ପୁଲୱାମାରେ ସୁରକ୍ଷା ବାହିନୀ-ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର | News Room Odisha

ପୁଲୱାମାରେ ସୁରକ୍ଷା ବାହିନୀ-ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସୋମବାର ଏନକାଉଣ୍ଟର ହୋଇଛି। ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାର ନିହାମା ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା । ତଲାସି ବେଳେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ । ଏହାର ପାଲଟା ଜବାବ ଦେଇଥିଲା ସୁରକ୍ଷା ବାହିନୀ। ଅଧିକାରୀଙ୍କ କହିବାନୁସାରେ ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି ।