ସିଏଏ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍, ତିନି ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ
ନୂଆଦିଲ୍ଲୀ: ବିବାଦୀୟ ନାଗରିକତା ସଂଶୋଧନ ଆଇନ (ସିଏଏ) ବିରୋଧରେ ହୋଇଥିବା ଆବେଦନ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଏକ ଖଣ୍ଡପୀଠ ଏନେଇ କେନ୍ଦ୍ରକୁ ନୋଟିସ୍ ଜାରି କରିଛନ୍ତିି। ତିନି ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ କେନ୍ଦ୍ରକୁ କହିଛନ୍ତି କୋର୍ଟ । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୯ରେ ହେବ। ସିଏଏ ବିରୋଧରେ ସୁପ୍ରିମକୋର୍ଟରେ ୨୩୭ ଆବେଦନ ଦାୟର ହୋଇଛି । ଏଥିମଧ୍ୟରୁ ୨୦ଟି [...]
ନୂଆଦିଲ୍ଲୀ: ବିବାଦୀୟ ନାଗରିକତା ସଂଶୋଧନ ଆଇନ (ସିଏଏ) ବିରୋଧରେ ହୋଇଥିବା ଆବେଦନ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଏକ ଖଣ୍ଡପୀଠ ଏନେଇ କେନ୍ଦ୍ରକୁ ନୋଟିସ୍ ଜାରି କରିଛନ୍ତିି। ତିନି ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ କେନ୍ଦ୍ରକୁ କହିଛନ୍ତି କୋର୍ଟ । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୯ରେ ହେବ।
ସିଏଏ ବିରୋଧରେ ସୁପ୍ରିମକୋର୍ଟରେ ୨୩୭ ଆବେଦନ ଦାୟର ହୋଇଛି । ଏଥିମଧ୍ୟରୁ ୨୦ଟି ଆବେଦନରେ ଏହି ଆଇନ ଉପରେ ରୋକ୍ ଲଗାଇବାକୁ ଦାବି ହୋଇଛି । କେନ୍ଦ୍ର ତରଫରୁ ହାଜର ହୋଇଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଜବାବ ଦାଖଲ କରିବାକୁ ଚାରି ସପ୍ତାହ ସମୟ ଦେବାକୁ ଅନୁରୋଧ କରିଥିଲେ । ମେହେଟ୍ଟା କୋର୍ଟଙ୍କୁ କହିଥିଲେ ଯେ ଏହା (ସିଏଏ) କୌଣସି ବ୍ୟକ୍ତିର ନାଗରିକତା ଛଡ଼ାଇ ନେବ ନାହିଁ ।
ସଂସଦରେ ପାରିତ ହେବାର ଚାରି ବର୍ଷ ପରେ ମାର୍ଚ୍ଚ ୧୧, ୨୦୨୪ରେ ଏହି ଏହି ବିବାଦୀୟ ଆଇନ ଲାଗୁ ନେଇ ସରକାରଙ୍କ ତରଫରୁ ବିଜ୍ଞପ୍ତି ଜାରି ହୋଇଥିଲା ।
ଏହି ଆଇନରେ ଡିସେମ୍ବର ୩୧, ୨୦୧୪ ପୂର୍ବରୁ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ଭାରତ ଆସିଥିବା ଅଣମୁସଲିମ (ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ଖ୍ରୀଷ୍ଟିଆନ ଏବଂ ପାର୍ସୀ) ଶରଣାର୍ଥୀମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାର ବ୍ୟବସ୍ଥା ରହିଛି ।
BJD Needs No Alliance To Form Government: Kartik Pandian
Next ArticleOdisha: Forest Dept to Intensify Combing Operations in Kuldiha Wildlife Sanctuary
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
