ଗଂଜାମରେ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟିରୁ ଉର୍ଦ୍ଧ୍ବ ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି। ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ [...]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଛତ୍ରପୁର ଠାରେ ସମୁଦାୟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କହିଛନ୍ତିଯେ, ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି।
ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ ମେକ୍ ଇନ୍ ଓଡିଶା ୨୦୨୫ର ଅଭୂତପୂର୍ବ ସଫଳତାର ଶ୍ରେୟ ଏହି ୪ ମାସ ମଧ୍ୟରେ ଆମକୁ ମିଳିଛି। ଆଜି ଗଞ୍ଜାମ ଜିଲ୍ଲା ଶିଳ୍ପ କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଗଞ୍ଜାମ ଜିଲ୍ଲା ପାଇଁ ସମୃଦ୍ଧିର ଏକ ନୂଆ ରାସ୍ତା ଖୋଲିଛି ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତିଯେ, ଆମର କଥା ଓ କାମ ସମାନ। ଓଡିଶାର ସୁନେଲି ଭବିଷ୍ୟତ ପାଇଁ ଆମେ ଯେଉଁ ଲକ୍ଷ୍ୟ ରଖିଛୁ, ତାହା ନିଶ୍ଚିତ ରୂପେ ପୂରଣ ହେବ। ଯାଜପୁର କଳିଙ୍ଗ ନଗରରେ ୭୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା। ଗତ କାଲି ଢେଙ୍କାନାଳରେ ୫୦ ହଜାର କୋଟି ଟଙ୍କାର ଶିଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି । ଆଉ ଆଜି ଏଠାରେ ପ୍ରାୟ ୩୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବାକୁ ଯାଉଛି। ୫ ମାସ ମଧ୍ୟରେ ଆମେ ଦେଢ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିଛୁ ଏବଂ ଏହା ଦ୍ୱାରା ପ୍ରାୟ ୯୦ ହଜାର ନିଯୁକ୍ତି ସୃଷ୍ଟି ହେବ ।
ସେ କହିଥିଲେଯେ, ଓଡିଶାରେ ଏକ ବନ୍ଦରଭିତ୍ତିକ ଶିଳ୍ପ ବିକାଶ ପାଇଁ ଆମର ଲକ୍ଷ୍ୟ ରହିଛି। ବର୍ତ୍ତମାନ ଯେଉଁ 3ଟି ବନ୍ଦର ଅଛି, ତା ବ୍ୟତୀତ ଆଉ 3-4 ଟି ବନ୍ଦର ମଧ୍ୟ ପ୍ରତିଷ୍ଠା କରାଯିବ। କେନ୍ଦ୍ର ସରକାର ରେଳ ଓ ରାଜପଥ କ୍ଷେତ୍ରରେ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ମଞ୍ଜୁରି ଦେଇଛନ୍ତି। ଓଡିଶାରେ ମଧ୍ୟ ଆମେ ୭୫ ହଜାର କିଲୋମିଟର ବିଶ୍ୱସ୍ତରୀୟ ସଡକ ନିର୍ମାଣ କରିବୁ। ଏହା ସହିତ ଅନେକ ଶିଳ୍ପ କରିଡର ମଧ୍ୟ ଗଠନ କରାଯିବ। ଏହା ଦ୍ୱାରା ଶିଳ୍ପ ପ୍ରତିଷ୍ଠା ପାଇଁ ଯାହା ସବୁ ମୌଳିକ ଆବଶ୍ୟକତା ରହିଛି, ତାହା ଓଡିଶାରେ ସମ୍ପୂର୍ଣ୍ଣ ଭାବେ ମିଳିପାରିବ।
ସେ ପୁଣି କହିଥିଲେଯେ, ଆଗାମୀ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଯାହା ଆବଶ୍ୟକ, ଆମେ ସେ ସବୁ ଉଦ୍ୟମ କରୁଛୁ। ଆମର ଯୁବଶକ୍ତି ଉପରେ ମୋର ସମ୍ପୂର୍ଣ୍ଣ ଭରସା ରହିଛି। ଆମର ସ୍ୱପ୍ନ ପୂରଣ ଦିଗରେ ଆମର ଯୁବଶକ୍ତି ହିଁ ହେବ ମୁଖ୍ୟ ସାରଥି। ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଦକ୍ଷତା ଆବଶ୍ୟକ। ତେଣୁ ଯୁବ ବର୍ଗ ଯେପରି ଦକ୍ଷ ହେବେ, ଆଧୁନିକ ଶିଳ୍ପ କ୍ଷେତ୍ରରେ ନିଯୁକ୍ତି ପାଇଁ ଯୋଗ୍ୟ ହେବେ, ସେଥିପାଇଁ ଆମେ ଆମର ୱାର୍ଲ୍ଡ ସ୍କିଲ ସେଣ୍ଟରର 4ଟି କେନ୍ଦ୍ର ପ୍ରତିଷ୍ଠା କରିବୁ । ଆଧୁନିକ ଦକ୍ଷତା ପାଇଁ ଆମେ ସିଙ୍ଗାପୁରର ITEES ସହିତ ପାର୍ଟନରସିପ୍ କରିଛୁ। ସବୁ ITI ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ଆଧୁନିକ ସ୍କିଲ୍ ଶିକ୍ଷା ଦିଆଯିବ।
ଏହି କାର୍ଯ୍ୟକ୍ରମରେ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ଓ ସମସ୍ତ ବିଧାୟକ ଗଣ ମଂଚାସୀନ ଥିଲେ।
ଉକ୍ତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ, ଡକ୍ଟର ପ୍ରଦୀପ କୁମାର ପାଣିଗ୍ରାହୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
Naveen Expresses Grief over Demise of Senior BJD Legislator Prasanna Acharya’s Wife Charusila Acharya
Next ArticleOdisha CM lays foundation stone for projects worth over Rs 28,000 cr in Ganjam
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
