ନିର୍ବାଚନୀ ବଣ୍ଡ୍ ମାମଲା: ଏସବିଆଇ ବିରୋଧରେ ସୁପ୍ରିମକୋର୍ଟରେ ଅବମାନନା ପିଟିସନ
ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ)ର ଆବେଦନ ବିରୋଧରେ ‘ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍)’ ନାମକ ସଂସ୍ଥା ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ପିଟିସନ ଦାୟର କରିଛି । ଏହାର ଶୀଘ୍ର ଶୁଣାଣି ପାଇଁ ଦାବି କରାଯାଇଛି। ଏଡିଆର ପକ୍ଷରୁ ବରିଷ୍ଠ ଓକିଲ ପ୍ରଶାନ୍ତ ଭୂଷଣ ଏହି ଆବେଦନ କରିଛନ୍ତି। ଏସବିଆଇର ଆବେଦନ ସହିତ ଅବମାନନା ପିଟିସନ ତାଲିକାଭୁକ୍ତ କରିବାକୁ କୋର୍ଟଙ୍କୁ ଅନୁରୋଧ କରିଛନ୍ତିି ପ୍ରଶାନ୍ତ [...]
ନୂଆଦିଲ୍ଲୀ: ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ତଥ୍ୟ ଦାଖଲ ପାଇଁ ଅଧିକ ସମୟ ଦେବାକୁ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ)ର ଆବେଦନ ବିରୋଧରେ ‘ଆସୋସିଏସନ ଫର ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍)’ ନାମକ ସଂସ୍ଥା ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ପିଟିସନ ଦାୟର କରିଛି । ଏହାର ଶୀଘ୍ର ଶୁଣାଣି ପାଇଁ ଦାବି କରାଯାଇଛି। ଏଡିଆର ପକ୍ଷରୁ ବରିଷ୍ଠ ଓକିଲ ପ୍ରଶାନ୍ତ ଭୂଷଣ ଏହି ଆବେଦନ କରିଛନ୍ତି। ଏସବିଆଇର ଆବେଦନ ସହିତ ଅବମାନନା ପିଟିସନ ତାଲିକାଭୁକ୍ତ କରିବାକୁ କୋର୍ଟଙ୍କୁ ଅନୁରୋଧ କରିଛନ୍ତିି ପ୍ରଶାନ୍ତ ଭୂଷଣ । ପ୍ରଧାନ ବିଚାରପତି ଏନେଇ ରାଜି ହୋଇଛନ୍ତି । ମାର୍ଚ୍ଚ ୧୧ରେ ଏହି ମାମଲାର ଶୁଣାଣି ହେବା ସମ୍ଭାବନା ରହିଛି।
ନିର୍ବାଚନୀ ବଣ୍ଡ୍ ଜରିଆରେ ରାଜନୈତିକ ଦଳ ଗୁଡ଼ିକୁ କେତେ ଚାନ୍ଦା ମିଳିଛି ଓ କେଉଁମାନେ ଚାନ୍ଦା ଦେଇଛନ୍ତି ସେ ସମ୍ପର୍କିତ ତଥ୍ୟ ମାର୍ଚ୍ଚ ୬ ସୁଦ୍ଧା ଦାଖଲ କରିବାକୁ ସୁପ୍ରିମକୋର୍ଟ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଏସବିଆଇ ସୁପ୍ରିମକୋର୍ଟରେ ଏକ ରିଟ୍ ପିଟିସନ୍ ଦାଖଲ କରି ଜୁନ୍ ୩୦ ପର୍ଯ୍ୟନ୍ତଦ ସମୟ ମାଗିଛି । ଏହି ତାରିଖ ସୁଦ୍ଧା ଦେଶରେ ଲୋକସଭା ନିର୍ବାଚନ ଶେଷ ହୋଇଯାଇଥିବ।
ଏକ ଐତିହାସିକ ରାୟରେ ସୁପ୍ରିମକୋର୍ଟ ଫେବୃଆରୀ ୧୫ରେ ନିର୍ବାଚନୀ ବଣ୍ଡ୍ ଯୋଜନାକୁ ଅସାମ୍ବିଧାନିକ କହି ଏହାକୁ ରଦ୍ଦ କରିଥିଲେ । ଏହା ବାକ୍ ଓ ଅଭିବ୍ୟକ୍ତିର ସ୍ୱାଧୀନତା ତଥା ସୂଚନା ଅଧିକାରର ସାମ୍ବିଧାନିକ ଅଧିକାରକୁ ଉଲ୍ଲଂଘନ କରୁଛି ବୋଲି ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ରାୟରେଦ କହିଥିଲେ ।
ଏଥିସହ ସୁପ୍ରିମକୋର୍ଟ ୧୨ ଏପ୍ରିଲ ୨୦୧୯ରୁ ବର୍ତ୍ତମାନ ପର୍ଯ୍ୟନ୍ତ କିଣାଯାଇଥିବା ନିର୍ବାଚନୀ ବଣ୍ଡ୍ ସମ୍ପର୍କିତ ସମସ୍ତ ତଥ୍ୟ ନିର୍ବାଚନ କମିଶନଙ୍କ ନିକଟରେ ମାର୍ଚ୍ଚ ୬ ସୁଦ୍ଧା ଦାଖଲ କରିବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଥିଲେ । ମାର୍ଚ୍ଚ ୩୧ ସୁଦ୍ଧା ଏହି ସୂଚନା ନିଜ ୱେବସାଇଟରେ ପ୍ରକାଶ କରିବାକୁ ନିର୍ବାଚନ କମିଶନଙ୍କୁ କହିଥିଲେ କୋର୍ଟ।
ଏସବିଆଇ କିନ୍ତୁ ନିଜ ଆବେଦନରେ ଯୁକ୍ତି କରିଛି ଯେ ଏହି ପ୍ରକ୍ରିୟା ସମୟ ସାପେକ୍ଷ । ତେଣୁ ଜୁନ୍ ୩୦ ପର୍ଯ୍ୟନ୍ତ ସମୟ ଦେବାକୁ ଅନୁରୋଧ କରିଛି ଷ୍ଟେଟ୍ ବ୍ୟାଙ୍କ । ଷ୍ଟେଟ୍ ବ୍ୟାଙ୍କର ଏପରି ଆବେଦନ ନେଇ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତିି ବିରୋଧୀ । ବିଜେପି ସରକାର ନିର୍ବାଚନୀ ବଣ୍ଡ୍ ଜରିଆରେ ନିଜ ସନ୍ଦେହଜନକ କାରବାରକୁ ଲୁଚାଇବା ପାଇଁ ଏସବିଆଇକୁ ଢାଲ ଭାବେ ବ୍ୟବହାର କରୁଛନ୍ତି ବୋଲି ବିରୋଧୀ ଅଭିଯୋଗ କରିଛନ୍ତିି । ଏକ ବ୍ୟାଙ୍କ ୟୁନିୟନ ମଧ୍ୟ ଏସବିଆଇ ଆବେଦନକୁ ବିରୋଧ କରିଛି ।
