୨୩ ତାରିଖରେ ଭିତର ଓ ବାହାର ରତ୍ନଭଣ୍ଡାରର ଖାଲି ଆଲମିରା ଓ ସିନ୍ଧୁକ ସ୍ଥାନାନ୍ତରଣ
ପୁରୀ: ଆସନ୍ତା ୨୩ ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ। ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ। ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା [...]
ପୁରୀ: ଆସନ୍ତା ୨୩ ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ ।
ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ। ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ। ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି ।
ତଦନୁଯାୟୀ, ୨୩ ତାରିଖ (ଶୁକ୍ରବାର ଦିନ) ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।
ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଂକାର ଏବଂ ମୂଲ୍ଯବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି।
Odisha Assembly Adjourned till 4 PM
Next ArticleSambalpur: RI, Amin Arrested for Taking Bribe
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
