ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱରର: ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ [...]
ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି
ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି-ମଣତି
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା ଯାଇଛି। ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ। ସୂଚନାଯୋଗ୍ୟ ଯେ, ଗଣତି-ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ [...]
ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର
ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ [...]
ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ଭୁବନେଶ୍ୱର: ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀ ମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ [...]
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ [...]
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ [...]
ଦୃଷ୍ଟିହୀନଙ୍କ ପାଇଁ ଜୀବନ ବ୍ୟାପି ସାଧନାକୁ ସମ୍ମାନ: ଶିକ୍ଷାବିତ୍ ବିଜୟ କୁମାର ରଥଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସମ୍ମାନ ସୂଚକ ଡ଼କ୍ଟରେଟ୍ ଉପାଧି ପ୍ରଦାନ କଲେ ରାଷ୍ଟ୍ରପତି
ଭୁବନେଶ୍ବର: ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍, ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦ ମାଧବଂ l ସଂସ୍କୃତର ଏହି ଶ୍ଲୋକର ମହତ୍ତ୍ୱକୁ ପ୍ରତିପାଦନ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି ବ୍ରହ୍ମପୁରର ଦୃଷ୍ଟିହୀନ ଶିକ୍ଷାବିତ୍ ବିଜୟ କୁମାର ରଥ । ଦୃଷ୍ଟିହୀନଙ୍କ ପାଇଁ ଶିକ୍ଷାଦାନ କ୍ଷେତ୍ରରେ ଅବିଶ୍ୱସନୀୟ ଅବଦାନ ପାଇଁ ବିଜୟ କୁମାର ରଥଙ୍କୁ ମଙ୍ଗଳବାର କଟକ ଠାରେ ଅନୁଷ୍ଠିତ ରେଭେନ୍ସା ବିଶ୍ଵବିଦ୍ୟାଳୟର ୧୩ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନସୂଚକ ଡ଼କ୍ଟରେଟ୍ ଉପାଧି [...]
