ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ – ମାମଲା ବିଚାରାଧୀନ ଥିବାବେଳେ ନିର୍ବାଚନ କମିଶନରଙ୍କୁ କାହିଁକି ନିଯୁକ୍ତ କଲ ?
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଶୁକ୍ରବାର ନୂଆ ଆଇନ ଅନୁଯାୟୀ ଦୁଇ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରଦ୍ଦ କରିବାକୁ ମନା କରିଦେଇଛନ୍ତି। ତେବେ ଏହି ମାମଲାର ଶୁଣାଣି ହେବ ବୋଲି କହିଛନ୍ତି କୋର୍ଟ । ସ୍ବେଚ୍ଛାସେବୀ ସଂଗଠନ ‘ଆସୋସିଏସନ ଅଫ୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍)’ ତରଫରୁ ନିର୍ବାଚନ କମିଶନଙ୍କ ନିଯୁକ୍ତି ବିରୋଧରେ ଏହି ପିଟିସନ ଦାୟର ହୋଇଥିଲା । ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଦୀପଙ୍କର ଦତ୍ତା ଏବଂ ଜଷ୍ଟିସ ଅଗଷ୍ଟିନ ଜର୍ଜ ମସିହଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି [...]
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଶୁକ୍ରବାର ନୂଆ ଆଇନ ଅନୁଯାୟୀ ଦୁଇ ନିର୍ବାଚନ କମିଶନରଙ୍କ ନିଯୁକ୍ତି ରଦ୍ଦ କରିବାକୁ ମନା କରିଦେଇଛନ୍ତି। ତେବେ ଏହି ମାମଲାର ଶୁଣାଣି ହେବ ବୋଲି କହିଛନ୍ତି କୋର୍ଟ । ସ୍ବେଚ୍ଛାସେବୀ ସଂଗଠନ ‘ଆସୋସିଏସନ ଅଫ୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍)’ ତରଫରୁ ନିର୍ବାଚନ କମିଶନଙ୍କ ନିଯୁକ୍ତି ବିରୋଧରେ ଏହି ପିଟିସନ ଦାୟର ହୋଇଥିଲା ।
ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଦୀପଙ୍କର ଦତ୍ତା ଏବଂ ଜଷ୍ଟିସ ଅଗଷ୍ଟିନ ଜର୍ଜ ମସିହଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ । ଏହି ମାମଲା କୋର୍ଟରେ ବିଚାରାଧୀନ ଥିଲାବେଳେ ଆପଣ କାହିଁକି ନିର୍ବାଚନ କମିଶନରଙ୍କୁ ନିଯୁକ୍ତ କରିଥିଲେ ବୋଲି ଖଣ୍ଡପୀଠ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ମାର୍ଚ୍ଚ ୨୧ରେ ଏନେଇ ଜବାବ ଦାଖଲ କରିବାକୁ ସରକାରଙ୍କୁ କହିଛନ୍ତି ଖଣ୍ଡପୀଠ ।
କେନ୍ଦ୍ର ସରକାର ଗୁରୁବାର ପୂର୍ବତନ ଆଇଏଏସ୍ ଅଧିକାରୀ ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁଙ୍କୁ ଖାଲି ପଡ଼ିଥିବା ଦୁଇ ନିର୍ବାଚନ କମିଶନର ପଦରେ ନିଯୁକ୍ତ କରିଥିଲେ ।
ଏହି ମାମଲାରେ ଏଡିଆର ବ୍ୟତୀତ ମଧ୍ୟପ୍ରଦେଶର କଂଗ୍ରେସ ନେତ୍ରୀ ଜୟା ଠାକୁର ମଧ୍ୟ ଏକ ଆବେଦନ କରିଥିଲେ। ଆବେଦନକାରୀ ଯୁକ୍ତି କରିଛନ୍ତି ଯେ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ବନ୍ଧୀୟ ନୂଆ ଆଇନ ଚୟନ କମିଟିରୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ବାଦ୍ ଦେଇଛି। ଏଭଳି ସ୍ଥିତିରେ ନିର୍ବାଚନ କମିଶନଙ୍କ ନିଯୁକ୍ତି ପ୍ରକ୍ରିୟାରେ ନିରପେକ୍ଷତା ରହିବ ନାହିଁ । ତେଣୁ ଚୟନ କମିଟିରେ ପ୍ରଧାନ ବିଚାରପତି ରହିବା ଆବଶ୍ୟକ | ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୨୧ରେ ହେବ ।
ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପାଇଁ ମୋଦୀ ସରକାର ଆଣିଥିବା ନୂଆ ଆଇନ ଅନୁଯାୟୀ ଚୟନ କମିଟିରୁ ପ୍ରଧାନ ବିଚାରପତିଙ୍କୁ ବାଦ୍ ଦିଆଯାଇଛି । ଏହି କମିଟିରେ ଏଣିକି ପ୍ରଧାନମନ୍ତ୍ରୀ ଓ ତାଙ୍କ ଦ୍ବାରା ମନୋନୀତ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ସହ ଲୋକସଭାର ବିରୋଧୀ ଦଳ ନେତା ରହିବେ । ଗୁରୁବାର ଏହି ନୂଆ ଚୟନ କମିଟି ଦ୍ବାରା ଦୁଇ ନିର୍ବାଚନ କମିଶନରଙ୍କ ନିଯୁକ୍ତି ଉପରେ ଲୋକସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀ ଅସନ୍ତୋଷ ପ୍ରକାଶ କରିଥିଲେ । କମିଟି ନିକଟକୁ ୬ଟି ନାମ ଆସିଥିଲେ ମଧ୍ୟ ବିନା ବିଚାର ବିମର୍ଶରେ ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିଲା ବୋଲି ଅଭିଯୋଗ କରିଥିଲେ ଚୌଧୁରୀ ।
ଅମିତାଭ ବଚ୍ଚନ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
Next ArticleOdisha-Cadre IPS Officer Sarah Sharma to Be Inducted as DIG in CBI
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
