ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି: ଦୂରହେଲା ଦ୍ୱନ୍ଦ୍ୱ, ମାତୃତ୍ୱ ଛୁଟି ସମସ୍ୟା ଦୂରହେଲା
ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ [...]
ଭୁବନେଶ୍ୱର: ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା । ଏବେ ସେହି ଦ୍ୱନ୍ଦ୍ୱ ଦୂର ହୋଇଛି। ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ ସମୟରେ ୧୮୦ ଦିନର ଛୁଟି କେଉଁ ପରିସ୍ଥିତିରେ କିପରି ନେବେ, ସେ ସମ୍ପର୍କରେ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ କରାଯାଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ମହିଳା ସରକାରୀ କର୍ମଚାରୀ ମାନେ ମାତୃତ୍ୱ କ୍ଷେତ୍ରରେ ଛୁଟି ପାଇବାରେ ଯେଉଁ ସମସ୍ୟାର ସମ୍ମୁଖୀନ ହେଉଥିଲେ ତାହା ଦୂର ହୋଇଛି।
ଏହା ସହିତ, ଜଣେ ମହିଳା ସରକାରୀ କର୍ମଚାରୀ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନ ଥାଇ, ପରବର୍ତ୍ତୀ ସମୟରେ ସେବାରେ ଯୋଗ ଦେବା ପରେ, ମାତୃତ୍ଵ ଛୁଟି ଉପଲବ୍ଧ କରିବା ଉପରେ ମଧ୍ୟ ଦ୍ୱନ୍ଦ୍ବ ଥିଲା । ସେ ସମସ୍ୟା ମଧ୍ୟ ଦୂର ହୋଇ ପାରିଛି। ଏହା ସହିତ ଗର୍ଭପାତ, ଜନ୍ମିତ ଶିଶୁର ମୃତ୍ୟୁ ଓ ମୃତ ଶିଶୁ ଜନ୍ମ କ୍ଷେତ୍ରରେ ମଧ୍ୟ ଛୁଟି ନେବାର ନିର୍ଦ୍ଦିଷ୍ଟ ନିୟମ କରାଯାଇଛି।
ନୂତନ ନିଷ୍ପତ୍ତି ଅନୁଯାୟୀ ସମ୍ଭାବ୍ୟ ପ୍ରସବ ତାରିଖର ତିନି ମାସ ପୂର୍ବରୁ ଏବଂ ପ୍ରସବ ତାରିଖର ଛଅ ମାସ ମଧ୍ୟରେ, ଜଣେ ମହିଳା ସରକାରୀ କର୍ମଚାରୀ ୧୮୦ ଦିନର ମାତୃତ୍ଵ ଛୁଟି ନେଇପାରିବେ । କିନ୍ତୁ, ଜଣେ ମହିଳା ସରକାରୀ କର୍ମଚାରୀ ଯିଏ ଶିଶୁ ଜନ୍ମ ସମୟରେ ସରକାରୀ ସେବାରେ ନଥିଲେ, ସେ ସରକାରୀ ସେବାରେ ଯୋଗ ଦେବା ପରେ, ତାଙ୍କର ଶିଶୁକୁ ଛଅ ମାସ ହେବା ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ତେଣୁ ଏହି କ୍ଷେତ୍ରରେ, ମାତୃତ୍ବ ଛୁଟି ୧୮୦ ଦିନରୁ କମ୍ ହେବ | ଉଦାହରଣ- ଜଣେ ମହିଳାଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ତାଙ୍କର ଶିଶୁକୁ ୨୭.୦୯.୨୦୨୫ରେ ଛଅ ମାସ ପୂର୍ଣ୍ଣ ହେବ । ଯଦି ସେ ୧୯.୦୬.୨୦୨୫ ତାରିଖରେ ସରକାରୀ ସେବାରେ ଯୋଗ ଦେଇ ମାତୃତ୍ବ ଛୁଟି ପାଇଁ ଆବେଦନ କରନ୍ତି, ତେବେ ସେ ୨୦.୦୬.୨୦୨୫ ରୁ ୨୭.୦୯.୨୦୨୫ ତାରିଖ ପର୍ଯ୍ୟନ୍ତ (ଅର୍ଥାତ୍ କେବଳ ୧୦୦ ଦିନ) ମାତୃତ୍ବ ଛୁଟି ପାଇଁ ଯୋଗ୍ୟ ହେବେ ।
