ଅମିତ୍ ରୋହିଦାସ୍ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ୟାରିସ୍ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମିତ୍ଙ୍କର ଭୂୟସୀ ପ୍ରଶଂସା କରି ତାଙ୍କୁ ଓଡିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅମିତ୍ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରକୃତ ପରିଚୟ। [...]
ଭୁବନେଶ୍ୱର: ପ୍ୟାରିସ୍ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମିତ୍ଙ୍କର ଭୂୟସୀ ପ୍ରଶଂସା କରି ତାଙ୍କୁ ଓଡିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅମିତ୍ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରକୃତ ପରିଚୟ। ଆମ ଓଡିଆ ଅସ୍ମିତାକୁ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଏକ ପବିତ୍ର ଦିନ। ଆଗାମୀ ଅଲମ୍ପିକ୍ସ ପାଇଁ ସଂକଳ୍ପର ଦିନ। ସାଢେ ଚାରି କୋଟି ଓଡିଶାବାସୀଙ୍କ ଶୁଭେଚ୍ଛା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ୨୦୨୮ ଲସ୍ ଏଞ୍ଜେଲେସ୍ ଅଲମ୍ପିକ୍ସରେ ଆମେ ସ୍ୱର୍ଣ୍ଣ ପଦକ ହାସଲ କରିବୁ ବୋଲି ଆଶାବ୍ୟକ୍ତ କରିଥିଲେ। ଭାରତୀୟ ହକି ଦଳକୁ ଓଡିଶାର ସ୍ପନ୍ସର୍ସିପ୍ ୨୦୩୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ।
ଅମିତ୍ଙ୍କ ହକି ଯାତ୍ରାର ସଫଳ କହାଣୀ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ଗଡ ଭାବେ ପରିଚିତ ସୁନ୍ଦରଗଡର ସଉନାମରା ଗାଁରେ ଅମିତ୍ ଜନ୍ମ ଗ୍ରହଣ କରିଥିଲେ। ଗାଁ ମାଟିରୁ ପାନ୍ପୋଷ ହଷ୍ଟେଲ ଓ ପାନ୍ପୋଷ ହଷ୍ଟେଲରୁ ଭାରତୀୟ ହକି ଦଳ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅତ୍ୟନ୍ତ ଗୌରବମୟ। ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ ଅମିତ୍ ରୋହିଦାସ୍ କହିଥିଲେ ଯେ ଓଡିଶାରେ ପହଞ୍ଚିବା ପାଇଁ ତାଙ୍କ ହୃଦୟ ବ୍ୟାକୁଳ ଥିଲା। ତେଣୁ ଭୁବନେଶ୍ୱର ପହଞ୍ଚି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ ବହୁତ ଖୁସି। ୫୨ ବର୍ଷ ପରେ ଆମେ (ଭାରତୀୟ ହକି ଦଳ) ଅଲମ୍ପିକ୍ସରେ ଲଗାତାର ପଦକ ଜିତି ରେକର୍ଡ ଭାଙ୍ଗିଛୁ ବୋଲି ସେ କହିଥିଲେ। ଓଡିଶା ଓ ଦେଶର କୋଟି କୋଟି କ୍ରୀଡାପ୍ରେମୀମାନଙ୍କ ଶୁଭେଚ୍ଛା ପାଇଁ ସେ ଧନ୍ୟବାଦ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କୁ ସେ ଅଲମ୍ପିକ୍ସର ଜର୍ସି ଓ ମାସ୍କଟ ଉପହାର ଦେଇଥିଲେ। ସେହି ଜର୍ସିରେ ଭାରତୀୟ ଦଳର ସବୁ ଖେଳାଳୀମାନଙ୍କର ଦସ୍ତଖତ ରହିଛି। ଏହି ଜର୍ସି ନିଶ୍ଚିତ ଭାବେ ଓଡିଶାର ସବୁ ହକି ଖେଳାଳୀଙ୍କୁ ପ୍ରେରଣା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ , ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ବାବୁ ସିଂ, ବିଧାୟକ ଆକାଶ ଦାସ ନାୟକ, ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କ୍ରୀଡା ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଓ କ୍ରୀଡା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
Bijay Patnaik Resigns from Congress
Next ArticleAsst Commissioner of CT-GST Enforcement Unit under Vigilance Scanner for Siphoning Govt Money
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
