ଆଦାନୀ-ହିଣ୍ଡେନବର୍ଗ ମାମଲା: ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆଦାନୀ-ହିଣ୍ଡେନବର୍ଗ ମାମଲା ସହ ଜଡ଼ିତ ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ବୁଧବାର ସୁପ୍ରିମକୋର୍ଟର ଏକ ତିନି ଜଣିଆ ଖଣ୍ଡପୀଠ ଏପରି ରାୟ ଦେଇଛନ୍ତି। ଏହା ଆଦାନୀ ଗ୍ରୁପ୍ ପାଇଁ ଏକ ବଡ଼ ବିଜୟ ବୋଲି କୁହାଯାଉଛି । ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ କହିଛନ୍ତି, ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟଙ୍କ କ୍ଷମତା ସୀମିତ। ଆଦାନୀ ସହ ଜଡ଼ିତ ୨୨ଟି ମାମଲା [...]
ନୂଆଦିଲ୍ଲୀ: ଆଦାନୀ-ହିଣ୍ଡେନବର୍ଗ ମାମଲା ସହ ଜଡ଼ିତ ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ବୁଧବାର ସୁପ୍ରିମକୋର୍ଟର ଏକ ତିନି ଜଣିଆ ଖଣ୍ଡପୀଠ ଏପରି ରାୟ ଦେଇଛନ୍ତି। ଏହା ଆଦାନୀ ଗ୍ରୁପ୍ ପାଇଁ ଏକ ବଡ଼ ବିଜୟ ବୋଲି କୁହାଯାଉଛି ।
ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ କହିଛନ୍ତି, ସେବି ତଦନ୍ତରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟଙ୍କ କ୍ଷମତା ସୀମିତ। ଆଦାନୀ ସହ ଜଡ଼ିତ ୨୨ଟି ମାମଲା ମଧ୍ୟରୁ ସେବି ୨୦ଟି ଯାଞ୍ଚ କରିଛି। ଆସନ୍ତା ତିନି ମାସ ମଧ୍ୟରେ ଅବଶିଷ୍ଟ ଦୁଇଟି ମାମଲାର ତଦନ୍ତ ଶେଷ କରିବାକୁ ଆମେ ସେବିକୁ କହିଛୁ |
ହିଣ୍ଡେନବର୍ଗ ରିପୋର୍ଟର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ ଆଦାନୀ ବିରୋଧରେ ତଦନ୍ତକୁ ଏସ୍ଆଇଟି କିମ୍ବା ସିବିଆଇକୁ ହସ୍ତାନ୍ତର କରିବାକୁ କୌଣସି ଆଧାର ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ।
ଉଲ୍ଲେଖଯୋଗ୍ୟ, ଜାନୁଆରୀ ୨୦୨୩ରେ ଆମେରିକୀୟ ସଂସ୍ଥା ହିଣ୍ଡେନବର୍ଗ ଆଦାନୀ ଗ୍ରୁପ୍ ଉପରେ ଅନେକ ଗମ୍ଭୀର ପ୍ରଶ୍ନ ଉଠାଇଥିଲା | ଆଦାନୀ ଗ୍ରୁପର ଷ୍ଟକ୍ କାରବାରରେ ଅନିୟମିତତା ନେଇ ଅଭିଯୋଗ କରିଥିଲା ହିଣ୍ଡେନବର୍ଗ । ହେଲେ ଆଦାନୀ ଗ୍ରୁପ୍ ଏପରି ଅଭିଯୋଗକୁ ଖାରଜ କରିଥିଲା।
ହିଣ୍ଡେନବର୍ଗ ରିପୋର୍ଟ ସାମ୍ନାକୁ ଆସିବା ପରେ ଆଦାନୀ ଗ୍ରୁପ୍ର ସେୟାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିଥିଲା ।
ନର୍ସିଂ, ଫାର୍ମାସୀ ଓ ଆଲାଏଡ୍ ମେଡିକାଲ ଛାତ୍ରଛାତ୍ରୀମାନଙ୍କ ମାସିକ ଷ୍ଟାଇପେଣ୍ଡ୍ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
Next Articleବେଆଇନ ଖଣି ଖନନ ମାମଲାରେ ଇଡିର ଆକ୍ସନ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହଯୋଗୀଙ୍କ ଠିକଣାରେ ଚଢ଼ାଉ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
