ଜୟନ୍ତୀ ଅବସରରେ ରାଜୀବ ଗାନ୍ଧୀଙ୍କୁ ସଂସ୍କୃତି ବିଭାଗର ଶ୍ରଦ୍ଧାଞ୍ଜଳି
ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ଆଜି ପ୍ରତ୍ୟୁଷରେ ରାଜଧାନୀ ଭୁବନେଶ୍ଵର ରାଜୀବଭବନସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଭକ୍ତିପୂର୍ଣ ପରିବେଶରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି । ଏହି କାର୍ଯ୍ୟକ୍ରମରେ ସମାଜସେବୀ ପଣ୍ଡିତ ଗିରିଜା ଶଙ୍କର ମହାପାତ୍ର, ପ୍ରାଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଅମିତ୍ ପାତାଳସିଂହ, ଜୟ ଓଡ଼ିଶା ପକ୍ଷରୁ ହରପ୍ରିୟା ପଟ୍ଟଯୋଶୀ, ସ୍ଵରାଜ [...]
ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୮୦ତମ ଜୟନ୍ତୀ ଆଜି ପ୍ରତ୍ୟୁଷରେ ରାଜଧାନୀ ଭୁବନେଶ୍ଵର ରାଜୀବଭବନସ୍ଥିତ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଭକ୍ତିପୂର୍ଣ ପରିବେଶରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି ।
ଏହି କାର୍ଯ୍ୟକ୍ରମରେ ସମାଜସେବୀ ପଣ୍ଡିତ ଗିରିଜା ଶଙ୍କର ମହାପାତ୍ର, ପ୍ରାଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଅମିତ୍ ପାତାଳସିଂହ, ଜୟ ଓଡ଼ିଶା ପକ୍ଷରୁ ହରପ୍ରିୟା ପଟ୍ଟଯୋଶୀ, ସ୍ଵରାଜ ସୂତାର, ଜ୍ୟୋତିରଂଜନ ରାଉତ, ରଶ୍ମି ପ୍ରଧାନ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବକ୍ତାମାନେ ନିଜ ବକ୍ତବ୍ୟରେ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କ ଗୁଣାବଳୀର ସ୍ମୃତିଚାରଣ କରିଥିଲେ ।
ଶ୍ରୀମୀତ ଇନ୍ଦିରା ଗାନ୍ଧୀ ଆତତାୟୀ ଗୁଳିରେ ନିହତ ହେଲାପରେ ୪୦ ବର୍ଷ ବୟସରେ ରାଜୀବ ଗାନ୍ଧୀ ଭାରତ ବର୍ଷର ଯୁବ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ଵ ଗ୍ରହଣ କରି ଭାରତରେ ଟେଲି ବିପ୍ଳବ ଆରମ୍ଭ କରି ଟେଲିକମ୍ କ୍ଷେତ୍ରରେ ଭାରତକୁ ଅଗ୍ରଣୀ କରିଥିଲେ । ତାଙ୍କ ସମୟରେ ୧୮ବର୍ଷ ବୟସର ବ୍ୟକ୍ତିଙ୍କୁ ଭୋଟଦାନର ଅଧିକାର ପ୍ରଦାନ କରି ଦେଶରେ ଗଣତନ୍ତ୍ର ଭିଭିଭୂମିକୁ ସୁଦୃଢ କରିଥିଲେ ବୋଲି ମତ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ସଚିବ ସ୍ତରୀୟ ବୈଠକ: ଯୋଜନା ଅନୁଯାୟୀ କାର୍ଯ୍ୟକ୍ରମ ତ୍ୱରାନ୍ୱିତ କରି ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Next ArticleGanjam Hooch Tragedy: One Dead, Several under Treatment
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
