ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)
ଭୁବନେଶ୍ବର; ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, [...]
ଭୁବନେଶ୍ବର; ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)।
ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର ସତ୍ୟବାଦୀ, କେନ୍ଦୁଝର ଜିଲ୍ଲାର ସହରପଡ଼ା ଓ ହରିଚନ୍ଦନପୁର, ମୟୁରଭଞ୍ଜ ଜିଲ୍ଲାର ବହଳଦା, ରାରୁଆଁ, ବିଶୋଇ ଓ ବାରିପଦା, ଜଗତସିଂହପୁର ଜିଲ୍ଲାର ବାଲିକୁଦା ଓ ନୂଆଗାଁ, ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରା, ଲେଫ୍ରିପଡ଼ା, ବରଗାଁ ଓ କୁଆଁରମୁଣ୍ଡା, କଟକ ଜିଲ୍ଲାର ବାରଙ୍ଗ ଓ କଣ୍ଟାପଡ଼ା, ସୋନପୁର ଜିଲ୍ଲାର ଉଲୁଣ୍ଡା, ବରଗଡ଼ ଜିଲ୍ଲାର ଭଟଲି, ଝାରସୁଗୁଡ଼ା ଜିଲ୍ଲାର କୋଲାବିରା, ଖୋର୍ଦ୍ଧା ଜିଲ୍ଲାର ବାଣପୁର, କୋରାପୁଟ ଜିଲ୍ଲାର ପଟାଙ୍ଗୀ, ଯାଜପୁର ଜିଲ୍ଲାର ରସୁଲପୁର, କୋରେଇ ଓ ଧର୍ମଶାଳା, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ, କନ୍ଧମାଳ ଜିଲ୍ଲାର ଟିକାବାଲି, କେ ନୂଆଗାଁ ଓ ଖଜୁରିଆପଡ଼ା, ଭଦ୍ରକ ଜିଲ୍ଲାର ତିହିଡ଼ି, ମାଲକାନଗିରି ଜିଲ୍ଲାର ଖଇରପୁଟ, ଢେଙ୍କାନାଳ ଜିଲ୍ଲାର ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଏବଂ ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡି, ଧରାକୋଟ ଓ ଗଞ୍ଜାମ ।
ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ ସରକାର ଏହି କୋର୍ଟ ଗୁଡିକ ଗଠନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେବା ପରେ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏହି ତିନୋଟି କୋର୍ଟ ଗଠନ ହେବା ପରେ ଏହି ସବୁ ରାଜସ୍ୱ ତହସିଲ ଉପରେ କ୍ଷେତ୍ରାଧିକାର (Jurisdiction) ଥିବା ଅନ୍ୟ ସମସ୍ତ ଜୁନିୟର ଡିଭିଜନ୍ ସିଭିଲ୍ ଜଜ୍ କୋର୍ଟ ଗୁଡିକର ଅଧିକାର ସମାପ୍ତ ହେଲା।
ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ
Next ArticleOdisha Vigilance Arrests Contractor for Embezzling Rs. 57 Lakh Govt Funds
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
