ସମ୍ଭାବ୍ୟ ବାତ୍ୟାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଖାରବେଳ ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ବାତ୍ୟାଦ୍ୱାରା ପ୍ରଭାବିତ ହେବା ଆଶଙ୍କା ଥିବା ବିଭିନ୍ନ ଜିଲ୍ଲା ତଥା ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଂଚଳର ଉଚ୍ଚପଦସ୍ତ ଅଧିକାରୀ ମାନେ ଆଭାସୀ ମାଧ୍ୟମରେ ଯୋଗ [...]
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଖାରବେଳ ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ବାତ୍ୟାଦ୍ୱାରା ପ୍ରଭାବିତ ହେବା ଆଶଙ୍କା ଥିବା ବିଭିନ୍ନ ଜିଲ୍ଲା ତଥା ମହାନଗର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଂଚଳର ଉଚ୍ଚପଦସ୍ତ ଅଧିକାରୀ ମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।
ବାତ୍ୟା ସମୟରେ ଏବଂ ପରବର୍ତ୍ତୀ ଅବସ୍ଥାରେ ତ୍ୱରିତ ସେବା ପ୍ରଦାନ ଉପରେ ମନ୍ତ୍ରୀ ଡ଼ା.ମହାପାତ୍ର ଗୁରୁତ୍ୱ ଦେଇଥିଲେ । ତଳିଆ ଅଞ୍ଚଳ ଓ କଚ୍ଚାଘରେ ରହୁଥିବା ଲୋକମାନଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ଓ ପକ୍କାଘର ଭଳି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରିବା ପ୍ରକ୍ରିୟା ଆଜି ସନ୍ଧ୍ୟା ସୁଦ୍ଧା ଶେଷ କରିବାକୁ ଅଧିକାରୀ ମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ସେହିଭଳି ଆସନ୍ନ ପ୍ରସବା, ପ୍ରସୂତି ମା ଓ ଶିଶୁ, ଭିନ୍ନକ୍ଷମ ଏବଂ ନିରାଶ୍ରୟ ବ୍ୟକ୍ତିଙ୍କୁ ବାତ୍ୟା ସମୟରେ ସୁରକ୍ଷିତ ଆଶ୍ରୟ ପ୍ରଦାନ କରିବା ଉପରେ ମନ୍ତ୍ରୀ ଡ଼ା. ମହାପାତ୍ର ଗୁରୁତ୍ୱାରୋପ କରିଥିଲେ ।
ବୈଠକ ପ୍ରାରମ୍ଭରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସେହିଭଳି ଆଶ୍ରୟସ୍ଥଳୀ ଗୁଡିକରେ ଚୁଡା, ଗୁଡ଼ ଭଳି ଶୁଖିଲା ଖାଦ୍ୟ ମହଜୁଦ ରଖିବା, ଦୁଇବେଳା ରନ୍ଧା ଖାଦ୍ୟ ପ୍ରଦାନ, ପଶୁଖାଦ୍ୟ, ଔଷଧ, ପାନୀୟଜଳ ଓ ଆଲୋକୀକରଣ ପାଇଁ ଡିଜି ବ୍ୟବସ୍ଥା କରାଯାଇଥିବା ନେଇ ମନ୍ତ୍ରୀଙ୍କୁ ସେ ସୂଚନା ଦେଇଥିଲେ । ବାତ୍ୟାଜନିତ ବର୍ଷା ଜଳ ନିଷ୍କାସନ ଓ ନିରବଚ୍ଛିନ୍ନ ଜଳଯୋଗାଣ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ମଧ୍ୟ ଅଧିକାରୀ ମାନଙ୍କୁ ପାଢ଼ୀ କହିଥିଲେ । ବାତ୍ୟା ପରବର୍ତ୍ତୀ ଯୋଗାଯୋଗ, ପରିମଳ ବ୍ୟବସ୍ଥା ଭଳି ଆବଶ୍ୟକୀୟ ସେବା ତ୍ୱରାନ୍ୱିତ କରିବାକୁ ସେ କହିଥିଲେ ।
ଉକ୍ତ ବୈଠକରେ ବିଭାଗୀୟ ସ୍ୱତନ୍ତ୍ର ସଚିବ ରାଜେଶ ପ୍ରଭାକର ପାଟିଲ, ପୌର ନିର୍ଦ୍ଦେଶକ ଦେବାଶିଷ ସିଂ, ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
Cyclone Dana to make landfall between Bhitarkanika-Dhamara in Odisha
Next Articleମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
