ଟି-୨୦ ବିଶ୍ୱକପ୍: ନ୍ୟୁଜିଲ୍ୟାଣ୍ଡକୁ ହରାଇଲା ଆଫଗାନିସ୍ତାନ
ପ୍ରୋଭିଡେନ୍ସ: ଟି-୨୦ ବିଶ୍ୱକପ୍ ୨୦୨୪ରେ ଆଉ ଏକ ବିପର୍ଯ୍ୟୟ ଘଟିଛି | ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଆଫଗାନିସ୍ତାନ ୮୪ ରନରେ ନ୍ୟୁଜିଲ୍ୟାଣ୍ଡକୁ ହରାଇ ଦେଇଛି । ଯେକୌଣସି ଫର୍ମାଟରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଆଫଗାନିସ୍ତାନର ଏହା ପ୍ରଥମ ବିଜୟ | ଏହାପୂର୍ବରୁ ଅନ୍ତର୍ଜାତୀୟ ଦିନିକିଆ ଏବଂ ଟି-୨୦ରେ ଆଫଗାନିସ୍ତାନ ବିପକ୍ଷ ସମସ୍ତ ୪ଟି ମ୍ୟାଚ୍ ଜିତିଥିଲା ନ୍ୟୁଜିଲ୍ୟାଣ୍ଡ । ଗାଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତି ଆଫଗାନିସ୍ତାନକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ [...]
ପ୍ରୋଭିଡେନ୍ସ: ଟି-୨୦ ବିଶ୍ୱକପ୍ ୨୦୨୪ରେ ଆଉ ଏକ ବିପର୍ଯ୍ୟୟ ଘଟିଛି | ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଆଫଗାନିସ୍ତାନ ୮୪ ରନରେ ନ୍ୟୁଜିଲ୍ୟାଣ୍ଡକୁ ହରାଇ ଦେଇଛି । ଯେକୌଣସି ଫର୍ମାଟରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଆଫଗାନିସ୍ତାନର ଏହା ପ୍ରଥମ ବିଜୟ | ଏହାପୂର୍ବରୁ ଅନ୍ତର୍ଜାତୀୟ ଦିନିକିଆ ଏବଂ ଟି-୨୦ରେ ଆଫଗାନିସ୍ତାନ ବିପକ୍ଷ ସମସ୍ତ ୪ଟି ମ୍ୟାଚ୍ ଜିତିଥିଲା ନ୍ୟୁଜିଲ୍ୟାଣ୍ଡ ।
ଗାଏନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ନ୍ୟୁଜିଲ୍ୟାଣ୍ଡ ଟସ୍ ଜିତି ଆଫଗାନିସ୍ତାନକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି ଆଫଗାନିସ୍ତାନ ୨୦ ଓଭରରେ ୬ ୱିକେଟ୍ ହରାଇ ୧୫୯ ରନ୍ କରିଥିଲା। ତେବେ ଏହି ସାଧାରଣ ବିଜୟଲକ୍ଷ୍ୟ ଜବାବରେ ନ୍ୟୁଜିଲ୍ୟାଣ୍ଡ ୧୫.୨ ଓଭରରେ ମାତ୍ର ୭୫ ରନରେ ଅଲ୍ଆଉଟ୍ ହୋଇଥିଲା।
ରହମାନୁଲ୍ଲା ଗୁରବାଜ ଆଫଗାନିସ୍ତାନ ପକ୍ଷରୁ ସର୍ବାଧିକ ୮୦ ରନର ଇନିଂସ ଖେଳିଥିଲେ। ଅନ୍ତର୍ଜାତୀୟ ଟି-୨୦ରେ ଗୁରବାଜଙ୍କ ଏହା ନବମ ଅର୍ଦ୍ଧଶତକ। ଗୁରବାଜ ଏବଂ ଇବ୍ରାହିମ ଜାଦ୍ରାନଙ୍କ ମଧ୍ୟରେ ୧୦୩ ରନର ଓପନିଂ ଭାଗିଦାରୀ ମଧ୍ୟ ହୋଇଥିଲା |
ବୋଲିଂରେ ଦଳ ପକ୍ଷରୁ ଅଧିନାୟକ ରସିଦ ଖାନ ଏବଂ ଫଜଲହକ୍ ଫାରୁକି ଚମତ୍କାର ପ୍ରଦର୍ଶନ କରି ପ୍ରତ୍ୟେକ ୪ଟି ଲେଖାଏଁ ୱିକେଟ୍ ନେଇଥିଲେ। ଚଳିତ ଟି-୨୦ ବିଶ୍ୱକପରେ ଆଫଗାନିସ୍ତାନର ଏହା କ୍ରମାଗତ ଦ୍ୱିତୀୟ ବିଜୟ। ଏହାପୂର୍ବରୁ ଦଳ ଉଗାଣ୍ଡାକୁ ୧୨୫ ରନରେ ପରାସ୍ତ କରିଥିଲା। ଦୁଇଟି ବଡ଼ ବିଜୟ ପରେ ଦଳ ଗ୍ରୁପ୍ ସି ର ଶୀର୍ଷରେ ରହିଛି |
ଆଉ ନାହାନ୍ତି ମିଡିଆ ମୋଗଲ ରାମୋଜୀ ରାଓ
Next Articleଟି-୨୦ ବିଶ୍ୱକପ: ଶ୍ରୀଲଙ୍କା ବିପକ୍ଷରେ ବାଂଲାଦେଶର ରୋମାଞ୍ଚକ ବିଜୟ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
