୨୬ରେ ସବୁ ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ, ସରକାରକୁ ଘେରିବାକୁ ପ୍ରସ୍ତୁତି
ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ବିଜେଡି ପାଳିବ ୨୮ ତମ ପ୍ରତିଷ୍ଠା ଦିବସ। ରାଜ୍ୟର ସବୁ ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ। ଏହି ଅବସରରେ ରାଜ୍ଯ ଆଉ କେନ୍ଦ୍ର ସରକାରକୁ ହେବ ଶାଣିତ ଆକ୍ରମଣ। ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳ ତାର ରଣନୀତି ଚୂଡାନ୍ତ କରିଛି। ଦଳର ବରିଷ୍ଠ ନେତା ତଥା ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ନବୀନ [...]
ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ବିଜେଡି ପାଳିବ ୨୮ ତମ ପ୍ରତିଷ୍ଠା ଦିବସ। ରାଜ୍ୟର ସବୁ ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ। ଏହି ଅବସରରେ ରାଜ୍ଯ ଆଉ କେନ୍ଦ୍ର ସରକାରକୁ ହେବ ଶାଣିତ ଆକ୍ରମଣ। ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳ ତାର ରଣନୀତି ଚୂଡାନ୍ତ କରିଛି।
ଦଳର ବରିଷ୍ଠ ନେତା ତଥା ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀପ୍ରସାଦ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଶକ୍ତିଶାଳୀ ଆଞ୍ଚଳିକ ଦଳ ହୋଇଛି। ପ୍ରତି ବର୍ଷ ଭଳି ଏଥର ବି ଡିସେମ୍ବର ୨୬ ରେ ସବୁ ନିର୍ବାଚନ ମଣ୍ଡଳୀରେ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ୨୮ ତମ ପ୍ରତିଷ୍ଠା ଦିବସ। ବିକାଶର ଅନ୍ୟ ନାଁ ବିଜେଡି। ଏହି ବାର୍ତ୍ତାକୁ ଲୋକଙ୍କୁ ପୁଣି ଜଣାଇବୁ ବିଜେପିର ନିର୍ବାଚନୀ ଇସ୍ତାହାର ଉଲ୍ଲଂଘନରୁ ଆରମ୍ଭ କରି ଦରଦାମ ବୃଦ୍ଧି ଆଦି ଅନେକ ପ୍ରସଙ୍ଗରେ ଲୋକଙ୍କୁ ଅବଗତ କରାଯିବ। ଏହି ଦୁଇ ପ୍ରସଙ୍ଗ ରେ ନୂଆ ବର୍ଷରେ ଜାନୁଆରୀ ୬ ତାରିଖରେ ଭୁବନେଶ୍ୱରରେ ଦଳ ଆନ୍ଦୋଳନକୁ ଓହ୍ଲାଇବ।
ଜନସାଧାରଣ ଯେପରି ଦରଦାମରେ ଅତିଷ୍ଠ ହେଲେଣି ସେଥିପାଇଁ ସଚେତନ କରାଯିବ ବୋଲି ଶ୍ରୀ ମିଶ୍ର କହିଛନ୍ତି।
Odisha Govt Transfers IAS Officer Bishnupada Sethi from 3 Major Depts Following CBI Summons in Bribery Case
Next Articleଦରଦାମ ବୃଦ୍ଧି ପ୍ରତିବାଦରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବିଜେଡି: ସଞ୍ଜୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
