ଖାଇକୁ ଖସିଲା ବସ୍, ୨୧ ମୃତ
ନୂଆଦିଲ୍ଲୀ: ଜମ୍ମୁର ଅଖନୂର ଠାରେ ଗୁରୁବାର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଏକ ଗଭୀର ଖାଇକୁ ଖସି ପଡ଼ିବାରୁ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି । ଏହି ଦୁର୍ଘଟଣାରେ ୨୦ ଲୋକ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ସୂଚନାନୁସାରେ, ଏହି ବସ୍ ଅଖନୂରର ଚୁଙ୍ଗି ମଢ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବ ୧୫୦ ଫୁଟ ଗଭୀର [...]
ନୂଆଦିଲ୍ଲୀ: ଜମ୍ମୁର ଅଖନୂର ଠାରେ ଗୁରୁବାର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଏକ ଗଭୀର ଖାଇକୁ ଖସି ପଡ଼ିବାରୁ ଅତିକମରେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା ରହିଛି । ଏହି ଦୁର୍ଘଟଣାରେ ୨୦ ଲୋକ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି।
ସୂଚନାନୁସାରେ, ଏହି ବସ୍ ଅଖନୂରର ଚୁଙ୍ଗି ମଢ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବ ୧୫୦ ଫୁଟ ଗଭୀର ଖାଇକୁ ଖସିପଡ଼ିଥିଲା। ବସ୍ରେ ପ୍ରାୟ ୫୦ ଯାତ୍ରୀ ଥିଲେ । ସମସ୍ତ ଯାତ୍ରୀ ହରିୟାଣାର କୁରୁକ୍ଷେତ୍ରର ବାସିନ୍ଦା । ସେମାନେ ଶିବ ଖୋରୀ ଦର୍ଶନ ପାଇଁ ଯାଉଥିଲେ ବୋଲି କୁହାଯାଇଛି। ବସ୍ ଅଖନୂରର ଚୁଙ୍ଗି ମଢ ଅଞ୍ଚଳର ଟାଙ୍ଗଲି ବୁଲାଣି ପାର ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ବସ୍ ଖାଇକୁ ଖସିପଡ଼ିବା ପରେ ସ୍ଥାନୀୟ ଲୋକ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଏବଂ ସ୍ଥାନୀୟ ଲୋକ ଦୁର୍ଘଟଣାଗ୍ରସ୍ତ ବସରୁ ଲୋକଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ। ।
ଶେଷ ପର୍ଯ୍ୟାୟ ନିର୍ବାଚନ : ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ୪୬୦ ପ୍ରାର୍ଥୀ, ୯୯ ଲକ୍ଷରୁ ଉର୍ଦ୍ଧ୍ବ ମତଦାତା
Next Articleପଶ୍ଚିମରେ ଅସମ୍ଭାଳ ତାତି : ୯ ସହରର ତାପମାତ୍ରା ୪୫ ଉପରେ, ୪୭ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
