ଟି-୨୦ ବିଶ୍ୱକପ: ଷ୍ଟୋଇନିସଙ୍କ ଅଲରାଉଣ୍ଡ ପ୍ରଦର୍ଶନ, ଓମାନକୁ ୩୯ ରନରେ ହରାଇଲା ଅଷ୍ଟ୍ରେଲିଆ
ବାରବାଡୋସ: ଟି-୨୦ ବିଶ୍ୱକପରେ ଗୁରୁବାର ଅନୁଷ୍ଠିତ ଏକ ମ୍ୟାଚରେ ଅଷ୍ଟ୍ରେଲିଆ ୩୯ ରନରେ ଓମାନକୁ ହରାଇ ଅଭିଯାନ ଆରମ୍ଭ କରିଛି । ବାରବାଡୋସର କେନ୍ସିଙ୍ଗଟନ୍ ଓଭାଲରେ ଖେଳାଯାଇଥିବା ଏହି ମ୍ୟାଚରେ ଓମାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୫ ୱିକେଟ୍ ହରାଇ ୧୬୪ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଓମାନ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହରାଇ ୧୨୫ ରନ୍ କରିବାକୁ ସମର୍ଥ ହୋଇଥିଲା। [...]
ବାରବାଡୋସ: ଟି-୨୦ ବିଶ୍ୱକପରେ ଗୁରୁବାର ଅନୁଷ୍ଠିତ ଏକ ମ୍ୟାଚରେ ଅଷ୍ଟ୍ରେଲିଆ ୩୯ ରନରେ ଓମାନକୁ ହରାଇ ଅଭିଯାନ ଆରମ୍ଭ କରିଛି । ବାରବାଡୋସର କେନ୍ସିଙ୍ଗଟନ୍ ଓଭାଲରେ ଖେଳାଯାଇଥିବା ଏହି ମ୍ୟାଚରେ ଓମାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୫ ୱିକେଟ୍ ହରାଇ ୧୬୪ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଓମାନ ନିର୍ଦ୍ଧାରିତ ୨୦ ଓଭରରେ ୯ ୱିକେଟ୍ ହରାଇ ୧୨୫ ରନ୍ କରିବାକୁ ସମର୍ଥ ହୋଇଥିଲା।
ମାର୍କସ୍ ଷ୍ଟୋଇନିସ୍ ଅଷ୍ଟ୍ରେଲିଆ ବିଜୟର ନାୟକ ସାଜିଥିଲେ। ଷ୍ଟୋଇନିସ୍ ପ୍ରଥମେ ବ୍ୟାଟ୍ ସହ ଚମତ୍କାର ପ୍ରଦର୍ଶନ କରିଥିଲେ । ସେ ନିଜ ଦଳକୁ ପ୍ରାରମ୍ଭିକ ବିପର୍ଯ୍ୟୟରୁ ଉଦ୍ଧାର କରି ଅପରାଜିତ ୬୭ ରନର ଇନିଂସ୍ ଖେଳିଥିଲେ। ଏବଂ ପରେ ବୋଲିଂରେ ମଧ୍ୟ ଯାଦୁକରୀ ପ୍ରଦର୍ଶନ ସହ ୩ଟି ୱିକେଟ୍ ନେଇଥିଲେ।
୧୯ ରନ୍ ସ୍କୋରରେ ଅଷ୍ଟ୍ରେଲିଆକୁ ପ୍ରଥମ ଝଟକା ଲାଗିଥିଲା। ଟ୍ରାଭିସ୍ ହେଡଙ୍କୁ ବିଲାଲ ଖାନ ଆଉଟ୍ କରିଥିଲେ। ସେ ମାତ୍ର ୧୨ ରନ୍ ସ୍କୋର କରି ପ୍ୟାଭିଲିୟନ ଫେରିଯାଇଥିଲେ। ତେବେ ମାର୍କସ୍ ଷ୍ଟୋଇନିସ୍ ଓ ଡେଭିଡ୍ ୱାର୍ଣ୍ଣର ଅର୍ଦ୍ଧଶତକୀୟ ପାଳି ସହ ଅଷ୍ଟ୍ରେଲିଆକୁ ସମ୍ମାନଜନକ ସ୍କୋରରେ ପହଞ୍ଚାଇ ଥିଲେ । ୱାର୍ଣ୍ଣର ୬ଟି ଚୌକା ଓ ଗୋଟିଏ ଛକା ସହାୟତାରେ ୫୧ ବଲରେ ୫୬ ରନର ଇନିଂସ ଖେଳିଥିଲେ | ଷ୍ଟୋଇନିସ୍ ଏବଂ ୱାର୍ଣ୍ଣରଙ୍କ ମଧ୍ୟରେ ଚତୁର୍ଥ ୱିକେଟ୍ ପାଇଁ ୧୦୨ (୬୪ ବଲ୍)ର ଭାଗିଦାରୀ ହୋଇଥିଲା |
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ପଷ୍ଟୀକରଣ: ଚାଲୁ ରହିଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା
Next ArticleBSKY Scheme Remains Active, Empanelled Hospitals Continue Giving Treatment under Scheme: Health Dept
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
