ରୋହିତ ଶର୍ମାଙ୍କ ଟି-୨୦ କୀର୍ତ୍ତିମାନ, ଧୋନିଙ୍କ ଏହି ରେକର୍ଡର ହେଲେ ସମକକ୍ଷ
ଇନ୍ଦୋର: ଇନ୍ଦୋରର ହୋଲକର ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ରେ ସହଜ ବିଜୟ ସହ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ କବଜା କରିଛି । ଏହି ବିଜୟ ସହ ଅଧିନାୟକ ରୋହିତ ଶର୍ମାଙ୍କ ନାଁରେ ମଧ୍ୟ ଏକ ରେକର୍ଡ ଯୋଡି ହୋଇଯାଇଛି । ସର୍ବାଧିକ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଜିତିବାରେ ରୋହିତ ଶର୍ମା ପୂର୍ବତନ କ୍ୟାପଟେନ୍ ଏମଏସ ଧୋନିଙ୍କ ସମକକ୍ଷ ହୋଇଛନ୍ତି। ଅଧିନାୟକ ଭାବେ ରୋହିତ ବର୍ତ୍ତମାନ ପର୍ଯ୍ୟନ୍ତ ୫୩ଟି ଅନ୍ତର୍ଜାତୀୟ ଟି-୨୦ [...]
ଇନ୍ଦୋର: ଇନ୍ଦୋରର ହୋଲକର ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ରେ ସହଜ ବିଜୟ ସହ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ କବଜା କରିଛି । ଏହି ବିଜୟ ସହ ଅଧିନାୟକ ରୋହିତ ଶର୍ମାଙ୍କ ନାଁରେ ମଧ୍ୟ ଏକ ରେକର୍ଡ ଯୋଡି ହୋଇଯାଇଛି ।
ସର୍ବାଧିକ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଜିତିବାରେ ରୋହିତ ଶର୍ମା ପୂର୍ବତନ କ୍ୟାପଟେନ୍ ଏମଏସ ଧୋନିଙ୍କ ସମକକ୍ଷ ହୋଇଛନ୍ତି। ଅଧିନାୟକ ଭାବେ ରୋହିତ ବର୍ତ୍ତମାନ ପର୍ଯ୍ୟନ୍ତ ୫୩ଟି ଅନ୍ତର୍ଜାତୀୟ ଟି-୨୦ ଖେଳିଛନ୍ତି । ସେଥିମଧ୍ୟରୁ ସେ ୪୧ ମ୍ୟାଚ୍ ଜିତିଥିବା ବେଳେ ୧୨ଟି ହାରିଛନ୍ତି।
ଧୋନି ୭୨ ଟି-୨୦ ମ୍ୟାଚରେ ଭାରତର ନେତୃତ୍ଵ ନେଇଥିଲେ । ସେଥିମଧ୍ୟରୁ ସେ ୪୧ଟି ଜିତିଥିଲେ ଓ ୨୮ଟି ହାରିଥିଲେ। ବିରାଟ କୋହଲି ଏହି ତାଲିକାରେ ତିନି ନମ୍ବରରେ ଅଛନ୍ତି । କୋହଲି ୫୦ଟି ମ୍ୟାଚରେ ଅଧିନାୟକତ୍ବ କରିଥିବା ବେଳେ ୩୦ଟି ମ୍ୟାଚ୍ ଜିତିଥିଲେ ଓ ୧୬ଟି ମ୍ୟାଚରେ ତାଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା ।
ଆଫଗାନିସ୍ତାନ ବିପକ୍ଷ ଦ୍ବିତୀୟ ଟି-୨୦ରେ ବିଜୟ ସହ ରୋହିତ ଆଉ ଦୁଇଟି ମାଇଲଖୁଣ୍ଟ ମଧ୍ୟ ଛୁଇଁଥିଲେ । ସେ ଅଧିନାୟକ ଭାବେ ସର୍ବାଧିକ ୧୨ ଟି-୨୦ ସିରିଜ୍ ଜିତିବାର ରେକର୍ଡ କରିଛନ୍ତିି। ଏହାଛଡ଼ା ରୋହିତ ମଧ୍ୟ ବିଶ୍ୱର ପ୍ରଥମ ଖେଳାଳି ଭାବେ ୧୫୦ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଖେଳିଛନ୍ତି | ତେବେ ଏହି ସିରିଜରେ ରୋହିତଙ୍କ ବ୍ୟାଟ୍ ଚାଲି ନାହିଁ । ସେ ପ୍ରଥମ ଦୁଇଟି ମ୍ୟାଚରେ ଖାତା ଖୋଲିନପାରି ପ୍ୟାଭିଲିୟନ ଫେରିଛନ୍ତି ।
CM Naveen Pays Tributes On The Occasion Of Army Day
Next Articleଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ସୁରକ୍ଷା ସ୍ଥିତିର ଅନୁଧ୍ୟାନ କଲେ ଡିଜିପି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
