ଲୋକସଭା ନିର୍ବାଚନରେ ୬୪.୨ କୋଟି ଲୋକଙ୍କ ମତଦାନ ସହ ଭାରତର ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ: ଏଥର ଲୋକସଭା ନିର୍ବାଚନରେ ଭୋଟରଙ୍କ ସଂଖ୍ୟା ଦୃଷ୍ଟିରୁ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି ବୋଲି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର କହିଛନ୍ତି। ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ୩୧.୨ କୋଟି ମହିଳାଙ୍କ ସହ ସର୍ବମୋଟ ୬୪.୨ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିଥିଲେ ବୋଲି ସିଇସି କହିଛନ୍ତିି। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ରାଜୀବ କୁମାର କହିଛନ୍ତି ଯେ ବିଶ୍ୱର ସର୍ବବୃହତ ନିର୍ବାଚନ ପ୍ରକ୍ରିୟାରେ ୬୮,୦୦୦ରୁ ଅଧିକ ମନିଟରିଂ ଟିମ୍ ଏବଂ [...]
ନୂଆଦିଲ୍ଲୀ: ଏଥର ଲୋକସଭା ନିର୍ବାଚନରେ ଭୋଟରଙ୍କ ସଂଖ୍ୟା ଦୃଷ୍ଟିରୁ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି ବୋଲି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର କହିଛନ୍ତି। ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ୩୧.୨ କୋଟି ମହିଳାଙ୍କ ସହ ସର୍ବମୋଟ ୬୪.୨ କୋଟି ଭୋଟର ମତାଧିକାର ସାବ୍ୟସ୍ତ କରିଥିଲେ ବୋଲି ସିଇସି କହିଛନ୍ତିି।
ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ରାଜୀବ କୁମାର କହିଛନ୍ତି ଯେ ବିଶ୍ୱର ସର୍ବବୃହତ ନିର୍ବାଚନ ପ୍ରକ୍ରିୟାରେ ୬୮,୦୦୦ରୁ ଅଧିକ ମନିଟରିଂ ଟିମ୍ ଏବଂ ୧.୫ କୋଟିରୁ ଅଧିକ ମତଦାନ ଏବଂ ସୁରକ୍ଷା କର୍ମୀ ସାମିଲ ହୋଇଥିଲେ। ୩୧.୨ କୋଟି ମହିଳାଙ୍କ ସମେତ ୬୪.୨ କୋଟି ଭୋଟରଙ୍କ ଅଂଶଗ୍ରହଣ ସହ ଭାରତ ଚଳିତ ବର୍ଷ ଲୋକସଭା ନିର୍ବାଚନରେ ବିଶ୍ୱ ରେକର୍ଡ ସୃଷ୍ଟି କରିଛି ।
କୁମାର କହିଛନ୍ତି, ଏଥର ଲୋକସଭା ନିର୍ବାଚନ ପାଇଁ ପ୍ରାୟ ଚାରି ଲକ୍ଷ ଯାନ, ୧୩୫ଟି ସ୍ୱତନ୍ତ୍ର ଟ୍ରେନ୍ ଏବଂ ୧୬୯୨ ବିମାନ ବ୍ୟବହାର କରାଯାଇଥିଲା। ୨୦୨୪ ସାଧାରଣ ନିର୍ବାଚନରେ କେବଳ ୩୯ ସାନି ମତଦାନ ହୋଇଛି ଯାହା ୨୦୧୯ ତୁଳନାରେ ବହୁତ କମ୍ । ୨୦୧୯ ନିର୍ବାଚନରେ ୫୪୦ଟି ସାନି ମତଦାନ ହୋଇଥିଲା।”
ଜମ୍ମୁ କାଶ୍ମୀରରେ ମଧ୍ୟ ଚାରି ଦଶନ୍ଧି ମଧ୍ୟରେ ସର୍ବାଧିକ ମତଦାନ (୫୮.୫୮ ପ୍ରତିଶତ) ହୋଇଛି । ସିଇସି ସୂଚନା ଦେଇ କହିଛନ୍ତି ୨୦୨୪ ସାଧାରଣ ନିର୍ବାଚନ ସମୟରେ ନଗଦ, ପ୍ରଲୋଭନ ସାମଗ୍ରୀ, ଡ୍ରଗ୍ସ ଏବଂ ମଦ ସହ ୧୦,୦୦୦ କୋଟି ଟଙ୍କା ଜବତ ହୋଇଥିଲା, ଯେତେବେଳେ କି ୨୦୧୯ରେ ୩୫୦୦ କୋଟି ଟଙ୍କା ଜବତ କରାଯାଇଥିଲା।
Governor Dissolves 16th Odisha Legislative Assembly
Next Articleକନ୍ଧମାଳ ଜିଲ୍ଲାର ୨ଟି ସ୍ଥାନରେ ଭୋଟ ଗଣତି, ସୁରକ୍ଷା କଡ଼ାକଡ଼ି
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
