ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ
ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସୁନ୍ଦରଗଡ଼ ସଦର ନିର୍ବାଚନ ମଣ୍ଡଳୀର କିରେଇଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ସଭାରେ ଉପସ୍ଥିତ ଲୋକଙ୍କୁ ସେ ନୂଆବର୍ଷର ଶୁଭକାମନା ଜଣାଇଥିଲେ । ଗତବର୍ଷ ମାର୍ଚ୍ଚ ୧୨ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ସଚିବ ଆସିଥିଲେ। ଗସ୍ତକୁ ୮ ମାସରୁ ଅଧିକ ସମୟ ବିତିଥିବା ବେଳେ ୧୬୦ଟି ଦରଖାସ୍ତ ମିଳିଥିଲା । ୧୬୦ ଦରଖାସ୍ତରୁ ୧୪୦ଟିର ସମାଧାନ ହୋଇଛି। ମନ୍ଦିର, [...]
ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସୁନ୍ଦରଗଡ଼ ସଦର ନିର୍ବାଚନ ମଣ୍ଡଳୀର କିରେଇଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ସଭାରେ ଉପସ୍ଥିତ ଲୋକଙ୍କୁ ସେ ନୂଆବର୍ଷର ଶୁଭକାମନା ଜଣାଇଥିଲେ । ଗତବର୍ଷ ମାର୍ଚ୍ଚ ୧୨ ତାରିଖରେ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ୫-ଟି ସଚିବ ଆସିଥିଲେ। ଗସ୍ତକୁ ୮ ମାସରୁ ଅଧିକ ସମୟ ବିତିଥିବା ବେଳେ ୧୬୦ଟି ଦରଖାସ୍ତ ମିଳିଥିଲା । ୧୬୦ ଦରଖାସ୍ତରୁ ୧୪୦ଟିର ସମାଧାନ ହୋଇଛି। ମନ୍ଦିର, ମସଜିଦ, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ଅର୍ଥ ଅନୁମୋଦନ କରାଯାଇଛି । ବିଭିନ୍ନ ବିକାଶମୂଳକ କାମରେ ଲୋକଙ୍କ ସହଯୋଗ ଲୋଡ଼ିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ। ସହଯୋଗ କଲେ କାମ ସ୍ବଚ୍ଛତାରେ ହେବ ବୋଲି ସେ କହିଛନ୍ତି । ହେମଗିରି ବ୍ଲକରେ ଥିବା ଉଚ୍ଚ ମାଧ୍ୟମିକ ସ୍କୁଲରେ ବିଜ୍ଞାନ ଏବଂ ବାଣିଜ୍ୟ ଷ୍ଟ୍ରିମ୍ ଖୋଲିବା ଦାବିକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି। ଏ ବର୍ଷ କଲେଜରେ ଦୁଇ ଷ୍ଟ୍ରିମ ଖୋଲାଯିବ ।
ଇବ୍ ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ୍ ପ୍ରକଳ୍ପକୁ ମଧ୍ୟ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିଲାଗି ୨୬୦ କୋଟି ଟଙ୍କା ମଂଜୁର କରିଛନ୍ତି । ଟାଙ୍ଗରପାଲି ପାଇଁ ୧ କୋଟି ୭୦ ଲକ୍ଷ, ସମଲେଇ ମନ୍ଦିର ପାଇଁ ୧ କୋଟି ୪୦ ଲକ୍ଷ, ସୁନ୍ଦରଗଡ଼ରେ ଅଘରିଆ ଭବନ ପାଇଁ ୧ କୋଟି, ଏହାସହ ହେମହିରି ଉଚ୍ଚ ମାଧ୍ୟମିକ ସ୍କୁଲର ରୂପାନ୍ତର ପାଇଁ କୋଟିଏ ଟଙ୍କା ଅନୁମୋଦନ କରାଯାଇଛି ।
