ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଚୂଡ଼ାନ୍ତ
ପୁରୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ତାରିଖ ପାଖେଇ ଆସୁଥିବାବେଳେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଶେଷ ହୋଇଛି ପ୍ରକଳ୍ପ କାର୍ଯ୍ୟ । ଏଣେ ଆସନ୍ତା ୧୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଆଜି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ବୈଠକରେ ପ୍ରକଳ୍ପର ଲୋକାର୍ପଣ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ଆଚାର୍ଯ୍ୟ ବରଣ ଓ ଅଙ୍କୁରାପଣ କାର୍ଯ୍ୟକ୍ରମ ଗଜପତି ମହାରାଜାଙ୍କ ଦ୍ବାରା ଶ୍ରୀନଅରରେ ହେବ । [...]
ପୁରୀ – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ତାରିଖ ପାଖେଇ ଆସୁଥିବାବେଳେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଶେଷ ହୋଇଛି ପ୍ରକଳ୍ପ କାର୍ଯ୍ୟ । ଏଣେ ଆସନ୍ତା ୧୭ ତାରିଖରେ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ଆଜି ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବସିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ବୈଠକରେ ପ୍ରକଳ୍ପର ଲୋକାର୍ପଣ ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ଆସନ୍ତାକାଲି ଆଚାର୍ଯ୍ୟ ବରଣ ଓ ଅଙ୍କୁରାପଣ କାର୍ଯ୍ୟକ୍ରମ ଗଜପତି ମହାରାଜାଙ୍କ ଦ୍ବାରା ଶ୍ରୀନଅରରେ ହେବ । ୧୫ରେ ଅଖଣ୍ଡ ଦୀପ ସ୍ଥାପନ, ପଞ୍ଚକର୍ମ କାର୍ଯ୍ୟକ୍ରମ ସହ ଆଚାର୍ଯ୍ୟଙ୍କ ଦ୍ବାରା ବ୍ରାହ୍ମଣ ବରଣ କାର୍ଯ୍ୟକ୍ରମ ମଧ୍ୟ ହେବ । ଆସନ୍ତା ୧୬ ତାରିଖରେ ସୂର୍ଯ୍ୟ ପୂଜା, ଧରିତ୍ରୀ ପୂଜା, ଗୋ ପୂଜା ହେବ ।
୧୭ ତାରିଖରେ ଶ୍ରୀମନ୍ଦିର ଚାରିଦ୍ବାରରେ ବେଦ ପାଠ ହେବ । ସେହିଦିନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଫଳକ ଉନ୍ମୋଚନ ହେବ ।
Bhubaneswar Bags Swachh Survekshan Award 2023
Next Article୫-ଟି ସ୍କୁଲ ରୂପାନ୍ତରୀକରଣର ଚତୁର୍ଥ ପର୍ଯ୍ୟାୟ : ୩୮୯ଟି ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