Bijoy Mahapatra’s Son Arabinda Mohapatra Joins Biju Janata Dal
Next ArticleDeogaon BRC Madhusudan Patel Caught Red Handed By Vigilance While Taking Bribe
Related Articles
ପରିଚାଳନା କର୍ତ୍ତୃପକ୍ଷ ଓ ୟୁନିଅନ ମଧ୍ୟରେ ଆଲୋଚନା ବିଫଳ: ମୁଖ୍ୟ କାର୍ଯ୍ୟାଳୟ, ଆଞ୍ଚଳିକ କାର୍ଯ୍ୟାଳୟ ଓ ସମସ୍ତ ବ୍ଲକ ମୁଖ୍ୟାଳୟରେ ଘେରାଉ ଓ ବିକ୍ଷୋଭ
ବ୍ରହ୍ମପୁର: ଆସୋସିଏସନ୍ ଅଫ୍ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଅଫିସର୍ସ ଏବଂ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ଏମ୍ପ୍ଲୟୀଜ୍ ଆସୋସିଏସନ୍ ର ମିଳିତ ଆନ୍ଦୋଳନ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ସମଗ୍ର ଓଡ଼ିଶାରେ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ, ସମସ୍ତ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ସମସ୍ତ ବ୍ଲକ ମୁଖ୍ୟାଳୟ ଶାଖା ସମ୍ମୁଖରେ ଅଧିକାରୀ ଓ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗତ ୨୯ ଜୁଲାଇରେ ବ୍ୟାଙ୍କ ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରତିନିଧି ୟୁନିଅନମାନଙ୍କ ମଧ୍ୟରେ ୨୦ ଦଫା ଦାବିପତ୍ର [...]
ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ପକ୍ଷରୁ ରକ୍ତଦାନ ଓ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ
ବ୍ରହ୍ମପୁର: ଓଡ଼ିଶା ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠା ଦିବସ ଅବସରରେ ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ବ୍ରହ୍ମପୁର ମ୍ୟୁନିସିପାଲିଟି ଶାଖା ପରିସରରେ ଏକ ବିଶାଳ ରକ୍ତଦାନ ଏବଂ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ ୨୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପ୍ରାୟ ୬୦ ଜଣ ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆଞ୍ଚଳିକ ପ୍ରବନ୍ଧକ ଚନ୍ଦନ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା [...]
ନ୍ୟାୟ ସଂହିତା ପ୍ରଦର୍ଶନୀରେ ଓଡ଼ିଶା ପୋଲିସର ଐତିହାସିକ କପୋତ ସେବା ପ୍ରଦର୍ଶିତ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ୟୁନିଟ୍–୩, IDCO ପ୍ରଦର୍ଶନୀ ପଡିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ରେ ଆଜି ବିଶ୍ୱର ଏକମାତ୍ର କାର୍ଯ୍ୟକ୍ଷମ ଓଡ଼ିଶା ପୋଲିସ କପୋତ ସେବାର ପ୍ରଦର୍ଶନ କରାଯାଇଛି। ଏହି ଅବସରରେ ଭୁବନେଶ୍ୱରରୁ କଟକ ଅଭିମୁଖେ ଦୁଇଟି ଦଳରେ ୧୮ଟି ବେଲଜିୟମ ହୋମର ପାରାଙ୍କୁ ପଠାଯାଇଛି। ଏହି ପାରାମାନେ ନିଜ ଗୋଡ଼ରେ ବନ୍ଧାଯାଇଥିବା ଛୋଟ କ୍ୟାପସୁଲ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ନେଇ ଆକାଶ ମାର୍ଗରେ ଗତି କରି ପୁରାତନ ‘ପିଜନ ପୋଷ୍ଟ’ର ସ୍ମୃତି ଚାରଣ କରିଛନ୍ତି। ଏହି ବେଲଜିୟମ [...]
