ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ‘You are in [...]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି।
ସମୀକ୍ଷା ପରେ ଗଣମାଧ୍ୟମ ନିକଟରେ ନିଜର ବିବୃତି ରଖି, ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୌଣସି ପରିସ୍ଥିତିରେ ଭୟଭୀତ ବା ଆତଙ୍କିତ ନ ହେବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ‘You are in Safe Hands’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିପଦ ଟଳିବା ପର୍ଯ୍ୟନ୍ତ ସମସ୍ତେ ସୁରକ୍ଷିତ ଓ ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।
ପରିସ୍ଥିତିକୁ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ସେମାନେ ସମସ୍ତେ କ୍ୟାବିନେଟ ବୈଠକ ପରେ ଜିଲ୍ଲାଗସ୍ତରେ ଯାଇଛନ୍ତି। ଏହା ସହିତ ଅଭିଜ୍ଞତା ସମ୍ପନ୍ନ ଅଧିକାରୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଯେଉଁ ସବୁ ଜିଲ୍ଲାରେ ବାତ୍ୟାର ସମ୍ଭାବନା ଅଛି, ସେ ସବୁ ଜିଲ୍ଲାରେ ବିପଦଶଙ୍କୁଳ ଅଞ୍ଚଳରୁ ଯୁଦ୍ଧକାଳୀନ ଭିତ୍ତିରେ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଉଛି। ବର୍ତ୍ତମାନ ସୁଦ୍ଧା ବିପଦଶଙ୍କୁଳ ଅଞ୍ଚଳରୁ ୩୦ ପ୍ରତିଶତ ଲୋକଙ୍କୁ ସ୍ଥାନାନ୍ତର କରାଯାଇସାରିଛି। ରାତି ସାରା ସ୍ଥାନାନ୍ତର କାର୍ଯ୍ୟ ଚାଲିବ ଏବଂ ଆସନ୍ତା କାଲି ସକାଳ ୧୧ଟା ସୁଦ୍ଧା ୯୦ ପ୍ରତିଶତ ସ୍ଥାନାନ୍ତର ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ସହ ରନ୍ଧା ଖାଦ୍ୟ ଓ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କଟକ ଓ ପୁରୀ ଜିଲ୍ଲା ଅଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ଯଦି ଗତିପଥ ବଦଳେ, ତେବେ ଅନ୍ୟାନ୍ୟ ଜିଲ୍ଲା ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି । ସେଥିପାଇଁ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି।
ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ। ବାତ୍ୟା ସମ୍ଭାବନା ଥିବା ଜିଲ୍ଲାର ଜିଲ୍ଲାପାଳମାନେ ଆଭାସୀ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ।
ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ସେଠାରେ ବିଭିନ୍ନ ସାଟେଲାଇଟ ସୂଚନା ସମ୍ପର୍କରେ ଅବଗତ ହୋଇଥିଲେ ଏବଂ ଜରୁରୀକାଳୀନ ଯୋଗାଯୋଗ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ।
ସମ୍ଭାବ୍ୟ ବାତ୍ୟାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା
Next ArticleCyclone Dana: Leave Homes and Come to Relief Centres, Odisha Minister to People
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
