ବିଷାକ୍ତ ମଦ୍ୟପାନ ଘଟଣା: ଆଉ ୫ ଚିକିଟି ଡାକ୍ତରଖାନାରେ ଭର୍ତ୍ତି
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ମାଉନ୍ଦପୁରରେ ବିଷାକ୍ତ ମଦ୍ୟପାନ ଘଟଣାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଆଉ ୫ ଜଣ ଅସୁସ୍ଥ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ପାର୍ କରିଛି। ସେପଟେ ଅନ୍ୟୁନ ୧୦ ଜଣଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ନ ଆସିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ୍ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ଜଣକୁ ଏମକେସିଜି ଅଣାଯାଇଥିଲା। ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି [...]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ମାଉନ୍ଦପୁରରେ ବିଷାକ୍ତ ମଦ୍ୟପାନ ଘଟଣାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଆଉ ୫ ଜଣ ଅସୁସ୍ଥ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ପାର୍ କରିଛି। ସେପଟେ ଅନ୍ୟୁନ ୧୦ ଜଣଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ନ ଆସିବାରୁ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ୍ କଲେଜ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ଜଣକୁ ଏମକେସିଜି ଅଣାଯାଇଥିଲା। ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ବ୍ରହ୍ମପୁର ଅବକାରୀ ଜିଲ୍ଲା ଅଧିକ୍ଷକ ବଡ଼ ଡ଼ାକ୍ତରଖାନାରେ ରୋଗୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବୁଝିଛନ୍ତି।
ଏବେବି କିଛି ଲୋକ ଅସୁସ୍ଥତା ସତ୍ତ୍ୱେ ଗାଁରେ ଘରେ ରହି ଘରୋଇ ଚିକିତ୍ସା କରୁଥିବା ଜଣାପଡ଼ିଛି। ଅବକାରୀ ଓ ପୋଲିସ ବିଭାଗ ଏହି ଘଟଣାରେ ଉକ୍ତ ଗାଁରେ ଚଢ଼ାଉ କରି ମଦ ପ୍ରସ୍ତୁତି ଓ ବିକ୍ରି ଅଭିଯୋଗରେ ୫ ଜଣଙ୍କୁ କାବୁ କରି ପଚରାଉଚରା କରୁଥିବା ଜଣାପଡ଼ିଛି। ମାଉନ୍ଦପୁର ଗାଁରେ ଗତକାଲି ରାତି ଠାରୁ ଚଢ଼ାଉ ଜାରି ରହିଛି। ଜିଲ୍ଲାପାଳ ଓ ଅବକାରୀ କମିଶନର ଉକ୍ତ ଗାଁକୁ ଯାଇ ସ୍ଥିତି ପରଖିବେ ବୋଲି ଜଣାଯାଇଛି।
Over 15 Hospitalized after Consuming Hooch in Ganjam
Next ArticleOdisha Assembly Adjourned till 4 PM
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
