ଆଜି ପାକିସ୍ତାନରେ ସାଧାରଣ ନିର୍ବାଚନ, ନୱାଜ ସରିଫଙ୍କ ପଲା ଭାରି
ଇସଲାମାବାଦ: ଆତଙ୍କବାଦୀ ସମସ୍ୟା ଓ ଘୋର ଆର୍ଥିକ ସଙ୍କଟ ମଧ୍ୟରେ ପାକିସ୍ତାନରେ ଆଜି ସାଧାରଣ ନିର୍ବାଚନ ଅନୁଷ୍ଠିତ ହେଉଛି । ଏଥିପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ସେନାର ସମର୍ଥନ ରହିଥିବାରୁ ତାଙ୍କ ପଲା ଭାରି ରହିଛି । ସାଧାରଣ ନିର୍ବାଚନ ପୂର୍ବରୁ ବୁଧବାର ବାଲୁଚିସ୍ତାନ ପ୍ରଦେଶରେ ଏକ ନିର୍ବାଚନ କାର୍ଯ୍ୟାଳୟକୁ ଟାର୍ଗେଟ୍ କରି ହୋଇଥିବା ଦୁଇଟି ବୋମା ବିସ୍ଫୋରଣରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ [...]
ଇସଲାମାବାଦ: ଆତଙ୍କବାଦୀ ସମସ୍ୟା ଓ ଘୋର ଆର୍ଥିକ ସଙ୍କଟ ମଧ୍ୟରେ ପାକିସ୍ତାନରେ ଆଜି ସାଧାରଣ ନିର୍ବାଚନ ଅନୁଷ୍ଠିତ ହେଉଛି । ଏଥିପାଇଁ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କୁ ସେନାର ସମର୍ଥନ ରହିଥିବାରୁ ତାଙ୍କ ପଲା ଭାରି ରହିଛି । ସାଧାରଣ ନିର୍ବାଚନ ପୂର୍ବରୁ ବୁଧବାର ବାଲୁଚିସ୍ତାନ ପ୍ରଦେଶରେ ଏକ ନିର୍ବାଚନ କାର୍ଯ୍ୟାଳୟକୁ ଟାର୍ଗେଟ୍ କରି ହୋଇଥିବା ଦୁଇଟି ବୋମା ବିସ୍ଫୋରଣରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ ରୁ ଅଧିକ ଆହତ ହୋଇଥିଲେ। ଏଣୁ ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ମୋବାଇଲ୍ ସେବା ବି ବନ୍ଦ ରଖାଯାଇଛି ।
ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜେଲରେ ଥିବାବେଳେ ସରିଫଙ୍କ ପାକିସ୍ତାନ ମୁସଲିମ ଲିଗ୍ ନୱାଜ (ପିଏମଏଲ-ଏନ) ନିର୍ବାଚନରେ ସବୁଠୁ ବଡ଼ ଦଳ ଭାବେ ଉଭା ହୋଇପାରେ। ଖାନଙ୍କ ପାକିସ୍ତାନ ତେହେରିକ-ଏ-ଇନସାଫ (ପିଟିଆଇ)ର ଚିହ୍ନ କ୍ରିକେଟ୍ ‘ବ୍ୟାଟ୍’କୁ ନିର୍ବାଚନ କମିଶନ ପ୍ରତ୍ୟାହାର କରିବା ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିବା ପରେ ଦଳର ପ୍ରାର୍ଥୀମାନେ ନିର୍ଦ୍ଦଳୀୟ ଭାବେ ଲଢ଼ୁଛନ୍ତି । ୭୪ ବର୍ଷୀୟ ସରିଫ ରେକର୍ଡ ଚତୁର୍ଥ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଲକ୍ଷ୍ୟ ରଖିଛନ୍ତି ।
ନିର୍ବାଚନରେ ବିଲାୱାଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ମଧ୍ୟ ମଇଦାନରେ ରହିଛି। ଦଳ ବିଲାୱାଲ ଭୁଟ୍ଟୋ-ଜର୍ଦ୍ଦାରୀଙ୍କୁ ପ୍ରଧାନମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି ।
ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ପ୍ରାୟ ୬,୫୦,୦୦୦ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି । ଅଧିକାରୀ କହିଛନ୍ତି, ଏହି ନିର୍ବାଚନରେ ୧୨.୮୫ କୋଟିରୁ ଅଧିକ ପଞ୍ଜୀକୃତ ଭୋଟର ମତଦାନ କରିବେ।
ଆଜି ରାଜ୍ୟ ବଜେଟ୍
Next Articleଆଜି ଉତ୍କଳ ଭାରତୀଙ୍କ ଜୟନ୍ତୀ ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
