ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ: ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ଉପସ୍ଥ।ପନ ଓ ସବିଶେଷ ଆଲୋଚନା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅନ୍ୟ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ଓ ଶାସନ ସଚିବ ଏବଂ [...]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦଙ୍କ ସପ୍ତମ ବୈଠକ ଆଜି ଲୋକ ସେବା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅନ୍ୟ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ, କମିଶନର ଓ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ।
ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ରାଜ୍ୟ ଗଠନର ଶତବାର୍ଷିକୀ ପାଳନ ଅବସରରେ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ସମୃଦ୍ଧ ଏବଂ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଏକ ଉଚ୍ଚାଭିଳାଷୀ ସଂକଳ୍ପ ନେଇଛନ୍ତି। ୨୦୪୭ ସୁଦ୍ଧା ଆମ ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ ହାସଲ ଦିଗରେ ମଧ୍ୟ ଏହା ସହାୟକ ହେବ। ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ମାର୍ଗଦର୍ଶନ ଏବଂ ନୀତି ଆୟୋଗଙ୍କ ସହଯୋଗରେ ସରକାର ଅଗଷ୍ଟ ୨୦୨୪ ଠାରୁ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅନ୍ତର୍ଭୁକ୍ତି , ସମୃଦ୍ଧି ଓ ସମ୍ପନ୍ନତା ଏହି ଭିଜନ ଦସ୍ତାବିଜ ର ଆଧାର। ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଆମେରିକୀୟ ଡଲାର ମୂଲ୍ୟର ଜିଏସଡିପି ବା ରାଜ୍ୟ ସାମଗ୍ରିକ ଘରୋଇ ଉତ୍ପାଦ ଲକ୍ଷ୍ୟ ହାସଲ କରିବା ଏବଂ ଭାରତର ଜିଡିପିର ୫% ଅଂଶଦାର ହେବା ପାଇଁ ଓଡିଶା ଏପର୍ଯ୍ୟନ୍ତ ହାସଲ କରିଥିବା ଅର୍ଥନୈତିକ ଅଭିବୃଦ୍ଧି ହାର କୁ ଅତିକ୍ରମ କରିବା ସହ ଏହାକୁ ଦ୍ରୁତତର କରିବା ଆବଶ୍ୟକ।
ସେ କହିଥିଲେ ଯେ ଏହା ଆମ ପାଇଁ ଏକ ଆହ୍ବାନ ଓ ସୁଯୋଗ। ସହଯୋଗୀ ପରିବେଶ, ସରକାରୀ-ବେସରକାରୀ ନିବେଶ, କାର୍ଯ୍ୟାନ୍ୱୟନ ଜନିତ ସହାୟତା ଓ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ସମନ୍ୱୟ ବ୍ୟବସ୍ଥା ସହ ଏହି ଲକ୍ଷ୍ଯ ହାସଲ ହୋଇପାରିବ। ୨୦୩୬ ସୁଦ୍ଧା ପ୍ରମୁଖ କ୍ଷେତ୍ରଗୁଡ଼ିକରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇବା ପାଇଁ ଲକ୍ଷ୍ୟ ରଖାଯାଇଥିବା ୩୬ଟି ସର୍ବୋଚ୍ଚ ପ୍ରାଥମିକ କାର୍ଯ୍ୟକ୍ରମ ଚିହ୍ନଟ କରି ଏକ ରଣନୈତିକ ପଦକ୍ଷେପ ‘୩୬ ପାଇଁ ୩୬‘ ଆରମ୍ଭ କରି ଓଡ଼ିଶାର ଅଭିବୃଦ୍ଧିର ପରିବର୍ତ୍ତନ ଯାତ୍ରାକୁ ତ୍ୱରାନ୍ୱିତ କରାଯିବ। ମନ୍ତ୍ରୀ ପରିଷଦଙ୍କ ସୁଚିନ୍ତିତ ପରାମର୍ଶ ଓ ମାର୍ଗଦର୍ଶନ ଦ୍ଵାରା ଚିଠା କୁ ଚୂଡ଼ାନ୍ତ ରୂପ ଦେବା ସମ୍ଭବ ହେବ, ଏବଂ ତଦନୁଯାୟୀ ସେଥିରେ ସ୍ଥାନିତ ଲକ୍ଷ୍ୟ ଗୁଡିକର ସଫଳ ରୂପାୟନ ପାଇଁ ଏକ କାର୍ଯ୍ୟାନ୍ବୟନ ଖସଡା ପ୍ରସ୍ତୁତ କରାଯାଇ ପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ବୈଠକରେ ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧିହାର ହାସଲ କରିବାକୁ ରପ୍ତାନୀ ଭିତ୍ତିକ ଉତ୍ପାଦନ ର ଆବଶ୍ୟକତା ଓ ବିଭିନ୍ନ ନିୟମାବଳୀର ଅନୁପାଳନ ଓ ସରକାରୀ ନିୟନ୍ତ୍ରଣ ର ପ୍ରତିବନ୍ଧକ ହ୍ରାସ ସମ୍ବନ୍ଧରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ସୂଚନା ପ୍ରଦାନ କରିଥିଲେ। ତତ୍ପରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ୬ ଟି ସଚିବ ସ୍ତରୀୟ କ୍ଷେତ୍ରୀୟ ଗୋଷ୍ଠୀ ର ସଦସ୍ୟ ମାନେ ଭିଜନ ଦସ୍ତାବିଜର ବିଭିନ୍ନ ଦିଗ ଓ ଲକ୍ଷ୍ଯ ସହ ‘୩୬ ପାଇଁ ୩୬‘ ଗୁରୁତ୍ୱପୂର୍ଣ୍ଣ ପ୍ରାଥମିକତା ଗୁଡିକୁ ମିଳିତ ଭାବେ ଉପସ୍ଥାପନା କରିଥିଲେ।
ମୁଖ୍ୟମନ୍ତ୍ରୀ ଭିତ୍ତିଭୂମି କ୍ଷେତ୍ରକୁ ଅଧିକ ପ୍ରାଥମିକତା ଦେବାର ଆବଶ୍ୟକତା ସମ୍ବନ୍ଧରେ ଗୁରୁତ୍ବାରୋପ କରିବା ସହ ରାସ୍ତା, ରେଳପଥ, ବନ୍ଦର ଓ ବିମାନ ଯୋଗାଯୋଗ ବ୍ୟବସ୍ଥା ର ସମ୍ପ୍ରସାରଣ ପାଇଁ ସ୍ଵତନ୍ତ୍ର ଯୋଜନା ପ୍ରଣୟନ ନିମନ୍ତେ ପରାମର୍ଶ ଦେଇଥିଲେ । ଏହି ଆଲୋଚନାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାୟକ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଯୋଗାଣ ଓ ଖାଦ୍ଯ ସୁରକ୍ଷା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ଯୋଗ ମନ୍ତ୍ରୀ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ବିଦ୍ୟାଳୟ ଓ ଗଣ ଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିବା ସହ ନିଜ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।
ବୈଠକରେ ସ୍ଥିର ହୋଇଥିଲା ଯେ, ଆଗାମୀ ୧୫ ଦିନ ମଧ୍ୟରେ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭‘ ଉପରେ ରାଜ୍ୟର ୪ ଟି ସ୍ଥାନରେ ଆଞ୍ଚଳିକ କର୍ମଶାଳା ଅନୁଷ୍ଠିତ କରାଯିବ ସହ ବିଭିନ୍ନ ସ୍ତରରେ ଜନ ପ୍ରତିନିଧି, ଜନସାଧାରଣ, ନାଗରିକ ସମାଜ, ବୁଦ୍ଧିଜୀବୀ ଙ୍କ ସହିତ ବିଚାରବିମର୍ଶ କରାଯାଇ ଏହି ଭିଜନ ଦସ୍ତାବିଜ କୁ ଚୂଡ଼ାନ୍ତ ରୂପରେଖ ପ୍ରଦାନ କରାଯିବ।
Detailed Discussions Held on ‘Odisha Vision 2036 and 2047’ at State Council of Ministers’ Meeting
Next ArticlePahalgam attack: CM Mohan Majhi pays tributes to Prashant Satpathy, assures family of all help
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
