ଗଞ୍ଜାମରେ ଭୁଶୁଡୁଛି ବିଜେପି ଗଡ: ବିଜେଡିରେ ମିଶିଲେ ବହୁ ଛାମୁଆ ନେତା
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ସାଧାରଣ ନିର୍ବାଚନର ମାତ୍ର ୭ ମାସ ନ ପୁରୁଣୁ ଶାସକ ବିଜେପିର ଦୁର୍ଗ ଦୋହଲି ଗଲାଣି। ଆଜି ହିଞ୍ଜଳି ନିର୍ବାଚନ ମଣ୍ଡଳୀର ବିଜେପିର ବହୁ ଛାମୁଆ ନେତା ପଦ୍ମ ଛାଡି ଶଂଖ ଧରିଛନ୍ତି। ଆଜି ନବୀନ ନିବାସରେ ବିଜେଡିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି ଆଜି ବିଜେପି ଛାଡି ବିଜେଡିରେ ମିଶିଛନ୍ତି। ବୁରୁପଡା [...]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ସାଧାରଣ ନିର୍ବାଚନର ମାତ୍ର ୭ ମାସ ନ ପୁରୁଣୁ ଶାସକ ବିଜେପିର ଦୁର୍ଗ ଦୋହଲି ଗଲାଣି। ଆଜି ହିଞ୍ଜଳି ନିର୍ବାଚନ ମଣ୍ଡଳୀର ବିଜେପିର ବହୁ ଛାମୁଆ ନେତା ପଦ୍ମ ଛାଡି ଶଂଖ ଧରିଛନ୍ତି। ଆଜି ନବୀନ ନିବାସରେ ବିଜେଡିର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି।
ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି ଆଜି ବିଜେପି ଛାଡି ବିଜେଡିରେ ମିଶିଛନ୍ତି। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେଡିରେ ସାମିଲ ହୋଇଛନ୍ତି। ହିଞ୍ଜିଳି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ଯେଉଁଠାରୁ ସେ ଲଗାତାର ୬ ଥର ବିଧାୟକ ଭାବେ ଜିତିଛନ୍ତି। ଗତ ନିର୍ବାଚନରେ ବି ହିଞ୍ଜିଳିବାସୀ ନବୀନଙ୍କ ଉପରେ ଆଶୀର୍ବାଦ ବର୍ଷା କରି ବିଧାୟକ କରିଛନ୍ତି। ତେବେ ଆଜି ଦଳରେ ସାମିଲ ହୋଇଥିବା ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକ ସ୍ୱାଗତ କରିଛନ୍ତି। ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ବିଜେଡିକୁ ଅଧିକ ସଂଗଠିତ କରିବାକୁ ସମସ୍ତେ ସଂକଳ୍ପବଦ୍ଧ ବୋଲି ପ୍ରକାଶ କରିଛନ୍ତି।
ସରପଞ୍ଚ ସନ୍ତୋଷିନୀ ବେହେରା ବିଜେଡିରେ ସାମିଲ ହୋଇ ବହୁତ ଖୁସି ଥିବା କହିଛନ୍ତି।
ଗତ ସାତ ମାସ ହେଲାଣି ବିଜେପି କିଛି କାମ କରୁନି ବୋଲି ବିଜେଡିରେ ସାମିଲ ହୋଇଥିବା ସନ୍ତୋଷିନୀ କହିଛନ୍ତି। ସେହିପରି ବିଜେଡି ସମନ୍ଵୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର କହିଛନ୍ତି ଯେ ଆଜିର ପଦକ୍ଷେପ ଦ୍ବାରା ଗଞ୍ଜାମ ଜିଲ୍ଲାରେ ବିଜେଡିର ସଂଗଠନ ଆହୁରି ସୂଦୃଢ ହେବ। ଅନ୍ୟ ମାନଙ୍କ ମଧ୍ଯରେ ବିଜେଡି ସଭ୍ଯ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା ପ୍ରମୁଖ ବିଜେପିର ପ୍ରତାରଣା କଥାକୁ ଊଲ୍ଲେଖ କରି ପ୍ରବଳ ବର୍ଷିଥିଲେ।
Singapore President arrives in Bhubaneswar on two-day Odisha visit
Next Articleଗଞ୍ଜାମରେ ଦୋହଲୁଛି ବିଜେପି : ବିଜେଡିରେ ମିଶିଲେ ବହୁ ଛାମୁଆ ନେତା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
