ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ
ଭୁବନେଶ୍ବର: ସଚିବସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଖାରବେଳଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରାବଧାନ ଅନୁସାରେ ଚଳିତ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ [...]
ଭୁବନେଶ୍ବର: ସଚିବସ୍ତରୀୟ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ଯକ୍ଷତାରେ ଖାରବେଳଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।
ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରାବଧାନ ଅନୁସାରେ ଚଳିତ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ଗତ ବର୍ଷ ତୁଳନାରେ ୬୬ ପ୍ରତିଶତ ଖର୍ଚ୍ଚ ବୃଦ୍ଧି ଘଟିଛି ।
ବଜେଟ୍ ପ୍ରାବଧାନ ଅନୁସାରେ ପ୍ରତି ବିଭାଗମାନେ ନିଜ ନିଜ ସ୍ତରରେ ପ୍ରତିମାସରେ କାର୍ଯ୍ୟ ଅଗ୍ରଗତି ଓ ତଦନୁସାରେ ଖର୍ଚ୍ଚ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ବିଭିନ୍ନ ମାଧ୍ଯମରୁ ସଂଗୃହିତ ନିଜସ୍ବ କର ଆଦାୟ ଓ ଅଣକର ଆଦାୟ ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ୨୦୨୫-୨୬ ବଜେଟ୍ରେ ରହିଥିବା ନୂଆ ଯୋଜନାର କାର୍ଯ୍ୟକାରିତା ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା ।
ବିଭିନ୍ନ ବିଭାଗରେ ଓସ୍ବାସ୍ ବା କମ୍ପ୍ୟୁଟରୀକରଣ ବ୍ୟବସ୍ଥାରେ ସରକାରୀ ନଥ୍ ପ୍ରୋସେସିଂ କାର୍ଯ୍ୟ ସାଧାରଣତଃ ସହକାରୀ ଉପବିଭାଗ ଅଧିକାରୀ, ଉପବିଭାଗ ଅଧିକାରୀ(ଏଏଓ-ଏସ୍ୱଙ୍କ) ଠାରୁ ଆରମ୍ଭ ହୋଇ ବିଭିନ୍ନ ଉପରିସ୍ଥ ଅଧିକାରୀଙ୍କ ସ୍ତର ଦେଇ ପ୍ରାୟ ୫-୬ଟି ପର୍ଯ୍ୟାୟରେ ଶେଷରେ ବିଭାଗୀୟ ସଚିବଙ୍କ ନିକଟରେ ପରବର୍ତ୍ତୀ ନିଷ୍ପଭି ବା ଆଦେଶ ପାଇଁ ନଥ୍ ପହଁଚୁଥିବାରୁ ସରକାରୀ କାର୍ଯ୍ୟ ବିଳମ୍ବିତ ହେଉଥିବା ପରିଲକ୍ଷିତ ହେଉଛି ଆଗାମୀ ଦିନରେ ଏହି ପ୍ରକ୍ରିୟାକୁ ସରଳ କରାଯାଇ ଯେପରି ସର୍ବାଧିକ ୩ଟି ସ୍ତର ଦେଇ ନିଷ୍ପଭି ପ୍ରଦାନକାରୀ କର୍ତ୍ତୃପକ୍ଷଙ୍କ ନିକଟରେ ନଥ୍ ପହଁଚିବ, ସେଥିପାଇଁ ଏହି ବିଭିନ୍ନ ସ୍ତରୀୟ ବ୍ୟବସ୍ଥାକୁ କମାଯାଇ (ଡିଲେୟାରିଂ) ପ୍ରକ୍ରିୟାରେ ଏହି ବ୍ୟବସ୍ଥାର ସରଳୀକରଣ କରାଯିବ । ଫଳରେ ସରକାରୀ କାର୍ଯ୍ୟ, ସେବା ପ୍ରଦାନ ଓ ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହେବ । ଏଥିପାଇଁ ବିଭିନ୍ନ ବିଭାଗରୁ ମତାମତ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି ଓ ଖୁବ୍ ଶିଘ୍ର ତାହା କାର୍ଯ୍ୟକାରୀ ହେବା ପାଇଁ ବିବଦ୍ଧ ନିଷ୍ପତ୍ତି ନିଆଯିବା ସଂପର୍କରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଆଲୋଚନା କରିଥିଲେ । ସେହିପରି ଆଗାମୀ ଦିନରେ କେତେକ ବିଭାଗ ତରଫରୁ ଆଗତ ହେବାକୁ ଥିବା ବିଭିନ୍ନ ନୀତି ଓ ନିର୍ଦ୍ଦେଶାବଳୀ ସଂପର୍କରେ ଚୂଡ଼ାନ୍ତ ପ୍ରସ୍ତାବ ପାଇଁ ବିଭାଗମାନଙ୍କୁ ପରାମର୍ଶ ଦିଆଯାଇଛି ।
ବୈଠକରେ ନୂତନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ୍ ୧୨ ତାରିଖରୁ ଆରମ୍ଭ ହେବାକୁ ଥିବା ରାଜ୍ୟସ୍ତରରେ ଏବଂ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ ନିମନ୍ତେ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ତଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଏସଆରସି ଦେଓରଞ୍ଜନ କୁମାର ସିଂ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଇସ୍ପାତ ଓ ଖଣି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିକାଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ଥିଲେ ।
Two Senior Officers from H&UD Dept Participate in AWUF 2025 at ADB Headquarters, Manila
Next ArticleBerhampur: Gangster Ratikanta Senapati Arrested for Extortion and Threats in Property Disputes
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
