ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି।
ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି।
ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସାମାଜିକ କଲ୍ୟାଣ କ୍ଷେତ୍ରରେ ବ୍ୟାଙ୍କର ଏହି ପ୍ରୟାସକୁ ପ୍ରଶଂସା କରିଥିଲେ।
ବ୍ରହ୍ମପୁର ମ୍ୟୁନିସିପାଲିଟି କମିଶନରଙ୍କ ସ୍ୱତନ୍ତ୍ର ଅନୁମତି କ୍ରମେ ମ୍ୟୁନିସିପାଲିଟି ସେବା ପରିସର ମଧ୍ୟରେ ଏହି ଶିବିର ଅତ୍ୟନ୍ତ ସଫଳତାର ସହ ସମ୍ପାଦିତ ହୋଇଛି।
IIMCAA Odisha Chapter Meet Celebrates Alumni Bond and Honours Pad-Woman Ankita For Public Service
Next ArticleNaveen Urges Union FM to Intervene After Tribal Man Carries Sister’s Skeleton to Bank
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱରର: ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା ହୋଇଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଅନୁମୋଦିତ ଖର୍ଚ୍ଚ ଅଗ୍ରଗତି ସଂପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗକୁ ଧାର୍ଯ୍ୟ ସମୟ ଚଳିତ ମାସ ଶେଷ ସୁଦ୍ଧା ବଜେଟ୍ [...]
