କଂଗ୍ରେସ ଜାରି କଲା ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଛି। ଏହି ତାଲିକାରେ ୩୯ ଜଣ ପ୍ରାର୍ଥୀଙ୍କ ନାମ ରହିଛି | ଦଳର ପ୍ରଥମ ପ୍ରାର୍ଥୀ ତାଲିକା ଅନୁସାରେ ରାହୁଲ ଗାନ୍ଧୀ ଏଥର ବି କେରଳର ୱାୟନାଡରୁ ଲଢ଼ିବେ । ରାହୁଲ ଗତଥର ଦୁଇଟି ଆସନ ୱାୟନାଡ ଓ ଆମେଥିରୁ ନିର୍ବାଚନ ଲଢ଼ିଥିଲେ । ତେବେ ଆମେଥିରେ ସେ ବିଜେପି ନେତ୍ରୀ ସ୍ମୃତି ଇରାନୀଙ୍କ ଠାରୁ ପରାସ୍ତ ହୋଇଥିବା ବେଳେ ୱାୟାନାଡରୁ [...]
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଜାରି କରିଛି। ଏହି ତାଲିକାରେ ୩୯ ଜଣ ପ୍ରାର୍ଥୀଙ୍କ ନାମ ରହିଛି | ଦଳର ପ୍ରଥମ ପ୍ରାର୍ଥୀ ତାଲିକା ଅନୁସାରେ ରାହୁଲ ଗାନ୍ଧୀ ଏଥର ବି କେରଳର ୱାୟନାଡରୁ ଲଢ଼ିବେ । ରାହୁଲ ଗତଥର ଦୁଇଟି ଆସନ ୱାୟନାଡ ଓ ଆମେଥିରୁ ନିର୍ବାଚନ ଲଢ଼ିଥିଲେ । ତେବେ ଆମେଥିରେ ସେ ବିଜେପି ନେତ୍ରୀ ସ୍ମୃତି ଇରାନୀଙ୍କ ଠାରୁ ପରାସ୍ତ ହୋଇଥିବା ବେଳେ ୱାୟାନାଡରୁ ଜିତିଥିଲେ ।
ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ରାଜନନ୍ଦଗାଓଁରୁ ଲଢ଼ିବାକୁ ଥିବାବେଳେ ଦୁର୍ଗରୁ ରାଜେନ୍ଦ୍ର ସାହୁ, ରାୟପୁରରୁ ବିକାଶ ଉପାଧ୍ୟାୟ ପ୍ରତିଦ୍ବନ୍ଦ୍ବିତା କରିବେ। ବରିଷ୍ଠ ନେତା ଶଶି ଥରୁର ଏଥର ମଧ୍ୟ ଥିରୁଭନନ୍ତପୁରମର ଲଢ଼ିବେ । ମେଘାଳୟର ଭିନ୍ସେଣ୍ଟ ପାଲା ଏବଂ ତ୍ରିପୁରା ପଶ୍ଚିମରୁ ଆଶିଷ ସାହାଙ୍କ ନାମ ଘୋଷଣା କରାଯାଇଛି ।
ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସର ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ଦଳର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତିି । ଦଳର ପ୍ରଥମ ତାଲିକାରେ ୧୫ ଜଣ ସାଧାରଣ ବର୍ଗର ହୋଇଥିବା ବେଳେ ଅବଶିଷ୍ଟ ୨୪ ପ୍ରାର୍ଥୀ ଏସସି-ଏସଟି, ଓବିସି ଏବଂ ସଂଖ୍ୟାଲଘୁ ବର୍ଗର। ଏହାଛଡ଼ା ୧୨ ଜଣ ପ୍ରାର୍ଥୀଙ୍କ ବୟସ ୫୦ ବର୍ଷରୁ କମ୍। ମାର୍ଚ୍ଚ ୧୧ରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି)ର ପରବର୍ତ୍ତୀ ବୈଠକରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତିି । ମାର୍ଚ୍ଚ ୭ରେ କଂଗ୍ରେସ ସିଇସି ବୈଠକରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଉପରେ ଆଲୋଚନା ହୋଇଥିଲା।
ମିଶନ ଶକ୍ତି ଗ୍ରାମୀଣ ଶିଳ୍ପ ଉଦ୍ୟାନ ପରିଚାଳନା ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ସ୍ଥାନୀୟ ବଜାର ଚାହିଦାକୁ ଦେଖି ସାମଗ୍ରୀ ପ୍ରସ୍ତୁତ ନେଇ ଗୁରୁତ୍ୱାରୋପ
Next Articleନମାଜ ପାଠ ବେଳେ ଲୋକଙ୍କୁ ଲାତ ମାରିଥିବା ଦିଲ୍ଲୀ ପୋଲିସ ଏସ୍ଆଇ ନିଲମ୍ବିତ
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
