ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ [...]
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ ।
ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।
ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।
ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।
ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ।
ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ ।
Kendrapara: Class 10 Girl ‘Gang-Raped’ on Raksha Bandhan
Next ArticleThreatening graffiti found near Jagannath Temple, Puri Police on high alert
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
