ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ | News Room Odisha

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ)ରେ ସୋମବାର ଅଗ୍ନିକାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ଏମ୍ସର ଏଣ୍ଡୋସ୍କୋପି ରୁମରେ ନିଆଁ ଲାଗିଯାଇଛି। ନିଆଁକୁ ଲିଭାଇବା କାର୍ଯ୍ୟରେ ୬ଟି ଦମକଳ ବାହିନୀ ନିୟୋଜିତ ଅଛନ୍ତି ‌।

ଘଟଣାସ୍ଥଳରୁ ମିଳିଥିବା ଫଟୋ ଏବଂ ଭିଡ଼ିଓରେ ଏମ୍ସ ବିଲ୍ଡିଂରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳୁଛି | ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ । ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ସମ୍ପର୍କରେ ଏଯାବତ୍ କୌଣସି ସୂଚନା ମିଳିପାରି ନାହିଁ।