ବିଗତ ୮ ମାସ ମଧ୍ୟରେ ସୁନ୍ଦରଗଡ଼ ନିର୍ବାଚନମଣ୍ଡଳୀ ପାଇଁ ୩୫୦ କୋଟି ଟଙ୍କା ଅନୁମୋଦନ କରାଯାଇଛି । କିରେଇରେ ନଗର ବନ ପ୍ରକଳ୍ପ ପାଇଁ ୩ କୋଟିରୁ ଅଧିକ ଟଙ୍କା ମଞ୍ଜୁର କରାଯାଇଛି । ଜନତା ଦେଇଥିବା ଗୋଟିଏ ଦରଖାସ୍ତ ବି ଛାଡିକି ଯିବି ନାହିଁ ବୋଲି ଏହି ଅବସରରେ ସେ କହିଛନ୍ତି । ମନ୍ଦିର, ମସଜିଦ, ଚର୍ଚ୍ଚ, ଓ କମ୍ୟୁନିଟ ସେଣ୍ଟର ପାଇଁ ଦେଇଥିବା ଆବେଦନର ୧୦ ଦିନରେ ଖୁସି ଖବର ପାଇବେ ଲୋକେ । ଅନ୍ୟ ବିଷୟକୁ ନେଇ ହୋଇଥିବା ଆବେଦନର ମାସେ ଭିତରେ ଜିଲ୍ଲାପାଳଙ୍କଠାରୁ ଉତ୍ତର ପାଇବେ । ପ୍ରତି ଦରଖାସ୍ତରେ ଜିଲ୍ଲାପାଳଙ୍କ ଠାରୁ ଉତ୍ତର ପାଇବେ ଲୋକେ । ଆଗକୁ ପ୍ରତି ପଞ୍ଚାୟତରେ ମିଳିବି ବ୍ୟାଙ୍କ ସୁବିଧା । ୨ ମାସ ମଧ୍ୟରେ ମିଳିବ ଏହି ବ୍ୟାଙ୍କ ସୁବିଧା । ମିଶନ ଶକ୍ତି ମା’ ଓ ଭତ୍ତା ପାଉଥିବା ହିତାଧିକାରୀ ଉପକୃତ ହେବେ ବୋଲି ୫-ଟି ଅଧ୍ୟକ୍ଷ କହିଛନ୍ତି ।
ଫେବ୍ରୁଆରୀ ମାସରେ ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେବ । ଆସନ୍ତା ୬ ତାରିଖରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଆବେଦନ ଆରମ୍ଭ ହେଉଛି । ଗ୍ରାମାଞ୍ଚଳରେ ଯେଉଁମାନେ ବିଏସକେୱାଇ ଯୋଜନାରୁ ବଂଚିତ ହେଉଛନ୍ତି ସେମାନେ ଆବେଦନ କରିପାରିବେ । ସୁନ୍ଦରଗଡ଼ରେ ହକିର ବିକାଶ ଲାଗି ଅନେକ କାର୍ଯ୍ୟ କରାଯାଇଛି । ବିଶ୍ବର ସବୁଠାରୁ ବଡ଼ ହକି ଷ୍ଟାଡିୟମରେ ରାଉରକେଲାରେ କରାଯାଇଛି । ପ୍ରତି ବ୍ଲକରେ ଆଷ୍ଟ୍ରୋଟର୍ଫ ଷ୍ଡାଡିୟମ ପାଇଁ ମୁଖ୍ୟମନ୍ତ୍ରୀ ଉଦ୍ୟମ କରୁଛନ୍ତି ବୋଲି କହିଛନ୍ତି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କହିଛନ୍ତି ।
5T Chairman Reviews Progress of Various Development Projects in Sundargarh
Next Articleଓଡ଼ିଶାର ଆଉ ୭ଟି ଉତ୍ପାଦକୁ ଜିଆଇ ଟ୍ୟାଗ୍
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
