ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଉଦ୍ଘାଟନ ଓ ଶିଳାନ୍ୟାସ, ଗୋପାଳପୁରରେ ଗ୍ରୀନ୍ ଆମୋନିଆ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧. ୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା [...]
ଭୁବନେଶ୍ବର – ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧. ୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା ମୂଲ୍ୟର ୨୪ଟି ପ୍ରକଳ୍ପର ଉଦ୍ଘାଟନ କରିବା ସହିତ ୨ ହଜାର ୯୯୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।

ଶେରଗଡ଼ଠାରେ ଜନସଭାକୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲୋକଙ୍କ ସହଯୋଗରେ ହିଞ୍ଜିଳି-ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ୍ ଭାବେ ପରିଚୟ ପାଇଛି ଏବଂ ଏହି ନିର୍ବାଚନ ମଣ୍ଡଳୀ ଏକ ଆଦର୍ଶ ନିର୍ବାଚନ ମଣ୍ଡଳୀରେ ମଧ୍ୟ ପରିଣତ ହୋଇଛି । ୫-ଟି ଉପକ୍ରମରେ ରୂପାନ୍ତର ଅଭିଯାନର ଭିତ୍ତି ପ୍ରଥମେ ହିଞ୍ଜିଳି-ଶେରଗଡ଼ରୁ ହିଁ ଆରମ୍ଭ ହୋଇଥିଲା ମା’ତାରାତାରିଣୀ ପୀଠର ଉନ୍ନତି ସହିତ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟ ଏଠାରୁ ଆରମ୍ଭ ହୋଇଥିଲା । ଏହିସବୁ ରୂପାନ୍ତର କାର୍ଯ୍ୟ ଆଜି ଦେଶବିଦେଶକୁ ଆକର୍ଷିତ କରୁଛି । ଆଜି ହାଇସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷହୋଇ ସାରା ରାଜ୍ୟରେ ୮୦୦୦ରୁ ଅଧିକ ହାଇସ୍କୁଲ ରୂପାନ୍ତରିତ ହୋଇଛି । ପିଲାମାନଙ୍କ ଖୁସି ଓ ଲୋକଙ୍କ ଖୁସି ଦେଖି ସେ ବି ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନ୍.ଏ.ସି ଭାବେ ଘୋଷଣା କରିଥିଲେ ଏବଂ ହିଞ୍ଜିଳି-ଶେରଗଡ଼ର ବିକାଶକୁ ଏକ ନୂଆ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।
ଶୀତଳାପଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସରସ୍ୱତୀ ପୂଜାର ଶୁଭ ଅବସରରେ ଗଞ୍ଜାମ ଜିଲ୍ଲା ପାଇଁ ୫ ହଜାର କୋଟିରୁ ଅଧିକ ଟଙ୍କାର ଜଳସେଚନ ପ୍ରକଳ୍ପ, ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା । ସେହିପରି ଗୋପାଳପୁର ଇଣ୍ଟଷ୍ଟ୍ରିଆଲ ପାର୍କରେ ଏସିଏମ୍ଇ ଓ ଆଭାଡ଼ା ଦ୍ୱାରା ଗ୍ରୀନ୍ ଫୁଏଲ୍ ପ୍ରକଳ୍ପ ଏବଂ ଗୋପାଳପୁରଠାରେ ଇଡ୍କୋର ୟୁଟିଲିଟି କରିଡ଼ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏହା ଦ୍ୱାରା ଜିଲ୍ଲାରେ ଶିଳ୍ପ ବିକାଶ ସହିତ ନିଯୁକ୍ତି ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ । ଆଜି ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଦ୍ୱିତୀୟ ସ୍ଥାନରେ ଅଛି । ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଓଡ଼ିଶା ଖାଦ୍ୟ ଯୋଗାଉଛି । ବିଶ୍ୱର ବଡ଼ ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି । କ୍ରୀଡ଼ା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ କରିଛି । ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପ ଓ ମା’ ତାରାତାରିଣୀ ପୀଠର ରୂପାନ୍ତର ଓଡ଼ିଶାକୁ ଗୌରବାନ୍ୱିତ କରିଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ଚିକିତ୍ସା ଚିନ୍ତା ଦୂର କରିଛି । ରାଜ୍ୟରେ ମା’ମାନେ ଆଜି ଉଦ୍ୟୋଗୀ ହେବା ପାଇଁ ଆଗଭର ହେଲେଣି । ଚାଷୀମାନଙ୍କ ପାଇଁ ମା’ମାନଙ୍କ ପାଇଁ ଓ ଯୁବଗୋଷ୍ଠୀ ପାଇଁ ବିନାସୁଧରେ ଋଣ ବ୍ୟବସ୍ଥା ସେମାନଙ୍କ ପାଇଁ ସୁଯୋଗ ଆଣିଦେଉଛି । ଛାତ୍ରଛାତ୍ରୀଙ୍କ ପାଇଁ ନୂଆ-ଓ ଛାତ୍ରବୃତ୍ତି ଆରମ୍ଭ ହେବାକୁ ଯାଉଛି । ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଜି ଦେଶରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି କହି ଆଗାମୀ ଦିନରେ ଓଡ଼ିଶାକୁ ବିକାଶର ନୂଆ ସୋପାନରେ ପହଞ୍ଚାଇବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୀତଳାପଲ୍ଲୀଠାରେ ନବନିର୍ମିତ ୨୦୦ ଶଯ୍ୟାବିଶିଷ୍ଟ ସମ୍ ସୁପରସ୍ପେସିଆଲିଟି ହସ୍ପିଟାଲ୍କୁ ଲୋକାର୍ପିତ କରିବା ସହିତ ଘରପାଖରେ ଲୋକମାନେ ଏହା ମାଧ୍ୟମରେ ଭଲ ଚିକିତ୍ସା ସୁବିଧା ପାଇବେ ବୋଲି କହିଥିଲେ ।
ମୁଖ୍ୟମନ୍ତ୍ରୀ ଗୋପାଳପୁରଠାରେ ୨୭ ହଜାର କୋଟି ଟଙ୍କା ନିବେଶରେ ଏସିଏମଇ ଦ୍ୱାରା ୧.୧୦ ଏମଏମଟିପିଏ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ଏବଂ ୮ ହଜାର କୋଟି ଟଙ୍କା ନିବେଶରେ ଆଭାଡ଼ା ଗ୍ରୀନ୍ ହାଇଡ୍ରୋଜେନ୍ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ । ଏହି ଦୁଇ ପ୍ରକଳ୍ପ ଦ୍ୱାରା ପ୍ରାୟ ୫୨୦୦ ଯୁବଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ସମସ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରକଳ୍ପ ସଂପର୍କରେ ଲୋକମାନଙ୍କ ସହ ଆଲୋଚନା କରିଥିଲେ ।
CM Naveen Announces NAC Tag to Sheragada
Next Articleପାକିସ୍ତାନରେ ମେଣ୍ଟ ସରକାର ସମ୍ଭାବନା, ଶହବାଜ ସରିଫ୍ ପୁଣି ହେବେ ପ୍ରଧାନମନ୍ତ୍ରୀ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