ଜଣେ ମହିଳା ସରକାରୀ କର୍ମଚାରୀ ମାତୃତ୍ଵ ଛୁଟିରେ ଥିବା ସମୟରେ ଯଦି ଗର୍ଭପାତ କିମ୍ବା ଜନ୍ମିତ ଶିଶୁର ମୃତ୍ୟୁ (ଜନ୍ମର ୨୮ ଦିନ ମଧ୍ୟରେ) କିମ୍ବା ମୃତ ଶିଶୁ ଜନ୍ମ (୨୮ ସପ୍ତାହ କିମ୍ବା ତଦୁର୍ଦ୍ଧ୍ବ ସମୟର ଗର୍ଭଧାରଣ ପରେ ଯଦି ନିର୍ଜୀବ ଶିଶୁର ଜନ୍ମ ହୁଏ) ହୁଏ, ତେବେ ତାଙ୍କର ମାତୃତ୍ବ ଛୁଟିର ଅବଧି ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ରହିବ । କିନ୍ତୁ ଯଦି ଶିଶୁର ମୃତ୍ୟୁ ଜନ୍ମର ୨୯ ଦିନରୁ ୧୨୦ ଦିନ ମଧ୍ୟରେ ହୁଏ, ତେବେ ସମ୍ପୃକ୍ତ ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ବ ଛୁଟି ସେହି ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ରହିବ । ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଶେଷ ହୋଇଯାଇଥିବ, ତେବେ ସେ ୧୪ ଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ କିମ୍ବା ଯଦି ତାଙ୍କର ମାତୃତ୍ବ ଛୁଟିର ଅବଧି ଦୁର୍ଘଟଣା ଦିନଠାରୁ ୧୪ ଦିନ ଭିତରେ ଶେଷ ହୋଇଯାଉଥିବ, ତେବେ ସେ ୧୪ ଦିନରୁ ଯେତିକି ଦିନ ବଳକା ରହିଯାଉଥିବ, ସେତିକିଦିନର ସ୍ବତନ୍ତ୍ର ମାତୃତ୍ବ ଛୁଟି ପାଇବେ ।
ଉଦାହରଣ-୧: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ସମ୍ଭାବ୍ୟ ପ୍ରସବ ତାରିଖ (EDD) ହେଉଛି ୩୦.୦୬.୨୦୨୫ ଏବଂ ସେ ଚିକିତ୍ସାଜନିତ ଜଟିଳତା ହେତୁ ଉପରୋକ୍ତ EDDର ତିନି ମାସ ପୂର୍ବରୁ ଯଥା ୦୧.୦୪.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି । ଯଦି ତାଙ୍କର ୦୧.୦୬.୨୦୨୫ ତାରିଖରେ ମୃତ ଶିଶୁ ଜନ୍ମ (still birth) ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭ ୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।
ଉଦାହରଣ-୨: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୮.୦୪.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, ତେବେ ସେହି ତାରିଖରୁ ୪୨ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୦୮.୦୬.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।
ଉଦାହରଣ-୩: ଜଣେ ମହିଳା ସରକାରୀ କର୍ମଚାରୀଙ୍କ ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୦୧.୦୫.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍, ଜନ୍ମର ୨୮ ଦିନ ପରେ ଶିଶୁର ମୃତ୍ୟୁ ହୁଏ) ତେବେ ସେହି ତାରିଖରୁ ୧୪ ପର୍ଯ୍ୟନ୍ତ ଅର୍ଥାତ୍ ୧୪.୦୫.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ଵ ଛୁଟି ନେଇପାରିବେ ।
