ବାଣ କାରଖାନାରେ ବିସ୍ଫୋରଣ, ୭ ମୃତ
ଭୋପାଳ: ମଧ୍ୟ ପ୍ରଦେଶର ହରଦା ସହରରେ ମଙ୍ଗଳବାର ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁଁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ୫୦ ଜଣ ଆହତ ହୋଇଛନ୍ତି। ସୋସିଆଲ ମିଡିଆରେ ଏହି ଘଟଣାର କିଛି ଭିଡିଓ ସାମ୍ନାକୁ ଆସିଛି । ଏଥିରେ ବାଣ କାରଖାନା ହୁତୁ ହୁତୁ ହୋଇ ଜଳିବା ସହ ପ୍ରଚଣ୍ଡ ବିସ୍ଫୋରଣ ହେଉଥିବା ଦେଖିବାକୁ ମିଳୁଛି। ଲୋକମାନେ ପ୍ରାଣ ବିକଳରେ ଦୌଡ଼ୁଛନ୍ତି । ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜିଲ୍ଲା ଅଧିକାରୀଙ୍କ [...]
ଭୋପାଳ: ମଧ୍ୟ ପ୍ରଦେଶର ହରଦା ସହରରେ ମଙ୍ଗଳବାର ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁଁ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ୫୦ ଜଣ ଆହତ ହୋଇଛନ୍ତି। ସୋସିଆଲ ମିଡିଆରେ ଏହି ଘଟଣାର କିଛି ଭିଡିଓ ସାମ୍ନାକୁ ଆସିଛି । ଏଥିରେ ବାଣ କାରଖାନା ହୁତୁ ହୁତୁ ହୋଇ ଜଳିବା ସହ ପ୍ରଚଣ୍ଡ ବିସ୍ଫୋରଣ ହେଉଥିବା ଦେଖିବାକୁ ମିଳୁଛି। ଲୋକମାନେ ପ୍ରାଣ ବିକଳରେ ଦୌଡ଼ୁଛନ୍ତି ।
ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜିଲ୍ଲା ଅଧିକାରୀଙ୍କ ସହ କଥାବାର୍ତ୍ତା କରି ଘଟଣା ସମ୍ପର୍କରେ ପଚାରି ବୁଝିଛନ୍ତି। ମନ୍ତ୍ରୀ ଉଦୟ ପ୍ରତାପ ସିଂହ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅଜିତ କେଶରୀ ଏବଂ ହୋମଗାର୍ଡର ମହାନିର୍ଦ୍ଦେଶକ ଅରବିନ୍ଦ କୁମାରଙ୍କୁ ହେଲିକପ୍ଟର ଯୋଗେ ହରଦା ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନିଆଁ ଲିଭାଇବା ପାଇଁ ଇନ୍ଦୋର ଓ ରାଜଧାନୀ ଭୋପାଳରୁ ଦମକଳ ବାହିନୀକୁ ଘଟଣାସ୍ଥଳକୁ ପଠାଯାଇଛି। ଇନ୍ଦୋର, ଭୋପାଳ ଏବଂ ରାଜ୍ୟ ରାଜଧାନୀରେ ଥିବା ଏମ୍ସକୁ ଆହତଙ୍କ ଚିକିତ୍ସା ଲାଗି ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଘଟଣା ନେଇ ମୁଖ୍ୟମନ୍ତ୍ରୀ ଏକ ଜରୁରୀ ବୈଠକ ଡାକିଛନ୍ତି।
Two Female Maoists Surrender in Boudh
Next Articleବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
