ଭିଡ଼ ଉପରେ ମାଡ଼ିଗଲା କ୍ଷୀର ଟ୍ୟାଙ୍କର, ତିନି ମୃତ, ୨୦ ଆହତ
ଗ୍ୟାଙ୍ଗଟକ୍: ଏକ କ୍ଷୀର ଟ୍ୟାଙ୍କର ନିୟନ୍ତ୍ରଣ ହରାଇ ମେଳା ଦେଖୁଥିବା ଲୋକଙ୍କ ଉପରେ ମାଡ଼ି ଯିବାରୁ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ସିକ୍କିମର ଗ୍ୟାଙ୍ଗଟକ୍ ଜିଲ୍ଲାର ରାଣୀପୁରରେ ଏହି ଘଟଣା ଘଟିଛି । ଗ୍ୟାଙ୍ଗଟକ୍ ଜିଲ୍ଲା ମାଜିଷ୍ଟ୍ରେଟ ତୁଷାର ନିଖାରେଙ୍କ ସୂଚନା ଅନୁଯାୟୀ ଶନିବାର ସନ୍ଧ୍ୟା ପ୍ରାୟ ୭.୩୦ ସମୟରେ ଏହି ଦୁର୍ଘଟଣା ଘଟିଥିଲା । ରଣୀପୁରରେ ଏକ ତାମ୍ବୋଲା କାର୍ଯ୍ୟକ୍ରମ ଚାଲିଥିଲା । [...]
ଗ୍ୟାଙ୍ଗଟକ୍: ଏକ କ୍ଷୀର ଟ୍ୟାଙ୍କର ନିୟନ୍ତ୍ରଣ ହରାଇ ମେଳା ଦେଖୁଥିବା ଲୋକଙ୍କ ଉପରେ ମାଡ଼ି ଯିବାରୁ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି । ଶନିବାର ସନ୍ଧ୍ୟାରେ ସିକ୍କିମର ଗ୍ୟାଙ୍ଗଟକ୍ ଜିଲ୍ଲାର ରାଣୀପୁରରେ ଏହି ଘଟଣା ଘଟିଛି ।
ଗ୍ୟାଙ୍ଗଟକ୍ ଜିଲ୍ଲା ମାଜିଷ୍ଟ୍ରେଟ ତୁଷାର ନିଖାରେଙ୍କ ସୂଚନା ଅନୁଯାୟୀ ଶନିବାର ସନ୍ଧ୍ୟା ପ୍ରାୟ ୭.୩୦ ସମୟରେ ଏହି ଦୁର୍ଘଟଣା ଘଟିଥିଲା । ରଣୀପୁରରେ ଏକ ତାମ୍ବୋଲା କାର୍ଯ୍ୟକ୍ରମ ଚାଲିଥିଲା । ହଠାତ୍ ଦ୍ରୁତ ଗତିରେ ଏକ ଟ୍ୟାଙ୍କର କାର୍ଯ୍ୟକ୍ରମ ସ୍ଥଳରେ ପଶି ଭିଡ଼ ଉପରକୁ ମାଡ଼ି ଯାଇଥିଲା । ଏହି ଦୁର୍ଘଟଣାରେ ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ପ୍ରାୟ ୨୦ ଜଣ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସିକ୍କିମ ସରକାର ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସରକାର ।
ଦୁର୍ଘଟଣା ଘଟାଇଥିବା ଗାଡ଼ି ସିକ୍କିମ୍ ଦୁଗ୍ଧ ସଂଘ ନାଁରେ ପଞ୍ଜିକୃତ ହୋଇଛି। ତେବେ ଏହି ଗାଡ଼ି ଆଉ ସଂଘ ସହିତ ଜଡ଼ିତ ନୁହେଁ ଓ ପୂର୍ବରୁ ନିଲାମ ହୋଇସାରିଛି ବୋଲି ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ।
ଭିମସାର ପାଇଁ ହଜାରେ କୋଟିର ପ୍ୟାକେଜ, ବଦଳିବ ରୂପରେଖ
Next Articleସମ୍ବଲପୁର ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
