ଜାରିହେଲା ‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶୀକା
ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି, ଅଗଷ୍ଟ ୨୯ ତାରିଖ ୨୦୨୪ରେ ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶୀକା ଜାରି କରାଯାଇଛି | ହିତାଧିକାରୀମାନେ ଯେପରି ଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ଏହି ମାର୍ଗଦର୍ଶୀକା ପ୍ରସ୍ତୁତ କରାଯାଇଛି | ଏହି ମାର୍ଗଦର୍ଶୀକା ଅନୁଯାୟୀ ହିତାଧିକାରୀଙ୍କ [...]
ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି, ଅଗଷ୍ଟ ୨୯ ତାରିଖ ୨୦୨୪ରେ ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶୀକା ଜାରି କରାଯାଇଛି |
ହିତାଧିକାରୀମାନେ ଯେପରି ଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ଏହି ମାର୍ଗଦର୍ଶୀକା ପ୍ରସ୍ତୁତ କରାଯାଇଛି | ଏହି ମାର୍ଗଦର୍ଶୀକା ଅନୁଯାୟୀ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତଦୁର୍ଦ୍ଧ ଓ ୬୦ ବର୍ଷରୁ କମ୍ ହେଇଥିବା ଆବଶ୍ୟକ। ଯୋଗ୍ୟ ମହିଳାଙ୍କ କେବଳ ନିଜ ନାମରେ ଆଧାର କାର୍ଡ/ଆଧାର ନମ୍ବର ରହିବା ସହ ସେମାନଙ୍କ ମୋବାଇଲ ନମ୍ବର ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ | ଏକକ- ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ବ୍ୟାଙ୍କ ଆକାଉଣ୍ଟ) ଥିବା ସହ ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ନିହାତି ଆବଶ୍ୟକ | ସହଜ କାରବାର କରିବା ପାଇଁ ସମସ୍ତ ହିତାଧିକାରୀଙ୍କୁ ଏକ ସୁଭଦ୍ରା କାର୍ଡ ପ୍ରଦାନ କରାଯିବ | ସମସ୍ତ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ପାଇଁ ଦୁଇଟି କିସ୍ତିରେ ବାର୍ଷିକ ୧୦,୦୦୦ ହାରରେ ୫୦,୦୦୦ଟଙ୍କା ପ୍ରଦାନ କରାଯିବ | ପ୍ରତିବର୍ଷ ପ୍ରଥମ କିସ୍ତି ରକ୍ଷା ବନ୍ଧନ ଦିବସରେ ଓ ଦ୍ବିତୀୟ କିସ୍ତି ଆନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯିବ |
ମହିଳାମାନଙ୍କ ମଧ୍ୟରେ ଡିଜିଟାଲ ଆର୍ଥିକ ସାକ୍ଷରତାକୁ ବ୍ୟାପକ କରିବା ପାଇଁ ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ଓ ପୌରାଞ୍ଚଳ ସଂସ୍ଥାରୁ ସର୍ବାଧିକ ଡିଜିଟାଲ କାରବାର କରୁଥିବା ୧୦୦ ଜଣ ମହିଳାଙ୍କୁ ଅତିରିକ୍ତ ୫୦୦ ଟଙ୍କା ପୁରସ୍କାର ଆକାରରରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ |
ମହିଳାମାନଙ୍କ ସର୍ବାଙ୍ଗୀନ ଉନ୍ନତିକୁ ସୁଦୃଢ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ | ଏହି ଯୋଜନାର ସଫଳ ରୂପାୟନ ନିମନ୍ତେ ଏହି ମାର୍ଗଦର୍ଶୀକା ଜାରି କରାଯାଇଛି।
CM Declares September 9 as Nuakhai Holiday
Next ArticleBalasore: Odisha Vigilance Conducts House Searches of DEO Office Junior Assistant
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
