୍ବର୍ଣ୍ଣ ଚିତା ଶ୍ରୀଜୀଉମାନଙ୍କ କପାଳର ଶୀର୍ଷ ଭାଗରେ ଓଷୁଅ ରେ ପାଟ ଡୋର ସାହାଯ୍ୟରେ ଏହାକୁ ଦୃଢ଼ ଭାବରେ ବନ୍ଧା ଯାଇଥାଏ।
ସୂଚନାଯୋଗ୍ୟ ଯେ ଏହି ରତ୍ନଖଚିତ ସ୍ବର୍ଣ୍ଣ ଚିତା କୁ ପୂର୍ବରୁ ଅର୍ଥାତ ସ୍ନାନପୂର୍ଣ୍ଣିମା ଦିନ ରାତ୍ରି ରେ ଶ୍ରୀଜୀଉମାନଙ୍କ ଶ୍ରୀକପାଳ ଦେଶରୁ ଓଲାଗି କରାଯାଇଥାଏ। ଏହି ଚିତାକୁ ଭଣ୍ଡାରରୁ ଅଣାଯାଇ ଶ୍ରୀମନ୍ଦିର ପରିସର ରେ ଦେଉଳକରଣ , ତଢ଼ାଉ କରଣ , ଶ୍ରୀମନ୍ଦିର ପ୍ରଶାସନ ର ପଦାଧିକାରୀ ଉପସ୍ଥିତି ରେ ବଣିଆ ସେବକ ଦ୍ୱାରା ସଫା କରାଯାଇଥାଏ ଓ ପୁନଃ ସଂସ୍ଥାପିତ ହୋଇଥାଏ। ଚିତାଲାଗି ନୀତି ଗୋପନୀୟ ହୋଇଥିବାରୁ ଏହି ସମୟରେ ଭକ୍ତ ଙ୍କୁ ଭିତରକାଠ ମଧ୍ୟକୁ ପ୍ରବେଶ କରିବାକୁ ବାରଣ କରାଯାଇଥାଏ।
ବଡ଼ ଠାକୁର ଶ୍ରୀ ବଳଭଦ୍ର ଙ୍କ ସ୍ୱର୍ଣ୍ଣ ଚିତା ମଝିରେ ଏକ ବଡ଼ ମର୍କତ ପଥର ରହିଛି । ଏହାର ଚାରି ପାର୍ଶ୍ୱରେ ପାଞ୍ଚୋଟି ବେଢ଼ରେ ଛୋଟ ଛୋଟ ମାଣିକ୍ୟ , ହୀରା , ମର୍କତ / ପାନ୍ନା ଏବଂ ନୀଳ ପଥର ଖଚିତ ହୋଇଛି।
ମହାପ୍ରଭୁ ଶ୍ରୀ ଜଗନ୍ନାଥ ଙ୍କ ସ୍ଵର୍ଣ୍ଣଚିତା ମଝିରେ ହୀରା ରହିଛି । ଚିତାର ସାତୋଟି ବେଢ଼ ରେ ମାଣିକ୍ୟ , ହୀରା , ପାନ୍ନା ଏବଂ ଓପଲ ଖଞ୍ଜା ଯାଇଛି। ଶେଷ ଅର୍ଥାତ ସପ୍ତମ ବେଢ଼ରେ ଶୀର୍ଷରେ ବା ଚିତାର ଶୀର୍ଷରେ ପାନପତ୍ର ଅକୃତିର ଏକ ହୀରା ପଥର ରହିଛି । ଏହାକୁ ବ୍ରହ୍ମଜ୍ୟୋତି ହୀରା କୁହାଯାଏ।
ଦେବୀ ସୁଭଦ୍ରା ଙ୍କ ଚିତା ମଝିରେ ଏକ ବଡ଼ ମାଣିକ୍ୟ ପଥର ରହିଛି । ଚିତାର ତିନୋଟି ବେଢ଼ରେ ପାନ୍ନା , ମର୍କତ , ହୀରା ଓ ମାଣିକ୍ୟ ରହିଛି।
ଏହି ତିନୋଟି ରତ୍ନଖଚିତ ସୁବର୍ଣ୍ଣ ଚିତାଗୁଡିକୁ ମର୍କତ ଚିତା , ହୀରଚିତା ଏବଂ ପାନ୍ନା ଚିତା କୁହାଯାଇଥାଏ। ଚିତା ଲାଗି ନୀତି ସମ୍ପର୍ଣ୍ଣ ହେଲା ପରେ ମହାସ୍ନାନ ବଢ଼ି ଅନ୍ୟାନ୍ୟ ନୀତି ହୋଇଥାଏ। ଏହି ତୀଥିରେ କେତେକ ନିଯୋଗ ମାନଙ୍କ ପକ୍ଷରୁ ଆଳତି ଭୋଗ ମଧ୍ୟ ହୋଇଥାଏ। ଏଥିରେ ଛେନା ତାଡ଼ିଆ , ଫାଳ ସୋଲା ପ୍ରଭୃତି ଭୋଗ ହୋଇଥାଏ।
ଇତିହାସ ପୃଷ୍ଠା ରୁ ଜଣାଯାଏ କି ରକ୍ତବାହୁ ଆକ୍ରମଣ ସମୟରେ ଚତୁର୍ଦ୍ଧାମୂର୍ତ୍ତି ଙ୍କୁ ସୁବର୍ଣ୍ଣପୁର ରେ ପାତଳୀ କରି ରଖା ଯାଇଥିଲା । ଆଦି ଶଙ୍କରାଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଯଯାତି କେଶରୀ ଶ୍ରୀଜୀଉମାନଙ୍କୁ ସେଠାରୁ ଆଣି ଶ୍ରୀମନ୍ଦିର ରେ ରତ୍ନବେଦୀରେ ପଟାଅଭିଷେକ କରାଇଥିଲେ ଏବଂ ଏହି ରତ୍ନଖଚିତ ସୁବର୍ଣ୍ଣ ଚିତା ଲାଗି କରାଇଥିଲେ । ସେହିଦିନ ଠାରୁ ଓଡ଼ିଶାର ପୁରପଲ୍ଲୀ ଶ୍ରାବଣ ମାସ ଅମାବାସ୍ୟା ଚିତା ଲାଗି ଅମାବାସ୍ୟା ନାମରେ ପରିଚିତ ହୋଇଛି।
ଏହି ଦିନ ପ୍ରତିହାରୀ ନିଯୋଗମାନଙ୍କ ପକ୍ଷରୁ ଆଳତି ଭୋଗ ହୋଇଥାଏ।
ସାମାଜିକ ବିକାଶର ମୂଳ ସୋପାନ ହେଉଛି ଶିକ୍ଷା ଓ ସଚେତନତା: ମୁଖ୍ୟମନ୍ତ୍ରୀ
Next Articleଗୀତା ଉପଦେଶ: ଭଗବାନ ସର୍ବଜ୍ଞ, ସର୍ବ ପୁରାତନ, ଶାସକ, ସୂକ୍ଷ୍ମତା ଠାରୁ ମଧ୍ୟ ସୂକ୍ଷ୍ମ, ସମସ୍ତଙ୍କର ପାଳନକର୍ତ୍ତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
