ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା, ୟଶ ଦୟାଲ ନୂଆ ମୁହଁ
ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ସେପ୍ଟେମ୍ବର ୧୯ରୁ ଚେନ୍ନାଇରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ଦଳରେ ଯୁବ ଦ୍ରୁତ ବୋଲର ୟଶ ଦୟାଲ ହେଉଛନ୍ତି ନୂଆ ମୁହଁ | ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ସର୍ଫରାଜ ଖାନ ଏବଂ ୱିକେଟ୍ କିପର ଧ୍ରୁବ ଜୁରେଲଙ୍କୁ ନିଜ ସ୍ଥାନ ବଜାୟ ରଖିଛନ୍ତି। ବିରାଟ କୋହଲି, କେ.ଏଲ୍ ରାହୁଲ ଏବଂ [...]
ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ସେପ୍ଟେମ୍ବର ୧୯ରୁ ଚେନ୍ନାଇରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ଦଳରେ ଯୁବ ଦ୍ରୁତ ବୋଲର ୟଶ ଦୟାଲ ହେଉଛନ୍ତି ନୂଆ ମୁହଁ | ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ସର୍ଫରାଜ ଖାନ ଏବଂ ୱିକେଟ୍ କିପର ଧ୍ରୁବ ଜୁରେଲଙ୍କୁ ନିଜ ସ୍ଥାନ ବଜାୟ ରଖିଛନ୍ତି। ବିରାଟ କୋହଲି, କେ.ଏଲ୍ ରାହୁଲ ଏବଂ ୱିକେଟ୍ କିପର ରିଷଭ ପନ୍ତ ମଧ୍ୟ ବାଂଲାଦେଶ ବିପକ୍ଷ ସିରିଜ୍ ପାଇଁ ଟେଷ୍ଟ ଦଳକୁ ଫେରିଛନ୍ତି। ଏହି ତିନିଜଣ ଇଂଲଣ୍ଡ ବିପକ୍ଷ ଗତ ଘରୋଇ ସିରିଜର ଅଂଶ ନଥିଲେ ।
ସେପ୍ଟେମ୍ବର ୧୯ରୁ ବାଂଲାଦେଶର ଭାରତ ଗସ୍ତ ଆରମ୍ଭ ହେବ | ପ୍ରଥମ ଟେଷ୍ଟ ଚେନ୍ନାଇରେ ଏବଂ ଦ୍ୱିତୀୟ ଟେଷ୍ଟ ସେପ୍ଟେମ୍ବର ୨୭ରୁ କାନପୁରରେ ଖେଳାଯିବ | ଦୁଇ ଦଳ ମଧ୍ୟରେ ତିନୋଟି ଟି-୨୦ ମ୍ୟାଚ୍ ମଧ୍ୟ ଖେଳାଯିବ । ଏହି ତିନୋଟି ଟି-୨୦ ମ୍ୟାଚ୍ ଅକ୍ଟୋବର ୬, ୯ ଏବଂ ୧୨ ତାରିଖରେ ଯଥାକ୍ରମେ ଗ୍ୱାଲିୟର, ଦିଲ୍ଲୀ ଏବଂ ହାଇଦ୍ରାବାଦରେ ଅନୁଷ୍ଠିତ ହେବ।
ଭାରତୀୟ ଟେଷ୍ଟ ଦଳ (ପ୍ରଥମ ଟେଷ୍ଟ ପାଇଁ):
ରୋହିତ ଶର୍ମା (ଅଧିନାୟକ), ଯଶସ୍ୱୀ ଜୈସୱାଲ, ଶୁଭମାନ ଗିଲ୍, ବିରାଟ କୋହଲି, କେ.ଏଲ୍ ରାହୁଲ, ସର୍ଫରାଜ ଖାନ, ରିଷଭ ପନ୍ତ (ୱିକେଟ୍ କିପର), ଧ୍ରୁବ ଜୁରେଲ (ୱିକେଟ୍ କିପର), ରବିଚନ୍ଦ୍ରନ୍ ଅଶ୍ୱିନ୍, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଯସପ୍ରୀତ ବୁମରା ଏବଂ ୟଶ ଦୟାଲ ।
ଅନ୍ତର୍ଜାତୀୟ କ୍ରିକେଟରୁ ମୋଇନ ଅଲିଙ୍କ ଅବସର
Next Articleସମ୍ବଲପୁରରେ ସି.ଏମ କିଷାନ ସହାୟତା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
