ମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗ, ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପ୍ରଚାର ମନା
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ ନିର୍ବାଚନ କମିଶନ ମଙ୍ଗଳବାର କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପାଇଁ ପ୍ରଚାରରୁ ବାରଣ କରିଛନ୍ତି। ଗଙ୍ଗୋପାଧ୍ୟାୟ ମେ ୧୫ରେ ପଶ୍ଚିମବଙ୍ଗର ହଲଦିଆରେ ଏକ ନିର୍ବାଚନୀ ସଭାରେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ।ଗଙ୍ଗୋପାଧ୍ୟାୟଙ୍କ ବିରୋଧରେ ପ୍ରଚାର କଟକଣା ଅବଧି ମଙ୍ଗଳବାର ଅପରାହ୍ନ ୫ଟାରୁ ଲାଗୁ ହେବ । ଅଭିଜିତ [...]
କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଅଭିଯୋଗରେ ନିର୍ବାଚନ କମିଶନ ମଙ୍ଗଳବାର କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ତଥା ବିଜେପି ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ୨୪ ଘଣ୍ଟା ପାଇଁ ପ୍ରଚାରରୁ ବାରଣ କରିଛନ୍ତି।
ଗଙ୍ଗୋପାଧ୍ୟାୟ ମେ ୧୫ରେ ପଶ୍ଚିମବଙ୍ଗର ହଲଦିଆରେ ଏକ ନିର୍ବାଚନୀ ସଭାରେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ ।ଗଙ୍ଗୋପାଧ୍ୟାୟଙ୍କ ବିରୋଧରେ ପ୍ରଚାର କଟକଣା ଅବଧି ମଙ୍ଗଳବାର ଅପରାହ୍ନ ୫ଟାରୁ ଲାଗୁ ହେବ ।
ଅଭିଜିତ ଗଙ୍ଗୋପାଧ୍ୟାୟ ମାର୍ଚ୍ଚ ୫ରେ କଲିକତା ହାଇକୋର୍ଟର ଜଷ୍ଟିସ ପଦରୁ ଇସ୍ତଫା ଦେଇଥିଲେ। ଜଷ୍ଟିସ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ ଗଙ୍ଗୋପାଧ୍ୟାୟ ବିଜେପିରେ ଯୋଗ ଦେଇଥିଲେ। ଚଳିତ ଲୋକସଭା ନିର୍ବାଚନ ପାଇଁ ବିଜେପି ତାଙ୍କୁ ପଶ୍ଚିମବଙ୍ଗର ତାମୁଲକ ଆସନରୁ ପ୍ରାର୍ଥୀ କରିଛି। ସମ୍ପ୍ରତି ଟିଏମସିର ଦିବ୍ୟେନ୍ଦୁ ଅଧିକାରୀ ଏଠାରୁ ସାଂସଦ ଅଛନ୍ତି।
ପାଟଣାରେ ପାଣ୍ଡିଆନଙ୍କ ପ୍ରଚାର : କହିଲେ, ଆଦିବାସୀଙ୍କ ଉନ୍ନତି ପାଇଁ ଆନ୍ତରିକତାର ସହ କାର୍ଯ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ
Next ArticleOdisha Elections 2024: Kartik Pandian Campaigns in Patna
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
