ଜାନୁଆରୀ ୨୨ରେ ଅଧାଦିନ ଛୁଟି
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଜାନୁଆରୀ ୨୨କୁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ସେହିଦିନ କେନ୍ଦ୍ର ସରକାରଙ୍କ ଅଧୀନ ସମସ୍ତ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ । ସରକାରଙ୍କ ତରଫରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସରକାର କହିଛନ୍ତି । ସରକାରଙ୍କ ତରଫରୁ ଜାରି ନିର୍ଦ୍ଦେଶରେ କୁହାଯାଇଛି, ଦେଶର କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, କେନ୍ଦ୍ରୀୟ ଅନୁଷ୍ଠାନ [...]
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଜାନୁଆରୀ ୨୨କୁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ସେହିଦିନ କେନ୍ଦ୍ର ସରକାରଙ୍କ ଅଧୀନ ସମସ୍ତ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ । ସରକାରଙ୍କ ତରଫରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସରକାର କହିଛନ୍ତି ।
ସରକାରଙ୍କ ତରଫରୁ ଜାରି ନିର୍ଦ୍ଦେଶରେ କୁହାଯାଇଛି, ଦେଶର କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, କେନ୍ଦ୍ରୀୟ ଅନୁଷ୍ଠାନ ଏବଂ କେନ୍ଦ୍ରୀୟ ଔଦ୍ୟୋଗିକ ପ୍ରତିଷ୍ଠାନଗୁଡ଼ିକ ଜାନୁଆରୀ ୨୨ ରେ ଅପରାହ୍ନ ୨:୩୦ ପର୍ଯ୍ୟନ୍ତ ବନ୍ଦ ରହିବ | ଲୋକମାନେ ଯେପରି ରାମ ଲାଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିପାରିବେ ସରକାର ସେଥିପାଇଁ ଏହି ନିଷ୍ପତ୍ତି ନେଇଛନ୍ତି ।
ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଜାନୁଆରୀ ୨୨ରେ ଅନୁଷ୍ଠିତ ହେବ । ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ ମୁଖ୍ୟ କର୍ତ୍ତା ଭାବେ ଯୋଗଦେବେ। ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରାକ୍ ରୀତିନୀତି ଆରମ୍ଭ ହୋଇସାରିଛି। ଆଜି ଏହି ସାତ ଦିନିଆ ରୀତିନୀତିର ତୃତୀୟ ଦିନ ।
ସରକାରୀ ବଙ୍ଗଳା ଖାଲି ପାଇଁ ନୋଟିସ୍ ବିରୋଧରେ ହାଇକୋର୍ଟ ଗଲେ ମହୁଆ
Next ArticleDolphin Census to Start at Bhitarkanika, Gahirmatha Sanctuary from January 20
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