ଉଦାହରଣ-୪: ଜଣେ ମହିଳା ସରକାରୀ କର୍ମଚାରୀ ୩୧.୦୧.୨୦୨୫ ତାରିଖରୁ ମାତୃତ୍ଵ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ବ ଛୁଟି ଅବଧିର ଶେଷ ଦିନରେ ) ତେବେ ସେହି ତାରିଖରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୨.୦୭.୨୦୨୫ ତାରିଖ ପର୍ଯ୍ୟନ୍ତ ସେ ମାତୃତ୍ବ ଛୁଟି ନେଇପାରିବେ ।
ଉଦାହରଣ-୫: ଜଣେ ମହିଳା ସରକାରୀ କର୍ମଚାରୀ ୦୭.୦୨.୨୦୨୫ ତାରିଖରୁ ୦୫.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ (ଛଅ ମାସ) ମାତୃତ୍ବ ଛୁଟି ନେଇଛନ୍ତି ଏବଂ ତାଙ୍କର ପ୍ରସବ ତାରିଖ ହେଉଛି ୦୧.୦୪.୨୦୨୫ । ଯଦି ୨୯.୦୭.୨୦୨୫ ତାରିଖରେ ତାଙ୍କର ଜନ୍ମିତ ଶିଶୁର ମୃତ୍ୟୁ ହୁଏ, (ଅର୍ଥାତ୍, ଜନ୍ମର ୧୨୦ ଦିନରେ ଏବଂ ମାତୃତ୍ଵ ଛୁଟି ଅବଧିର ୧୭୩ ଦିନରେ ) ତେବେ ସେ ଦୁର୍ଘଟଣା ଦିନଠାରୁ ୧୪ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଅର୍ଥାତ୍ ୧୨.୦୮.୨୦୨୫ ତାରିଖ ପର୍ଯ୍ୟନ୍ତ ମାତୃତ୍ଵ ଛୁଟି ନେଇପାରିବେ । ଏହି କ୍ଷେତ୍ରରେ, ତାଙ୍କର ମାତୃତ୍ବ ଛୁଟିର ଅବଧି ୧୮୭ ଦିନ (୦୭.୦୨.୨୦୨୫ ଠାରୁ ୧୨.୦୮.୨୦୨୫ ପର୍ଯ୍ୟନ୍ତ) ହେବ ।
ଦୁଇଟିରୁ କମ୍ ଜୀବିତ ପିଲା ଥିବା ମହିଳା ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ, ଏହି ମାତୃତ୍ଵ ଛୁଟି ପ୍ରଦାନ କରାଯିବ । ଶିଶୁ ପ୍ରସବ ଯେକୌଣସି ସ୍ବୀକୃତିପ୍ରାପ୍ତ ଚିକିତ୍ସାଳୟରେ ହେବା ଆବଶ୍ୟକ । ଯଦି ମାତୃତ୍ବ ଛୁଟି ସମୟରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଉଚ୍ଚ ପଦବୀକୁ ପଦୋନ୍ନତି ଦିଆଯାଏ, ତେବେ ତାଙ୍କର ସେହି ଉଚ୍ଚ ପଦବୀରେ ଯୋଗଦାନ ରିପୋର୍ଟ ( ହାର୍ଡ କିମ୍ବା ସଫ୍ଟ କପି ) ଯେଉଁଦିନ ଉପଯୁକ୍ତ କର୍ତ୍ତୃପକ୍ଷ ପାଇବେ, ସେହିଦିନ ସେ ସେହି ଉଚ୍ଚ ପଦବୀରେ ଯୋଗ ଦେଲେ ବୋଲି ଧରାଯିବ। ସେ ତାଙ୍କର ମାତୃତ୍ବ ଛୁଟିର ଅବଶିଷ୍ଟ ଅବଧି ନିରବଚ୍ଛିନ୍ନ ଭାବେ ନେଇପାରିବେ ।
ଜଣେ ମହିଳା ସରକାରୀ କର୍ମଚାରୀ ତାଙ୍କର ମାତୃତ୍ବ ଛୁଟି ଏକକାଳୀନ ନିରବଚ୍ଛିନ୍ନ ଭାବେ ବା ବିଭିନ୍ନ ପର୍ଯ୍ୟାୟରେ ନେଇପାରିବେ।
BJD Demands 27% Reservation for OBC Students in All Educational Institutions, Govt Empowerment
Next ArticleOdisha Vigilance Seizes Rs 8.37 Lakh Cash, 390 Grams Gold from Deputy Forest Ranger
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
