ସ୍ବାତି ମାଲିୱାଲଙ୍କୁ ମାରପିଟ୍ ମାମଲାରେ କେଜ୍ରିୱାଲଙ୍କ ପିଏ ବିଭବ କୁମାର ଗିରଫ
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆପ୍ ସାଂସଦ ସ୍ବାତି ମାଲିୱାଲଙ୍କୁ ମାରପିଟ୍ ମାମଲାରେ ଅଭିଯୁକ୍ତ ବିଭବ କୁମାରଙ୍କୁ ଶନିବାର ଦିଲ୍ଲୀ ପୋଲିସ ଗିରଫ କରିଛି। ବିଭବ କୁମାର ହେଉଛନ୍ତି ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସହଯୋଗୀ । ପୋଲିସ ତାଙ୍କୁ ଗିରଫ କରି ସିଭିଲ ଲାଇନ୍ସ ପୋଲିସ ଥାନା ନେଇଛି। ପଚରାଉଚରା ପରେ ବିଭବଙ୍କୁ କୋର୍ଟରେ ହାଜର କରାଯିବ। ମାଲିୱାଲଙ୍କ ଅଭିଯୋଗ ମୁତାବକ ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭେଟିବା ପାଇଁ ମେ ୧୩ ତାରିଖ ସକାଳ [...]
ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଆପ୍ ସାଂସଦ ସ୍ବାତି ମାଲିୱାଲଙ୍କୁ ମାରପିଟ୍ ମାମଲାରେ ଅଭିଯୁକ୍ତ ବିଭବ କୁମାରଙ୍କୁ ଶନିବାର ଦିଲ୍ଲୀ ପୋଲିସ ଗିରଫ କରିଛି। ବିଭବ କୁମାର ହେଉଛନ୍ତି ଅରବିନ୍ଦ କେଜ୍ରିୱାଲଙ୍କ ବ୍ୟକ୍ତିଗତ ସହଯୋଗୀ । ପୋଲିସ ତାଙ୍କୁ ଗିରଫ କରି ସିଭିଲ ଲାଇନ୍ସ ପୋଲିସ ଥାନା ନେଇଛି। ପଚରାଉଚରା ପରେ ବିଭବଙ୍କୁ କୋର୍ଟରେ ହାଜର କରାଯିବ।
ମାଲିୱାଲଙ୍କ ଅଭିଯୋଗ ମୁତାବକ ସେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭେଟିବା ପାଇଁ ମେ ୧୩ ତାରିଖ ସକାଳ ପ୍ରାୟ ୯ଟାରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ। ସେଠାରେ ବିଭବ କୁମାର ତାଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିଲେ ବୋଲି ମାଲିଓ୍ବାଲ ଅଭିଯୋଗ କରିଛନ୍ତି। ଏପରିକି ତାଙ୍କର ସାର୍ଟ ଚିରି ଛିଣ୍ଡାଇ ଦିଆଯାଇଥିଲା ବୋଲି ସେ ଦାବି କରିଛନ୍ତି । ଏନେଇ ମାଲିୱାଲ ମେ ୧୬ ତାରିଖରେ ଦିଲ୍ଲୀ ପୋଲିସରେ ଲିଖିତ ଅଭିଯୋଗ କରିଥିଲେ।
ମେ ୧୭ ରାତି ପ୍ରାୟ ୧୨ଟାରେ ଦିଲ୍ଲୀ ପୋଲିସ ଏମ୍ସରେ ମାଲିୱାଲଙ୍କ ଡାକ୍ତରୀ ପରୀକ୍ଷା କରିଥିଲା। ଶନିବାର ଆସିଥିବା ଡାକ୍ତରୀ ରିପୋର୍ଟରେ କୁହାଯାଇଛି ଯେ ମାଲିୱାଲଙ୍କ ଆଖି ଓ ଗୋଡରେ କ୍ଷତ ଚିହ୍ନ ଅଛି। ରିପୋର୍ଟ ଆସିବାର କିଛି ଘଣ୍ଟା ପରେ ଦିଲ୍ଲୀ ପୋଲିସ ମୁଖ୍ୟମନ୍ତ୍ରୀ ବାସଭବନରେ ପହଞ୍ଚି ବିଭବଙ୍କୁ ଗିରଫ କରିଥିଲା।
ଅନ୍ୟପକ୍ଷରେ ଘଟଣାର ଷଷ୍ଠ ଦିନରେ ଅର୍ଥାତ୍ ମେ ୧୮ରେ ସ୍ବାତି ମାଲିୱାଲଙ୍କ ଆଉ ଏକ ଭିଡ଼ିଓ ସାମ୍ନାକୁ ଆସିଛି। ୩୨ ସେକେଣ୍ଡର ଏହି ଭିଡିଓରେ ପୋଲିସ୍ ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଘରୁ ବାହାରକୁ ନେଉଥିବା ଦେଖିବାକୁ ମିଳୁଛି।
Krushnaprasad: Kartik Pandian Targets Center On Development Issues
Next ArticleOdisha CM Condoles Death of Pilgrims in Nuh Bus Tragedy
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
