ବଲାଙ୍ଗିର ଜିଲ୍ଲା ଗସ୍ତ କରି ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ବଲାଙ୍ଗିର ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହ ବିଚାର ଆଲୋଚନା କରିଛନ୍ତି। ବଲାଙ୍ଗିର ଗାନ୍ଧି ଷ୍ଟାଡିୟମରେ ଆୟୋଜିତ ୫-ଟି ଅଧ୍ୟକ୍ଷ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଜିଲ୍ଲାର ସମସ୍ତ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ସେ ବିଚାର ଆଲୋଚନା କରିଥିଲେ। ଯୁବକଯୁବତୀଙ୍କ ସାମଗ୍ରିକ [...]
ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ବଲାଙ୍ଗିର ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ସହ ବିଚାର ଆଲୋଚନା କରିଛନ୍ତି। ବଲାଙ୍ଗିର ଗାନ୍ଧି ଷ୍ଟାଡିୟମରେ ଆୟୋଜିତ ୫-ଟି ଅଧ୍ୟକ୍ଷ ନୂଆ-ଓ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଜିଲ୍ଲାର ସମସ୍ତ କଲେଜରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ସେ ବିଚାର ଆଲୋଚନା କରିଥିଲେ। ଯୁବକଯୁବତୀଙ୍କ ସାମଗ୍ରିକ ବ୍ୟକ୍ତିତ୍ଵ ବିକାଶ ଓ ପ୍ରତିଭା ପ୍ରଦର୍ଶନ ପାଇଁ ନୂଆ-ଓ କାର୍ଯ୍ୟକ୍ରମ ଏକ ମଞ୍ଚ ପ୍ରଦାନ କରେ ବୋଲି ପାଣ୍ଡିଆନ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନାରେ କହିଥିଲେ। ଜିଲ୍ଲାର ପ୍ରମୁଖ ବ୍ୟକ୍ତି ବିଶେଷଙ୍କ ଉଦାହରଣ ଦେଇ ୫-ଟି ଅଧ୍ୟକ୍ଷ ଛାତ୍ରଛାତ୍ରୀମାନଙ୍କୁ ଜୀବନରେ ସଫଳ ହେବାକୁ ମନ୍ତ୍ର ଦେଇଥିଲେ। ଆତ୍ମବିଶ୍ଵାସର ସହ କଠିନ ପରିଶ୍ରମ କଲେ ହିଁ ଜୀବନରେ ସଫଳତା ହାସଲ କରିହେବ ବୋଲି କହିଥିଲେ ୫-ଟି ଅଧ୍ୟକ୍ଷ ।
ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ। ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲ ପରିସରରେ ନିର୍ମିତ ହେଉଥିବା ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଅଗ୍ରଗତିର ସେ ସମୀକ୍ଷା କରିଥିଲେ। ୩୦୫ କୋଟି ଟଙ୍କା ବ୍ୟୟରେ ଏହି ହସପିଟାଲର ନିର୍ମାଣ କାର୍ଯ୍ୟ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୫-ଟି ନୀତି ଅନୁସରଣ କରି ବାକି ଥିବା କାର୍ଯ୍ୟ ଯଥାଶୀଘ୍ର ଶେଷ କରିବା ପାଇଁ ସେ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ୪ଟି ଆଇଏସ ଏସ ପ୍ରକଳ୍ପର ମଧ୍ୟ ସମୀକ୍ଷା କରିଥିଲେ ୫-ଟି ଅଧ୍ୟକ୍ଷ। ବଲାଙ୍ଗୀର ବାଇପାସ୍ ରୋଡ୍ , ପାଟଣାଗଡ଼ ବାଇପାସ୍ ରୋଡ୍, ତୁଷୁରା ଏୟାରଷ୍ଟ୍ରିପର ବିକାଶ ସମେତ ବିଭିନ୍ନ ସଡ଼କ ଓ ପୋଲ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ।
୨୬ କୋଟି ଟଙ୍କା ବ୍ୟୟରେ ଚାଲିଥିବା ଜିଲ୍ଲାର ପ୍ରସିଦ୍ଧ ହରିଶଙ୍କର ମନ୍ଦିରର ଉନ୍ନତିକରଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ ୫-ଟି ଅଧ୍ୟକ୍ଷ।
ଗତବର୍ଷ ଅଗଷ୍ଟରେ ୫-ଟି ଅଧ୍ୟକ୍ଷଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ ବେଳେ ଜନସାଧାରଣଙ୍କ ଅନୁରୋଧ ଓ ଦାବିକୁ ଗ୍ରହଣ କରାଯାଇ ପ୍ରମୁଖ ପ୍ରକଳ୍ପ ହାତକୁ ନିଆଯାଇଛି।
ଆଜି କଣ୍ଟାବାଞ୍ଜି ଭୋକେସନାଲ କଲେଜ ଖେଳପଡିଆ ଓ ସଇଁତଳାର ଆରଏନ୍ ସିଂହଦେଓ ଷ୍ଟାଡିୟମରେ ସେ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣି ଖୁବ୍ ଶୀଘ୍ର ସମାଧାନର ପ୍ରତିଶ୍ରୁତି ଦେଇଥିଲେ।
ମଣିପୁରରେ ପୁଣି ହିଂସା, ନିଖୋଜ ତିନି ଜଣଙ୍କ ଶବ ମିଳିଲା
Next Articleମୂରଲୀଧରଙ୍କ ଭକ୍ତି ସଂଗୀତ ‘ଶ୍ୟାମସୁନ୍ଦର’ ଲୋକାର୍ପିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
