ନ୍ୟାୟ ଯାତ୍ରାରେ ଲାଗିବ ବ୍ରେକ୍, ଆଜି କୋର୍ଟରେ ହାଜର ହେବେ ରାହୁଲ ଗାନ୍ଧୀ, ମାମଲା କ’ଣ ଜାଣନ୍ତୁ
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଆଜି ସାମୟିକ ବ୍ରେକ୍ ଲାଗିପାରେ। ଏକ ମାନହାନି ମାମଲାରେ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ସୁଲତାନପୁର ଜିଲ୍ଲା କୋର୍ଟରେ ହାଜର ହୋଇପାରନ୍ତି । ରାହୁଲ ସମ୍ପ୍ରତି ୟୁପିରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କରୁଛନ୍ତି। କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି, ମଙ୍ଗଳବାର ସକାଳେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କିଛି ସମୟ ପାଇଁ ସ୍ଥଗିତ ରହିବ। କାରଣ ରାହୁଲ ଗାନ୍ଧୀ [...]
ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଆଜି ସାମୟିକ ବ୍ରେକ୍ ଲାଗିପାରେ। ଏକ ମାନହାନି ମାମଲାରେ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ସୁଲତାନପୁର ଜିଲ୍ଲା କୋର୍ଟରେ ହାଜର ହୋଇପାରନ୍ତି । ରାହୁଲ ସମ୍ପ୍ରତି ୟୁପିରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କରୁଛନ୍ତି। କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି, ମଙ୍ଗଳବାର ସକାଳେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କିଛି ସମୟ ପାଇଁ ସ୍ଥଗିତ ରହିବ। କାରଣ ରାହୁଲ ଗାନ୍ଧୀ ମାନହାନୀ ମାମଲାରେ ସୁଲତାନପୁର ଜିଲ୍ଲା କୋର୍ଟରେ ହାଜର ହେବେ।
୨୦୧୮ର ଏକ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରାଯାଇଥିଲା। ସେହି ବର୍ଷ ବେଙ୍ଗାଲୁରୁରେ ଏକ ସାମ୍ବାଦିକ ସମ୍ମିଳନୀରେ ରାହୁଲ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ତତ୍କାଳୀନ ଜିଲ୍ଲା ବିଜେପି ଉପାଧ୍ୟକ୍ଷ ବିଜୟ ମିଶ୍ରା ରାହୁଲ ଗାନ୍ଧୀଙ୍କ ବିରୋଧରେ ମାନହାନି ମାମଲା ଦାୟର କରିଥିଲେ। ଏହି ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁଲତାନପୁରର ଏମପି /ଏମ୍ଏଲ୍ଏ କୋର୍ଟ ସମନ କରିଥିଲେ।
ଅଭିଯୋଗରେ ବିଜୟ ମିଶ୍ର କହିଥିଲେ ଯେତେବେଳେ ଏହି ଘଟଣା ଘଟିଥିଲା, ମୁଁ ବିଜେପିର ଜିଲ୍ଲା ଉପାଧ୍ୟକ୍ଷ ଥିଲି। ରାହୁଲ ଗାନ୍ଧୀ ବେଙ୍ଗାଲୁରୁରେ ଅମିତ ଶାହଙ୍କୁ ହତ୍ୟାକାରୀ ବୋଲି କହିଥିଲେ। ରାହୁଲ ଗାନ୍ଧୀଙ୍କ ଏପରି ମନ୍ତବ୍ୟ ମୋତେ ଆଘାତ ଦେଇଥିଲା । କାରଣ ମୁଁ ଜଣେ ଦଳର କର୍ମୀ। ରାହୁଲଙ୍କ ବିରୋଧରେ ଏନେଇ ୪ ଅଗଷ୍ଟ ୨୦୧୮ରେ ସୁଲତାନପୁରର ଜିଲ୍ଲା କୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା।
ଏହି ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ରାହୁଲ ଗାନ୍ଧୀଙ୍କୁ ସର୍ବାଧିକ ୨ ବର୍ଷ ଜେଲ୍ ଦଣ୍ଡ ହୋଇପାରେ। ଏହି ମାମଲାରେ ରାହୁଲ ଗାନ୍ଧୀ ଆଜି ଦିନ ୧୧ଟାରେ ସୁଲତାନପୁର କୋର୍ଟରେ ହାଜର ହେବେ। ଏଥିପାଇଁ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ମଙ୍ଗଳବାର କିଛି ସମୟ ପାଇଁ ସ୍ଥଗିତ ରହିବ। ସନ୍ଧ୍ୟାରେ ରାହୁଲ ଗାନ୍ଧୀ ଆମେଥୀର ବାବୁଗଞ୍ଜରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ମଧ୍ୟ କାର୍ଯ୍ୟକ୍ରମ ରହିଛି ।
Naveen Wishes Best of Luck To Matriculation Students
Next Articleବିଶ୍ବର ଶ୍ରେଷ୍ଠ ୧୦୦ ଲଗଜରି ବ୍ରାଣ୍ଡ୍ ମଧ୍ୟରେ ଭାରତର ମାଲାବାର ଗୋଲ୍ଡ, ଟାଇଟନ୍ ସହ ୬ କମ୍ପାନୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
