ହେମନ୍ତ ସୋରେନଙ୍କୁ ଝଟକା, ପିଟିସନରେ ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପିଟିସନରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି । ସୋରେନ୍ ଇଡି ଦ୍ବାରା ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିଲେ। ଜଷ୍ଟିସ୍ ସଞ୍ଜୀବ ଖାନ୍ନା, ଜଷ୍ଟିସ୍ ଏମ୍ଏମ୍ ସୁନ୍ଦରେଶ ଏବଂ ବେଲା ଏମ୍ ତ୍ରିବେଦୀଙ୍କ ଏକ ଖଣ୍ଡପୀଠ ସୋରେନଙ୍କ ଓକିଲ କପିଲ ସିବଲ ଏବଂ ଅଭିଷେକ ସିଂଘଭିଙ୍କୁ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଥିଲେ। ଇଡି ଦ୍ବାରା ତାଙ୍କ ଗିରଫଦାରୀ ବିରୋଧରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା [...]
ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପିଟିସନରେ ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି । ସୋରେନ୍ ଇଡି ଦ୍ବାରା ତାଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରିଥିଲେ।
ଜଷ୍ଟିସ୍ ସଞ୍ଜୀବ ଖାନ୍ନା, ଜଷ୍ଟିସ୍ ଏମ୍ଏମ୍ ସୁନ୍ଦରେଶ ଏବଂ ବେଲା ଏମ୍ ତ୍ରିବେଦୀଙ୍କ ଏକ ଖଣ୍ଡପୀଠ ସୋରେନଙ୍କ ଓକିଲ କପିଲ ସିବଲ ଏବଂ ଅଭିଷେକ ସିଂଘଭିଙ୍କୁ ହାଇକୋର୍ଟଙ୍କ ନିକଟକୁ ଯିବାକୁ କହିଥିଲେ।
ଇଡି ଦ୍ବାରା ତାଙ୍କ ଗିରଫଦାରୀ ବିରୋଧରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତା ହେମନ୍ତ ସୋରେନ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ । ସେ ତାଙ୍କ ଆବେଦନରେ କହିଥିଲେ ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର ଅନୁସାରେ ଗିରଫ କରିଛି । ସେ ପିଟିସନରେ ଦାବି କରିଥିଲେ, କିଛି ମାସ ପରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ କେନ୍ଦ୍ରର ନିର୍ଦ୍ଦେଶ ଅନୁଯାୟୀ ତାଙ୍କ ବିରୋଧରେ ଜାଣିଶୁଣି ଏହି ଆକ୍ସନ ନିଆଯାଇଛି ।
ସର୍ବୋଚ୍ଚ ନ୍ୟାୟାଳୟରେ ଦାୟର ଆବେଦନରେ ସୋରେନ ତାଙ୍କ ଗିରଫଦାରୀକୁ ଅନୁଚିତ, ମନମାନି ତଥା ତାଙ୍କର ମୌଳିକ ଅଧିକାରର ଉଲ୍ଲଂଘନ ବୋଲି ଘୋଷଣା କରିବାକୁ ଅନୁରୋଧ କରିଥିଲେ।
ବେଆଇନ ଭାବେ ଜମି ଜବତ ଏବଂ “ଜମି ମାଫିଆ”ଙ୍କ ସହିତ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଜାନୁଆରୀ ୩୧ରେ ଗିରଫ କରିଥିଲା ଇଡି। ରାଞ୍ଚିର ଏକ ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଗୁରୁବାର ଦିନିକିଆ ନ୍ୟାୟିକ ହାଜତକୁ ପଠାଇଥିଲେ ।
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ : ରାଜ୍ୟବ୍ୟାପୀ ରାଜ୍ୟ ସଙ୍ଗୀତ ଗାନ ପାଇଁ ଓଡ଼ିଆ ଭାଷା ସଂସ୍କୃତି ବିଭାଗର ଅପିଲ୍
Next Articleଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପାଇ ସୋରେନ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
