ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ
ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ
ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ବିଗୁଣିତ ହୋଇଛି । ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍ଇନ୍ସପେକ୍ଟର ଓ ଏ.ଏସ୍.ଆଇ ମାନଙ୍କ [...]
ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ: ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ଉପସ୍ଥ।ପନ ଓ ସବିଶେଷ ଆଲୋଚନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅନ୍ୟ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ଓ ଶାସନ ସଚିବ ଏବଂ [...]
ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା ସହିତ ଏଥିରେ ଅଧିକ ଦକ୍ଷତା ଆସି ପାରିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଉନ୍ନତ ଡ୍ୟାସବୋର୍ଡ ମାଧ୍ୟମରେ ସମସ୍ତ ପ୍ରମୁଖ ପ୍ରକଳ୍ପଗୁଡ଼ିକୁ ଅନ୍ତର୍ଭୁକ୍ତ କରାଯାଇ ସାର୍ବଜନୀନ ସମ୍ପତ୍ତି [...]
ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି [...]
ଓଡ଼ିଶା: ପୋପ୍ ଫ୍ରାନସିସ୍ଙ୍କ ସମ୍ମାନାର୍ଥେ ୩ ଦିନିଆ ଶୋକ ପାଳନ
ଭୁବନେଶ୍ଵର: ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନସିସ୍ଙ୍କ ପରଲୋକରେ ସମଗ୍ର ଦେଶରେ ୩ ଦିନିଆ ଶୋକ ପାଳନ କରିବାକୁ ଭାରତ ସରକାର ଘୋଷଣା କରିଛନ୍ତି ।ଏହି ପରିପ୍ରେକ୍ଷୀରେ ଧର୍ମଗୁରୁ ପୋପ୍ ଫ୍ରାନସିସ୍ଙ୍କ ସମ୍ମାନାର୍ଥେ ୩ ଦିନିଆ ଶୋକ ପାଳନ କରିବାକୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଜି ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଚଳିତ ଏପ୍ରିଲ ୨୨ ଓ ୨୩ ତାରିଖ ଏବଂ ଶେଷକୃତ୍ୟ ସମ୍ପନ୍ନ ହେବା ଦିନ ଏହି ଶୋକ ପାଳନ [...]
ରାଜ୍ୟ ଡାଟା ନୀତି ୨.୦ ଉପରେ ପରାମର୍ଶଦାତା କର୍ମଶାଳା ଅନୁଷ୍ଠିତ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ଡାଟା ପଲିସି ୨.୦ ଉପରେ ଏକ ପରାମର୍ଶଦାତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଶାଲ୍ କୁମାର ଦେବ, ସ୍ୱତନ୍ତ୍ର ଶାସନ ସଚିବ ମାନସ ରଞ୍ଜନ ପଣ୍ଡା, ଅତିରିକ୍ତ ଶାସନ ସଚିବ ଡ. ପ୍ରଦୀପ କୁମାର ରାଉତ ଏବଂ ଓଡ଼ିଶା ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ଓଡ଼ିଶା ଆଇ.ଟି. ଶିଳ୍ପର ପ୍ରତିନିଧିମାନେ [...]
ପ୍ରଶାସନରେ କୁତ୍ରିମ ବୁଦ୍ଧିମତାର ଉପଯୋଗ ସମ୍ବନ୍ଧିତ କର୍ମଶାଳା ଅନୁଷ୍ଠିତ
ଭୁବନେଶ୍ୱର: ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୁତ୍ରିମ ବୁଦ୍ଧିମତା (ଏ.ଆଇ.)’ ର ପ୍ରୟୋଗ ଉପରେ ବ୍ୟବହାରିକ ତାଲିମ ନିମନ୍ତେ ବୁଧବାର ଦିନ ଲୋକସେବା ଭବନ ସ୍ଥିତ ରାଜ୍ୟ କନଭେନସନ୍ ସେଣ୍ଟରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଓ୍ୱାଧ୍ଓ୍ୱାନି ଫାଉଣ୍ଡେସନ ର ମିଳିତ ଆନୁକୁଲ୍ୟରେ ଏକ କର୍ମଶାଳାର ଆୟୋଜନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ରାଜ୍ୟର ସରକାରୀ ଅଫିସରମାନଙ୍କୁ ‘କୁତ୍ରିମ ବୁଦ୍ଧିମତା (ଏ.ଆଇ.)’ [...]
ପାଟଣାଗଡରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା
ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ [...]
ହନୁମାନ ଜୟନ୍ତୀ ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ: ସମ୍ବେଦନଶୀଳ ଅଞ୍ଚଳରେ ବ୍ଯାପକ ପୁଲିସ ମୁତୟନ ନିର୍ଦ୍ଦେଶ
ହନୁମାନ ଜୟନ୍ତୀ ପାଇଁ ଡିଜିପିଙ୍କ ସମୀକ୍ଷା ବୈଠକ: ସମ୍ବେଦନଶୀଳ ଅଞ୍ଚଳରେ ବ୍ଯାପକ ପୁଲିସ ମୁତୟନ ନିର୍ଦ୍ଦେଶ
ଭୁବନେଶ୍ୱର: ଆସନ୍ତା ୧୪ ତାରିଖ ଦିନ ସାରା ରାଜ୍ୟରେ ମହା ବିଷୁବ ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଳିତ ହେବାକୁ ଯାଉଛି। ଏହି ପର୍ବ ର ଶୃଙ୍ଖଳିତ ପାଳନ ଉପଲକ୍ଷେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟ ଠାରେ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ସମେତ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ [...]
ଗଞ୍ଜାମ ଜିଲ୍ଲାର ପ୍ରାଚୀନ ଲୋକନୃତ୍ୟ ଦଣ୍ଡ ନାଚ, କାଲି ମେରୁ ଯାତ୍ରା
ବ୍ରହ୍ମପୁର: କାହିଁ କେଉଁ ଆବହମାନ କାଳରୁ ଗଞ୍ଜାମ ଜିଲ୍ଲାର ପୁରପଲ୍ଲୀରୁ ଆରମ୍ଭ କରି ସହରାଞ୍ଚଳ ଯାଏଁ ଚୈତ୍ର ମାସରେ ଦଣ୍ଡ ନାଚ ହୋଇ ଆସୁଛି। ଗୋଟିଏ ପଟେ ସ୍ଥାନୀୟ ଜନଜୀବନର ପ୍ରତିଫଳନ କରୁଥିବା ଲୋକପରମ୍ପରା ଆଧାରିତ ନୃତ୍ୟ ସଙ୍ଗୀତ ତ ଆରପଟେ କଠିନତମ ସାଧନା କରି ଦୈବୀ କୃପା ହାସଲ କରିବା ନିମନ୍ତେ କଠୋର ସାଧନାର ଝଲକ ଯେଉଁଠି ଦେଖିବାକୁ ମିଳିଥାଏ ତାହା ହେଉଛି ଦଣ୍ଡ ନାଚ ବା ଦଣ୍ଡ ଯାତ୍ରା। ଜିଲ୍ଲାରେ ଗତ କିଛି ଦିନ [...]
